ପଞ୍ଚାୟତ ଓ ପୌର ନିର୍ବାଚନ : ୨୧ରେ ରାଜ୍ୟ ନିର୍ବାଚନ କମିଶନଙ୍କ ବୈଠକ

ଭୁବନେଶ୍ୱର : ରାଜ୍ୟରେ ୨୦୨୭ରେ ହେବ ଉଭୟ ତ୍ରିସ୍ତରୀୟ ପଞ୍ଚାୟତ ଏବଂ ପୌର ନିର୍ବାଚନ । ସେଥିପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ । ଏ ନେଇ ଜୁଲାଇ ୨୧ ତାରିଖରେ ରାଜ୍ୟ ନିର୍ବାଚନ କମିଶନଙ୍କ ଅଧ୍ୟକ୍ଷତାରେ ଆଭାସୀରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ । ଏ ନେଇ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ସମସ୍ତ ଜିଲ୍ଲାପାଳମାନଙ୍କୁ ଚିଠି କରାଯାଇଛି ।

ଓଡ଼ିଶା ଷ୍ଟେଟ୍‌ଓ୍ବାଇଡ୍‌ ନେଟ୍‌ଓ୍ବାର୍କ ବା ଓସୱାନ ପ୍ଲାଟଫର୍ମ ମାଧ୍ୟମରେ ହେବାକୁ ଥିବା ଏହି ବୈଠକରେ ମୁଖ୍ୟତଃ ଦୁଇଟି ପ୍ରସଙ୍ଗ ଉପରେ ସମୀକ୍ଷା କରାଯିବ । ଘରକୁ ଘର ବୁଲି ସର୍ଭେ କରାଯିବ । ବୁଥ୍‌ ଭିତ୍ତିକ ଭୋଟର ତାଲିକା ପ୍ରସ୍ତୁତ କରାଯିବ । ଘରକୁ ଘର ବୁଲି ସର୍ଭେ କାର୍ଯ୍ୟକ୍ରମ ସମ୍ପର୍କରେ ରାଜ୍ୟ ନିର୍ବାଚନ କମିଶନର ଆଲୋଚନା କରିବେ । ସେହିପରି ୨୦୨୨ରେ ହୋଇଥିବା ପୌର ନିର୍ବାଚନ ସମ୍ପର୍କିତ ବାକି ରହିଥିବା ଡିସି ବିଲ୍ ଏବଂ ବିନିଯୋଗ ପ୍ରମାଣପତ୍ର (ୟୁସି) ଦାଖଲ ସ୍ଥିତି ସମ୍ପର୍କରେ ସମୀକ୍ଷା କରାଯିବ । ଏହି ବୈଠକରେ ଜିଲ୍ଲାପାଳଙ୍କ ସମେତ ଏଡିଏମ୍ (ପୌର ନିର୍ବାଚନର ନୋଡାଲ ଅଫିସର), ନିର୍ବାଚନ ପଞ୍ଜୀକରଣ ଅଧିକାରୀ, ସହକାରୀ ନିର୍ବାଚନ ଅଧିକାରୀ ଏବଂ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସାଧାରଣ ବିବିଧ ବିଭାଗର ଉପଜିଲ୍ଲାପାଳ, ଏଡିଏମ୍‌ମାନଙ୍କୁ ନିଜ ନିଜ ଜିଲ୍ଲାର ଓସୱାନକେନ୍ଦ୍ରରେ ୨୧ ତାରିଖ ସାଢ଼େ ୧୧ଟା ବେଳେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

  • Related Posts

    ସଂସଦର ସମୟ ନଷ୍ଟ ହେବା ଯୋଗୁଁ ୨୧୬ କୋଟି କ୍ଷତି : ଅପରାଜିତା

    ସଂସଦରେ ହଙ୍ଗାମା ଓ କାର୍ଯ୍ୟଦିବସ ନଷ୍ଟକୁ ନେଇ ବଡ଼ ବୟାନ ଦେଇଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ସଂସଦ ଯେଉଁଭଳି ଭାବେ ଚାଲିଲା, ତାହା ଅତ୍ୟନ୍ତ ନୈରାଶ୍ୟଜନକ ବୋଲି କହିଛନ୍ତି ଅପରାଜିତା । ତାଙ୍କ କହିବା ଅନୁସାରେ, ସଂସଦର ମୂଲ୍ୟବାନ…

    Continue reading
    ବିଜେପି ବିଧାୟକଙ୍କ ଦୋଷକୁ ରାଜ୍ୟ ସରକାର ଘଣ୍ଟ ଘୋଡାଉଛନ୍ତି: ବିଜେଡି

    ଭୁବନେଶ୍ୱର: କଟକ ସଦର ବିଧାୟକ ପ୍ରକାଶ ସେଠୀଙ୍କ ଦ୍ୱାରା ଦୁର୍ବ୍ୟବହାର ଅଭିଯୋଗ ଆଣି ରେଭେନ୍ସା ବିଶ୍ୱ ବିଦ୍ୟାଳୟରେ ସମୂହ ଇସ୍ତଫା ଦେଇଥିବା ତିରିଶ ଜଣ ୱାର୍ଡେନ ଓ ଡେପୁଟି “ୱାର୍ଡେନଙ୍କ ସ୍ଥାନରେ ନୂତନ ଚିପ୍ ୱାଡେନ, ୱାର୍ଡେନ ଓ ଡେପୁଟି ୱାର୍ଡେନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ