ଆଗ ପଛ ହୋଇ ଓଡ଼ିଶା ଆଡ଼କୁ ଆସୁଛି ଦୁଇଟି ଲଘୁଚାପ

ଭୁବନେଶ୍ୱର: ଆଗ ପଛ ହୋଇ ଦୁଇଟି ଲଘୁଚାପ ଓଡ଼ିଶା ଆଡ଼କୁ ଆସୁଛି । ଏହା ପ୍ରଭାବରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଭଲ ବର୍ଷା ହୋଇପାରେ । ବେଶି ବର୍ଷିବ ଉତ୍ତର ଓଡ଼ିଶାରେ। ଏମିତି ପୂର୍ବାନୁମାନ କରିଛନ୍ତି ବିଶିଷ୍ଟ ପାଣିପାଗ ବୈଜ୍ଞାନିକ । ଚଳିତ ଜୁଲାଇରେ ଭଲ ବର୍ଷା ପାଇବ ଓଡ଼ିଶା । ଏହା ଚାଷ କାମକୁ ବେଶ୍‌ ସହାୟକ ହୋଇପାରେ । ତାଙ୍କ କହିବାନୁସାରେ ଉତ୍ତର ଓଡ଼ିଶା-ଝାଡ଼ଖଣ୍ଡ ପାଖରେ ସ୍ଥଳଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ ୧୨/୧୩ ତାରିଖବେଳକୁ । ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ୧୪ ତାରିଖବେଳକୁ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଅଛି । ଏହା ଅଧିକ ସମୟ ରହିବନି । ତଥାପି ୧୩ରୁ ୧୫ ଭଲ ବର୍ଷା ହେବ । ବିଶେଷ କରି ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ବର୍ଷା ପରିମାଣ ଅଧିକ ରହିପାରେ । ଏହା ପରେ ବର୍ଷା କମିଲେ ମଧ୍ୟ ପାଗ ମୁଖ୍ୟତଃ ମେଘୁଆ ରହିବା ସମ୍ଭାବନା ଅଛି । ପୁଣି ୧୯ ତାରିଖବେଳକୁ ଆଉ ଏକ ଲଘୁଚାପ ହୋଇପାରେ ସେଇ ସମାନ ଅଞ୍ଚଳ ପାଖରେ । ଏହା ପ୍ରଭାବରେ ୧୮ରୁ ୨୨ ଯାଏ ବର୍ଷା ରହିପାରେ । ଦ୍ୱିତୀୟ ଲଘୁଚାପ ପ୍ରଭାବରେ ପୁଣି ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ଅଛି ।

ପାଣିପାଗ ବିଭାଗ ମଧ୍ୟ ୧୪ ତାରିଖବେଳକୁ ଲଘୁଚାପ ସୃଷ୍ଟି ନେଇ ପୂର୍ବାନୁମାନ କରିଛି । ଜୁଲାଇରେ ଭଲ ବର୍ଷା ହେବା ପରେ ରାଜ୍ୟରେ ଚାଷ କାର୍ଯ୍ୟରେ ସୁଧାର ଆସିଛି । ଚଳିତବର୍ଷ ଖରିଫରେ ୫୭.୮୮ ଲକ୍ଷ ହେକ୍ଟର ଧାନ ଚାଷ ପାଇଁ ଲକ୍ଷ୍ୟ ରଖାଯାଇଛି । କେନ୍ଦ୍ର କୃଷି ମନ୍ତ୍ରଣାଳୟ ତଥ୍ୟ ଅନୁସାରେ ଜୁଲାଇ ୩ ସୁଦ୍ଧା ରାଜ୍ୟରେ ୨.୧୫ ଲକ୍ଷ ହେକ୍ଟର ଜମିରେ ଖରିଫ ଫସଲ ବୁଣା ହୋଇଛି । ଗତବର୍ଷ ଏହି ସମୟ ସୁଦ୍ଧା ୬.୮ ଲକ୍ଷ ହେକ୍ଟର ଜମିରେ ବୁଣାବୁଣି ହୋଇଥିଲା । ଗତବର୍ଷ ତୁଳନାରେ ଏହା ୬୮% କମ୍‌ ଥିଲା । ତେବେ ଜୁଲାଇ ପ୍ରଥମ ସପ୍ତାହରେ ପ୍ରବଳ ବର୍ଷା ହେବା ପରେ ସ୍ଥିତିରେ ସୁଧାର ଆସିଛି । ବର୍ଷା ନିଅଣ୍ଟିଆ ସ୍ଥିତିରେ ସୁଧାର ଆସିବା ପରେ ବରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁରରେ ଚାଷ କାମ ସବୁଠୁ ଅଧିକ ଆଗେଇଛି । ଉପକୂଳରେ କଟକ, ଜଗତସିଂହପୁର, ପୁରୀ, ବାଲେଶ୍ୱର ଜିଲ୍ଲାରେ ରୁଆ କାମ ଆଗକୁ ବଢ଼ିଛି । ଅନ୍ୟ ଜିଲ୍ଲାଗୁଡ଼ିକରେ ମଧ୍ୟ ଚାଷୀ ଧାନ ବୁଣାବୁଣି ବଢ଼ାଇଛନ୍ତି ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ