କ୍ୟାବିନେଟ୍:ବିକଶିତ ଗାଁ, ବିକଶିତ ଓଡ଼ିଶା ପ୍ରସ୍ତାବକୁ ୫ ବର୍ଷ ଯାଏ କାର୍ୟ୍ୟକାରୀ କରିବାକୁ ନିଷ୍ପତ୍ତି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକସେବା ଭବନରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୦ ପ୍ରସ୍ତାବକୁ ଅନୁମୋଦନ ମିଳିଛି । ବ‌ୈଠକରେ ବିକଶିତ ଗାଁ, ବିକଶିତ ଓଡ଼ିଶା ପ୍ରସ୍ତାବକୁ ୫ ବର୍ଷ ଯାଏ କାର୍ୟ୍ୟକାରୀ କରିବାକୁ ନିଷ୍ପତ୍ତି ନିଆଯାଇଛି ।
ସାମ୍ୱାଦିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗାଁର ବିକାଶ ହେଲେ ଦେଶର ବିକାଶ ହୋଇପାରିବ । ଏଥିପାଇଁ ନୂଆ ସରକାରଙ୍କର ପ୍ରଥମ ବଜେଟ୍‌ରେ ୧ ହଜାର କୋଟି ଟଙ୍କା ବ୍ୟୟବରାଦ ହୋଇଥିଲା ।ଏହି ଯୋଜନା ୫ ବର୍ଷ ପର୍ୟ୍ୟନ୍ତ କାର୍ୟ୍ୟକାରୀ ହେବ ଏବଂ ଏହାର ଅବଧି ସରକାରଙ୍କ ପରବର୍ତ୍ତୀ ସମୟରେ ଦ୍ୱାରା ବୃଦ୍ଧି କରାଯିବାର ଯୋଜନା ରହିଛି ।ଏହି ଯୋଜନା ପାଇଁ ୫ ହଜାର କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ଗ୍ରାମାଞ୍ଚଳରେ ମୌଳିକ ଭିତ୍ତିଭୂମିର ବିକାଶ ନିମନ୍ତେ ବିଭିନ୍ନ ସ୍ଥାୟୀ ଉନ୍ନୟନମୂଳକ ପ୍ରକଳ୍ପମାନ ଯଥା ଅପହଞ୍ଚ ଗାଁକୁ ରାସ୍ତା ଦ୍ୱାରା ସଂଯୋଗୀକରଣ , ସର୍ବସାଦାରଣଙ୍କ ସୁବିଧା ପାଇଁ ସମ୍ପଦ ସୃଷ୍ଟି କରିବା, ଶିକ୍ଷା ଏବଂ କ୍ରୀଡା ଭିତ୍ତିଭୂମିର ଉନ୍ନତିକରଣ , କ୍ଷୁଦ୍ର ପର୍ୟ୍ୟଟନ ପର୍ୟ୍ୟଟନସ୍ଥଳୀର ଉନ୍ନତିକରଣ ପାଇଁ ଏହି ଯୋଜନା କାର୍ୟ୍ୟକାରୀ କରିବ ।

ଆବଶ୍ୟକତା ଭିତ୍ତିରେ ପାଞ୍ଚ ବର୍ଷ ସମ୍ଭାବ୍ୟ ପ୍ରକଳ୍ପ ତାଲିକା ଏବଂ ପ୍ରତ୍ୟେକ ଆର୍ଥିକ ବର୍ଷ ପାଇଁ ବାର୍ଷିକ କାର୍ୟ୍ୟ ଯୋଜନା ଗ୍ରାମ ସଭା ଦ୍ୱାରା ପ୍ରସ୍ତୁତ ହେବ ଏବଂ ଗ୍ରାମ ପଞ୍ଚାୟତ ଦ୍ୱାରା ବ୍ଲକକୁ ସୁପାରିଶ କରାଯିବ ।

ଗ୍ରାମ ମଧ୍ୟସ୍ଥ ସଡକ ଏବଂ ଗ୍ରାମଗୁଡିକୁ ସଂଯୋଗ କରୁଥିବା ରାସ୍ତାର ବିକାଶ କରାଯିବ । ଏହି ଯୋଜନାରେ ଆବଶ୍ୟକତା ଅନୁଯାୟୀ ବିଭିନ୍ନ ଉନ୍ନୟନ ମୂଳକ ଗୋଷ୍ଠୀଭିତ୍ତିକ ସମ୍ପଦ ସୃଷ୍ଟି ପାଇଁ ପ୍ରକଳ୍ପମାନ ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ଭୁବନେଶ୍ୱରରେ ଅନୁଷ୍ଠିତ ହେବ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ: ଯୋଗଦେବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

    ଭୁବନେଶ୍ୱର: ଭାରତ ୨୦୨୬ରେ ବ୍ରିକ୍ସ ରାଷ୍ଟ୍ର ଗୋଷ୍ଠୀର ଅଧ୍ୟକ୍ଷତା କରୁଛି । ଏହି କ୍ରମରେ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା ୫ରୁ ୭ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ ଅନୁଷ୍ଠିତ ହେବ । ଏଥିସହିତ ବ୍ରିକ୍ସ ବରିଷ୍ଠ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ