ଦୁର୍ଘଟଣା ପରେ ଜଳିଗଲା ହାଇୱା, ଜଣେ ଡ୍ରାଇଭରଙ୍କ ମୃତ୍ୟୁ

ଅନୁଗୁଳ: ଅନୁଗୁଳରେ ଭୟଙ୍କର ସଡ଼କ ଦୁର୍ଘଟଣା। ହାଇୱା-ଟ୍ରକ୍ ମୁହାଁମୁହିଁ ଧକ୍କା ପରେ ହୁତୁ ହୁତୁ ହୋଇ ଜଳିଗଲା ହାଇୱା। ଘଟଣାରେ ଜଣେ ଟ୍ରକ୍ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି । ଆଉ ଜଣେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି । ଅନୁଗୁଳ ଜିଲ୍ଲା ସମଲ ଥାନା ୧୪୯ ନମ୍ୱର ଜାତୀୟ ରାଜପଥ ଗଙ୍ଗାଧରପୁର ନିକଟରେ ଘଟିଛି ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏକ ପାଉଁଶ ବୋଝେଇ ହାଇୱା ଖମାର ପଟୁ ଯାଉଥିବା ବେଳେ ପିତିରି ପଟୁ ଆସୁଥିବା ଏକ ଖାଲି ଟ୍ରକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା।

ଘଟଣାସ୍ଥଳରେ ଟ୍ରକ୍ ଡ୍ରାଇଭର ପ୍ରଶାନ୍ତ ସାହୁଙ୍କ ମୃତ୍ୟୁ ହୋଇଥିବା ବେଳେ ହାଇୱା ଡ୍ରାଇଭର ଗୁରୁତର ହୋଇଛନ୍ତି। ତାଙ୍କୁ ଖମାର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସୂଚନା ପାଇ ସମଲ ଥାନା ପୋଲିସ ଓ କଣିହାଁ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଦୁର୍ଘଟଣା ଯୋଗୁଁ ରାଜପଥର ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ଅଟକି ରହିଥିବା ବେଳେ ଯାତାୟାତ ବାଧାପ୍ରାପ୍ତ ହୋଇଛି।

  • Related Posts

    ହୀରାକୁଦ: ଖୋଲିଲା ଆଉ ୫ଟି ଗେଟ୍

    ସମ୍ବଲପୁର: ବଢ଼ୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ଜଳସ୍ତର ବୃଦ୍ଧି ଯୋଗୁଁ ହୀରାକୁଦର ଆଉ ୫ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ଏବେ ମୋଟ ୭ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ଏଥିରେ…

    Continue reading
    ରିଜର୍ଭ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର

    ଢେଙ୍କାନାଳ: ଢେଙ୍କାନାଳ ରିଜର୍ଭପୁଲିସରେ କାର୍ଯ୍ୟରତ କନଷ୍ଟେବଳ ଶଙ୍କର ପ୍ରଧାନଙ୍କ ମୃତଦେହକୁ ସୋମବାର ଟାଉନଥାନା ପୁଲିସ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି । ଏ ନେଇ ଟାଉନଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଗଜପତି ଅଞ୍ଚଳର ଶଙ୍କର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ