ସୋମବାରଠାରୁ ବର୍ଷା ପରିମାଣ ବଢ଼ିବ

ଭୁବନେଶ୍ୱର: ରାଜ୍ୟରେ ସୋମବାରଠାରୁ ବର୍ଷା ପରିମାଣ ବଢ଼ିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ଏହି ଆକଳନ ଅନୁସାରେ ରବିବାର ରାଜ୍ୟର ଅଳ୍ପ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ବଜ୍ରପାତ ସହ ୩୦ରୁ ୪୦ କିମି ବେଗରେ ପବନ ହୋଇପାରେ ।

ଆସନ୍ତା ୧୩ରୁ ରାଜ୍ୟରେ ବର୍ଷା ପ୍ରକୋପ ବଢ଼ିବ । ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ଉତ୍ତର ପଶ୍ଚିମ ଓଡ଼ିଶାରେ ବର୍ଷା ପରିମାଣ ଅଧିକ ରହିବ । ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ ।, ବରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ ଓ ରାୟଗଡ଼ାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ଆଶଙ୍କା ନେଇ ସତର୍କ କରାଯାଇଛି । ୧୩ରୁ ୧୫ ଯାଏ ବର୍ଷା ପ୍ରକୋପ ଅଧିକ ରହିବ ।

  • Related Posts

    ଦାଦନ ମୃତକଙ୍କ ପରିବାର ପାଖରେ ‘ସ୍ୱାକ୍‌’,ଅସହାୟ ପରିବାରକୁ ରାସନ, ପୋଷାକ ଓ ସହାୟତା ପ୍ରଦାନ

    ଘୁ.ଉଦୟଗିରି: ସ୍ୱାଧୀନତା ଦିବସ ଅବସରରେ ମାନବିକତାର ଏକ ନିଆରା ଉଦାହରଣ ସୃଷ୍ଟି କରିଛି ‘ସୋସିଆଲ୍ ୱର୍କର୍ସ ଅଫ୍ କନ୍ଧମାଳ’ (ସ୍ୱାକ୍‌)। କେରଳରେ ଦାଦନ ଶ୍ରମିକ ଭାବେ କାମ କରୁଥିବା ସମୟରେ ଗତ ୯ ଅଗଷ୍ଟରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଟିକାବାଲି ବ୍ଲକ…

    Continue reading
    ନିଶାମୁକ୍ତ ଓଡ଼ିଶା ସହ ଆଧୁନିକ ପୋଲିସ ବାହିନୀ ଗଠନ ଆମର ଲକ୍ଷ୍ୟ: ଡିଜିପି

    ଭୁବନେଶ୍ୱର, : ଅଗଷ୍ଟ ୨୦୨୪ରୁ ଜୁଲାଇ ୨୦୨୬ ମଧ୍ୟରେ ଆଇନ-ଶୃଙ୍ଖଳା ରକ୍ଷା, ଅପରାଧ ନିୟନ୍ତ୍ରଣ, ନକ୍ସଲ ଦମନ, ନିଶାଦ୍ରବ୍ୟ ବିରୋଧୀ ଅଭିଯାନ, ମହିଳା ଓ ଶିଶୁ ସୁରକ୍ଷା, ସାଇବର ଅପରାଧ ଦମନ, ଉପକୂଳ ସୁରକ୍ଷା, ଅପରାଧ ଦମନ, ଦୋଷୀ ସାବ୍ୟସ୍ତ ହାର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ