ବିଜେପିରେ ମିଶିଲେ ପ୍ରଭାତ ବିଶ୍ୱାଳ

ଭୁବନେଶ୍ୱର: ବିଜେପିରେ ମିଶିଲେ ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳ। ଭୁବନେଶ୍ୱର ସ୍ଥିତ ବିଜେପିର ରାଜ୍ୟ କାର୍ୟ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ପଦ୍ମ ଧରିଲେ ପ୍ରଭାତ। ତାଙ୍କ ସହିତ ତାଙ୍କର ବହୁ ସମର୍ଥକ ବିଜେପିରେ ସାମିଲ ହୋଇଛନ୍ତି। ସମର୍ଥକଙ୍କ ସହିତ ଏକ ବଡ଼ ଶୋଭାଯାତ୍ରାରେ ଆସି ବିଜେପିରେ ମିଶିଛନ୍ତି ପ୍ରଭାତ।

ଗତ ଫେବ୍ରୁଆରୀ ମାସରେ ବିଜେଡିରୁ ବହିଷ୍କୃତ ହୋଇଥିଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ। ବିଶୃଙ୍ଖଳା ଓ ଦଳ ବିରୋଧୀ କାର୍ୟ୍ୟ ପାଇଁ ତାଙ୍କୁ ଦଳରୁ ବିଦା କରାଯାଇଥିଲା। ବିଜେଡି ସଂତୃପ୍ତ ମିଶ୍ରଙ୍କୁ ରାଜ୍ୟସଭା ପ୍ରାର୍ଥୀ କରିବାରୁ ସେ ଖୋଲାଖୋଲି ଏହାକୁ ବିରୋଧ କରିଥିଲେ ଓ ଅସନ୍ତୋଷ ଝାଡ଼ିଥିଲେ। ଏମିତିକି ନବୀନଙ୍କ ସହିତ ତାଙ୍କର ଯୁକ୍ତିତର୍କ ହୋଇଥିଲା ବୋଲି କୁହାଯାଇଥିଲା।
ପ୍ରଭାତ ରଞ୍ଜନ ବିଶ୍ୱାଳ ୨୦୦୯ ଓ ୨୦୧୪ରେ ବିଜେଡି ଟିକେଟରେ କଟକ-ଚୌଦ୍ୱାର ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଚିଟ୍‌ ଫଣ୍ଡ କେସ୍‌ରେ ଫସି ସେ ବିବାଦୀୟ ହୋଇପଡ଼ିଥିଲେ। ୨୦୧୯ ଓ ୨୦୨୪ରେ ତାଙ୍କ ପୁଅ ବିଜେଡି ଟିକେଟ୍‌ରେ ଏହି ଆସନରୁ ବିଜୟୀ ହୋଇଥିଲେ।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କେନ୍ଦ୍ର ବିରୋଧରେ ବର୍ଷିଲେ ରାଜା ସ୍ୱାଇଁ, କାହିଁକି ଜାଣନ୍ତୁ

    ଖଣିଜ ସମ୍ପଦ ଉପରେ ଓଡ଼ିଶାର ଅଧିକାର କ୍ଷୁର୍ଣ୍ଣ କରିବାକୁ କେନ୍ଦ୍ରର ଷଡ଼ଯନ୍ତ୍ର ବୋଲି କହି ବର୍ଷିଲେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ରାଜ୍ୟର ରାଜସ୍ୱ ଆଦାୟ କ୍ଷମତା ଉପରେ କଟକଣା ଲଗାଇବାକୁ କେନ୍ଦ୍ର ସରକାର ଉଦ୍ୟମ କରୁଥିବା ଅଭିଯୋଗ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ