ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଗଲେ ବାପା ଓ ଦୁଇ ପୁଅ

ନବରଙ୍ଗପୁର: ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଗଲେ ବାପା ଓ ଦୁଇ ପୁଅ, ମାଆ ଏବଂ ଆଉ ଜଣେ ପୁଅ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ନବରଙ୍ଗପୁର ଜିଲ୍ଲା କୁଣ୍ଡାଇ ଥାନା ଦେଓଭାରଣ୍ଡି ଗାଁ ନିକଟରେ ଘଟିଛି ଏହି ସଡ଼କ ଦୁର୍ଘଟଣା । ବାପା, ମାଆ ଏବଂ ତିନି ପିଲା ଏକ ମୋଟର ସାଇକେଲରେ ୪୦ ନମ୍ବର ରାଜ୍ୟ ରାଜପଥରେ ଯାଉ ଥିବା ବେଳେ, ରାଇଘରରୁ କୁନ୍ଦେଇ ଯାଉଥିବା ଏକ ଟ୍ରକ ଧକ୍କା ଦେଇଥିଲା । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ମୋଟର ସାଇକେଲ ଟ୍ରକ ତଳେ ଚାପି ହୋଇ ବହୁ ଦୂର ପର୍ଯ୍ୟନ୍ତ ଘୋଷାଡ଼ି ହୋଇ ଯାଇଥିଲା । ଦୁର୍ଘଟଣା ପରେ ଟ୍ରକ ଡ୍ରାଇଭର ଥାନାରେ ଆତ୍ମ ସମର୍ପଣ କରିଛନ୍ତି ।

ଟ୍ରକ୍ ଦୁର୍ଘଟଣାରେ ପ୍ରାଣ ହାରାଇଥିବା ମୃତକମାନେ ହେଲେ ବାବୁଲାଲ ଗୋଣ୍ଡ (35), ପୁଅ ପ୍ରଦୀପ (7) ଓ ପୁଅ ତୁଷାର (3) । ଦୁର୍ଘଟଣାରେ ମୃତକଙ୍କ ପତ୍ନୀ ଓ 10 ବର୍ଷୀୟ ପୁଅ ଗୁରୁତର ହୋଇଛନ୍ତି । ସେମାନଙ୍କୁ ପ୍ରଥମେ ହାଟଭରଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ସଙ୍କଟାପନ୍ନ ହେବାରୁ ଉମରକୋଟ ସବଡିଭିଜନାଲ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।
ଦୁର୍ଘଟଣା ପରେ ସ୍ଥାନୀୟ ଲୋକ ରାସ୍ତା ଅବରୋଧ କରି ମୃତକଙ୍କ ପରିବାର ପାଇଁ କ୍ଷତିପୂରଣ ଦାବି କରିଥିଲେ । ସ୍ଥାନୀୟ ପୋଲିସର ହସ୍ତକ୍ଷେପ ପରେ ରାସ୍ତା ଅବରୋଧ ହଟିଥିଲା । ପୋଲିସ ସୂଚନା ଅନୁସାରେ ରାଇଘରରୁ କୁଣ୍ଡେଇ ସଂଯୋଗ କରୁଥିବା ରାଜପଥରେ ଏହି ଦମ୍ପତି ସେମାନଙ୍କ ତିନି ଜଣ ପିଲାଙ୍କ ସହ ଏକ ବାଇକରେ ଯାଉଥିଲେ । ଅପରପକ୍ଷରେ ରାଇଘରରୁ କୁଣ୍ଡେଇ ପଟକୁ ଆସୁଥିବା ଏକ ଟ୍ରକ, ବାଇକକୁ ଧକ୍କା ଦେବା ସହ, କିଛି ବାଟ ଘୋଷାଡ଼ି ନେଇଥିଲା । ଦୁର୍ଘଟଣା ଘଟାଇ ଥିବା ଟ୍ରକ୍ ର ଡ୍ରାଇଭର ଥାନାରେ ଆତ୍ମ ସମର୍ପଣ କରିଥିବା ବେଳେ, ପୋଲିସ ତାକୁ ପଚରାଉଚରା କରିବା ସହ ଘଟଣାର ତଦନ୍ତ କରୁଛି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ