“ଟିଚ୍ କନ୍ଧମାଳ” କାର୍ଯ୍ୟକ୍ରମରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିଦର୍ଶନ କଲେ ଅତିରିକ୍ତ ଏସ୍‌.ପି.

ରାଇକିଆ: ରାଇକିଆ ପଂଚାୟତ ସମିତି ଜନଶୁଣାଣୀ ଶିବିର ଶେଷ ପରେ କନ୍ଧମାଳ ଜିଲ୍ଲାରେ ଚାଲିଥିବା “ଟିଚ୍ କନ୍ଧମାଳ” କାର୍ଯ୍ୟକ୍ରମ ଅନ୍ତର୍ଗତ କନ୍ଧମାଳ ଅତିରିକ୍ତ ପୁଲିସ ସୁପରିଣ୍ଟେଣ୍ଡେଣ୍ଟ ଶ୍ରୀ ବିଭୂତି ଭୂଷଣ ମହାପାତ୍ର ରାଇକିଆସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିଦର୍ଶନ କରିଥିଲେ।ପରିଦର୍ଶନ ସମୟରେ ସେ ବିଦ୍ୟାଳୟର ଶିକ୍ଷାଦାନ ବ୍ୟବସ୍ଥା, ଛାତ୍ରଛାତ୍ରୀଙ୍କ ଉପସ୍ଥାନ, ମଧ୍ୟାହ୍ନ ଭୋଜନର ମାନ, ପରିମଳ ବ୍ୟବସ୍ଥା, ଶ୍ରେଣୀଗୃହର ଭିତ୍ତିଭୂମି ଏବଂ ସାମଗ୍ରିକ ଶିକ୍ଷା ପରିବେଶର ସମୀକ୍ଷା କରିଥିଲେ। ବିଦ୍ୟାଳୟର ବିଭିନ୍ନ କକ୍ଷ ବୁଲି ଦେଖିବା ସହ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରି ସେମାନଙ୍କ ପାଠପଢ଼ା ଓ ଶିକ୍ଷଣ ସମ୍ପର୍କରେ ପଚାରି ବୁଝିଥିଲେ।
ଏହି ଅବସରରେ ଶିକ୍ଷକମାନଙ୍କ ସହ ଆଲୋଚନା କରି ଶ୍ରୀ ମହାପାତ୍ର ଗୁଣାତ୍ମକ ଶିକ୍ଷା ପ୍ରଦାନ, ନିୟମିତ ଶ୍ରେଣୀ ପରିଚାଳନା, ଶୃଙ୍ଖଳା ରକ୍ଷା ଏବଂ ଛାତ୍ରଛାତ୍ରୀଙ୍କ ସର୍ବାଙ୍ଗୀଣ ବ୍ୟକ୍ତିତ୍ୱ ବିକାଶ ଉପରେ ବିଶେଷ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଥିଲେ। ସେ ବିଦ୍ୟାଳୟରେ ଏକ ସୁସ୍ଥ, ସୁରକ୍ଷିତ ଓ ଅନୁକୂଳ ଶିକ୍ଷା ପରିବେଶ ସୃଷ୍ଟି କରିବା ଦିଗରେ ସମସ୍ତଙ୍କ ସହଯୋଗ କାମନା କରିଥିଲେ।ପରିଦର୍ଶନ ସମୟରେ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ଅମୀୟ କୁମାର ମହାପାତ୍ରଙ୍କ ସମେତ ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ଉପସ୍ଥିତ ରହି ଅତିରିକ୍ତ ଏସ୍‌.ପି.ଙ୍କୁ ବିଦ୍ୟାଳୟର ଶିକ୍ଷାଗତ ଓ ପ୍ରଶାସନିକ କାର୍ଯ୍ୟକଳାପ ସମ୍ପର୍କରେ ଅବଗତ କରାଇଥିଲେ। “ଟିଚ୍ କନ୍ଧମାଳ” କାର୍ଯ୍ୟକ୍ରମ ମାଧ୍ୟମରେ ବିଦ୍ୟାଳୟଗୁଡ଼ିକର ଶିକ୍ଷାର ଗୁଣବତ୍ତା ବୃଦ୍ଧି ଏବଂ ଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଦିଗରେ ପ୍ରଶାସନର ଏହି ପଦକ୍ଷେପକୁ ସାଧାରଣରେ ପ୍ରଶଂସା କରାଯାଇଛି।
ରିପୋର୍ଟର ଦୁତି କୃଷ୍ଣ ପଣ୍ଡା

  • Related Posts

    ଦାଦନ ମୃତକଙ୍କ ପରିବାର ପାଖରେ ‘ସ୍ୱାକ୍‌’,ଅସହାୟ ପରିବାରକୁ ରାସନ, ପୋଷାକ ଓ ସହାୟତା ପ୍ରଦାନ

    ଘୁ.ଉଦୟଗିରି: ସ୍ୱାଧୀନତା ଦିବସ ଅବସରରେ ମାନବିକତାର ଏକ ନିଆରା ଉଦାହରଣ ସୃଷ୍ଟି କରିଛି ‘ସୋସିଆଲ୍ ୱର୍କର୍ସ ଅଫ୍ କନ୍ଧମାଳ’ (ସ୍ୱାକ୍‌)। କେରଳରେ ଦାଦନ ଶ୍ରମିକ ଭାବେ କାମ କରୁଥିବା ସମୟରେ ଗତ ୯ ଅଗଷ୍ଟରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଟିକାବାଲି ବ୍ଲକ…

    Continue reading
    ନିଶାମୁକ୍ତ ଓଡ଼ିଶା ସହ ଆଧୁନିକ ପୋଲିସ ବାହିନୀ ଗଠନ ଆମର ଲକ୍ଷ୍ୟ: ଡିଜିପି

    ଭୁବନେଶ୍ୱର, : ଅଗଷ୍ଟ ୨୦୨୪ରୁ ଜୁଲାଇ ୨୦୨୬ ମଧ୍ୟରେ ଆଇନ-ଶୃଙ୍ଖଳା ରକ୍ଷା, ଅପରାଧ ନିୟନ୍ତ୍ରଣ, ନକ୍ସଲ ଦମନ, ନିଶାଦ୍ରବ୍ୟ ବିରୋଧୀ ଅଭିଯାନ, ମହିଳା ଓ ଶିଶୁ ସୁରକ୍ଷା, ସାଇବର ଅପରାଧ ଦମନ, ଉପକୂଳ ସୁରକ୍ଷା, ଅପରାଧ ଦମନ, ଦୋଷୀ ସାବ୍ୟସ୍ତ ହାର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ