କ୍ୟାବିନେଟ: ଓଡ଼ିଶା ଜିଲ୍ଲା ରାଜସ୍ବ ସେବା ନିୟମାବଳୀ ୧୯୮୩ ର ସଂଶୋଧନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ୭ଟି ବିଭାଗର ୧୩ଟି ପ୍ରସ୍ତାବ ଅନୁମୋଦନ ହୋଇଛି । ଆସନ୍ତା ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି କ୍ୟାବିନେଟ କେତେକ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛି । ସେଥିରେ ଗ୍ରାମ୍ୟ ଉନ୍ନୟନ ବିଭାଗର ସର୍ବାଧିକ ୭ଟି ପ୍ରସ୍ତାବ ପାରିତ ହୋଇଛି । ସେହିପରି ଜଳ ସମ୍ପଦ ବିଭାଗର ୧ଟି, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ୧ଟି, ସମବାୟ ୧ଟି, କୃଷି ଓ କୃଷକ ସଶକ୍ତି କରଣ ୧, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ୧, ରାଜସ୍ବ ୧ ପ୍ରସ୍ତାବ କ୍ୟାବିନେଟରେ ଅନୁମୋଦିତ ହୋଇଛି । ବୈଠକ ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ କ୍ୟାବିନେଟର ନିଷ୍ପତ୍ତି ବାବଦରେ ସୂଚନା ଦେଇଛନ୍ତି ।

ଓଡ଼ିଶା ଜିଲ୍ଲା ରାଜସ୍ବ ସେବା (ନିଯୁକ୍ତି ପଦ୍ଧତି ଓ ସେବା ସର୍ଭାବଳୀ) ନିୟମାବଳୀ, ୧୯୮୩’ର ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏହା “ଓଡ଼ିଶା ଜିଲ୍ଲା ରାଜସ୍ବ ସେବା ସଂଶୋଧନ ନିୟମାବଳୀ, ୨୦୨୬” ନାମରେ ନାମିତ ହେବ । ଏହି ପୁନର୍ଗଠନ ପ୍ରକ୍ରିୟା ମଧ୍ୟବର୍ତ୍ତୀ କାଳୀନ ପଦୋନ୍ନତି ସ୍ତର ସୃଷ୍ଟି କରିବ । କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଥ‌ିବା ପଦୋନ୍ନତି ସ୍ଥାଣୁତା ସମସ୍ୟାର ସିଧାସଳଖ ସମାଧାନ କରିବ ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…

    Continue reading
    ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପୁଲିସ ପ୍ରଶାସନ ପକ୍ଷରୁ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ ସ୍ଥାନୀୟ ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀମାନଙ୍କୁ ସାଇବର ଅପରାଧ, ଆଇନ, ପୋକ୍ସୋ ଆଇନ (ଶିଶୁ ଯୌନ ନିର୍ଯାତନା ନିବାରଣ ଆଇନ୍)ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ