
ଦେବଗଡ଼:ଦେବଗଡର ସର୍କିଟ ହାଉସ ନିକଟରେ ଆଜି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଦେବଗଡ଼ ପୂର୍ବତନ ସାଂସଦ ସ୍ବର୍ଗତ ଡା.ଦେବେନ୍ଦ୍ର ପ୍ରଧାନଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚିତ ହୋଇଯାଇଛି।ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇ ମୂର୍ତ୍ତିର ଅନାବରଣ କରିଥିଲେ।କାର୍ଯ୍ୟକ୍ରମରେ ଏସପି କିଶୋର ଚନ୍ଦ୍ର ମୁଣ୍ଡ, ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ରାଜେନ୍ଦ୍ର ମିଞ୍ଜ, ପୂର୍ବତନ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ,ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗ,ଉପଜିଲ୍ଲାପାଳ ପରିକ୍ଷିତ ସାହୁ,ଜିଲ୍ଲା ବିଜେପି ସଭାପତି ଅରୁଣ ସାହୂ,ଭାରପ୍ରାପ୍ତ ପୌରାଧ୍ୟକ୍ଷ ପ୍ରଜିତ ଭୋଜ, ତିଳେଇବଣି ପଞ୍ଚାୟତ ସମିତି ଅଧ୍ୟକ୍ଷା ବୃନ୍ଦାବତୀ ଭୋଇ, ଉପାଧ୍ୟକ୍ଷା ଆରତୀ ପ୍ରଧାନ ସମେତ ବହୁ ବୁଦ୍ଧିଜୀବି ଓ ବରିଷ୍ଠ ନାଗରିକ ଉପସ୍ଥିତ ଥିଲେ।




