
ଦେବଗଡ଼:ତିଲେଇବଣି ବ୍ଲକର ପାରପୋଷି ପଂଚାୟତ ସମ୍ମିଳନୀ କକ୍ଷରେ ଆଜି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁ ଯୋଗଦେଇ ୬୩ଟି ଅଭିଯୋଗ ଗ୍ରହଣ କରିବା ସହ ଆବଶ୍ୟକ ପଦକ୍ଷେପ ନେବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥିରେ ୪୫ଟି ବ୍ୟକ୍ତିଗତ ଏବଂ ୧୮ଟି ସାମୁହିକ ଅଭିଯୋଗ ରହିଥିଲା। ଜନସାଧାରଣ ବିଶେଷ କରି ଘରବାରୀ ପଟ୍ଟା ପ୍ରଧାନମନ୍ତ୍ରୀ ଆବାସ ଯୋଜନା ରାସ୍ତା ନିର୍ମାଣ ଓ ନେଟୱାର୍କ ସମସ୍ୟା ସମାଧାନ କରିବା ପାଇଁ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।ଶିବିରରେ ଏସପି କିଶୋର ଚନ୍ଦ୍ର ମୁଣ୍ଡ,ଉପଜିଲ୍ଲାପାଳ ପରିକ୍ଷିତ ସାହୁ ,ଏସିଏଫ୍ ସ୍ୱାଧୀନତା ସାହାଣୀ,ଡେପୁଟି କଲେକ୍ଟର ଅଞ୍ଜୁନୀ କୁଜୁର,ତିଲେଇବଣି ବ୍ଲକ ବିଡିଓ ପ୍ରିୟଦର୍ଶିନୀ ମିର୍ଦ୍ଧା ଓ ଦେବଗଡ ତହସିଲଦାର କର୍ଣ୍ଣ ମଲ୍ଲିକଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।




