୨୬ ଯାଏଁ ତୁହାକୁ ତୁହା ବର୍ଷାରେ ଭିଜିବ ଓଡ଼ିଶା

ଭୁବନେଶ୍ୱର: ଗୁଣ୍ଡିଚା ପରେ ଭିଜିବ ବାହୁଡ଼ା। ଆସନ୍ତା ୨୬ ତାରିଖ ଅର୍ଥାତ ଆହୁରି ୪ ଦିନ ଯାଏଁ ତୁହାକୁ ତୁହା ବର୍ଷାରେ ଭିଜିବ ଓଡ଼ିଶା। ଏବେ ସାରା ରାଜ୍ୟରେ କାଚୁଛି ବର୍ଷା। ବେହାଲ ଉତ୍ତର-ପଶ୍ଚିମ। ଉପକୂଳରେ ବି ଲଗାଣ ବର୍ଷା। ଆଜି ପାଇଁ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ। ସକ୍ରିୟ ମୌସୁମୀ ପ୍ରଭାବରେ ଗତକାଲିଠୁ ରାଜଧାନୀ ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି।

ଆସନ୍ତା ଦୁଇ ଦିନ ପର୍ୟ୍ୟନ୍ତ ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାନେଇ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୫ ଜିଲ୍ଲା ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ଘଡ଼ଘଡ଼ି ବିଜୁଳି ସହିତ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିଭଳି କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ବରକୁ ମଧ୍ୟ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର।

  • Related Posts

    ଡକାୟତି ଉଦ୍ୟମ ବିଫଳ ; ଘର ମାଲିକଙ୍କୁ ଗୁଳି କରି ଫେରାର

    ପାଟଣା : ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପୁଲିସ ବିଟ ଅଞ୍ଚଳ ତୋରାଣି ପୋଖରୀ ପଞ୍ଚାୟତ ଖୁଦୁପୁଟୁଳି ଗ୍ରାମର ଯତିନ୍ଦ୍ର ମହାନ୍ତ (୫୧)ଙ୍କ ଘରେ ପଶି ତାଙ୍କ ପେଟକୁ ଗୁଳି କରି ୪ ଜଣ ଡକାୟତ ଫେରାର ହୋଇଯାଇଛନ୍ତି। ଗତରାତି ସାଢ଼େ…

    Continue reading
    ଆଜିଠାରୁ ବୃଦ୍ଧି ପାଇବ ବଜ୍ରପାତ ଓ ବର୍ଷାର ମାତ୍ରା

    ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ଲାଗି ରହିଛି । ଆଜିଠାରୁ ଧୀରେ ଧୀରେ ବଜ୍ରପାତ ଓ ବର୍ଷାର ମାତ୍ରା ବୃଦ୍ଧି ପାଇବ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ