ଭୋଟର ତାଲିକା ପର୍ଯ୍ୟବେକ୍ଷକଙ୍କ ଦେବଗଡ ଗସ୍ତ ଓ ସମୀକ୍ଷା

ଦେବଗଡ଼:ଦେବଗଡ଼ ଜିଲ୍ଲାର ଭୋଟର ତାଲିକା ପର୍ଯ୍ୟବେକ୍ଷକ ତଥା ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗର ଶାସନ ସଚିବ ଡ.ବିଜୟ କେତନ ଉପାଧ୍ୟାୟ ଆଜି ଦେବଗଡ ଗସ୍ତରେ ଆସି ସମୀକ୍ଷା କରିଛନ୍ତି। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିକାଶ ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ପର୍ଯ୍ୟବେକ୍ଷକ ତଥା ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗର ଶାସନ ସଚିବ ଶ୍ରୀ ଉପାଧ୍ୟାୟ ‌ଯୋଗ ‌ଦେଇ ଭୋଟରମାନଙ୍କଠାରୁ ଦାବି ଓ ଆପତ୍ତି ଦାଖଲ ପ୍ରକ୍ରିୟାର ଅଗ୍ରଗତି ସମ୍ପର୍କରେ ଆଲୋଚନା କରିବା ସହ ଏସଆଇଆର ପାଇଁ ସମସ୍ତ ରାଜନୈତିକ ଦଳର ପ୍ରତିନିଧିମାନଙ୍କୁ ସହଯୋଗ କରିବାକୁ ଅନୁରୋଧ କରିଥିଲେ।ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ କବୀନ୍ଦ୍ର ସାହୁ ଜିଲ୍ଲାରେ ହୋଇଥିବା ଅଗ୍ରଗତି ସମ୍ପର୍କରେ ସୂଚନା ଦେଇଥିଲେ। ବୈଠକରେ ଉପଜିଲ୍ଲାପାଳ ପରିକ୍ଷିତ ସାହୁଙ୍କ ସମେତ ରାଜନୈତିକ ଦଳର ପ୍ରତିନିଧିମାନେ ଉପସ୍ଥିତ ଥିଲେ। ଏହାପରେ ପର୍ଯ୍ୟବେକ୍ଷକ ଶ୍ରୀ ଉପାଧ୍ୟାୟ ତିଲେଇବଣି ବ୍ଲକର ସୁଗୁଡ଼ା ପଞ୍ଚାୟତ କାର୍ଯ୍ୟାଳୟ ପରିଦର୍ଶନ କରିଥିଲେ।ବୁଥ୍ ନମ୍ବର ୬୩,୬୪, ୭୦, ୭୨,୭୩, ୨୭୪, ୨୭୫ ଏବଂ ୨୭୬ର ଦାବି ଓ ଆପତ୍ତିର ଶୁଣାଣି ଚାଲିଥିଲା।ଏହି ଶୁଣାଣି ପ୍ରକ୍ରିୟାରେ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଶ୍ରୀ ଉପାଧ୍ୟାୟ ଯୋଗ ଦେଇ ଭୋଟରମାନଙ୍କ ସହ ମତବିନିମୟ କରିଥିଲେ।

  • Related Posts

    ଡକାୟତି ଉଦ୍ୟମ ବିଫଳ ; ଘର ମାଲିକଙ୍କୁ ଗୁଳି କରି ଫେରାର

    ପାଟଣା : ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପୁଲିସ ବିଟ ଅଞ୍ଚଳ ତୋରାଣି ପୋଖରୀ ପଞ୍ଚାୟତ ଖୁଦୁପୁଟୁଳି ଗ୍ରାମର ଯତିନ୍ଦ୍ର ମହାନ୍ତ (୫୧)ଙ୍କ ଘରେ ପଶି ତାଙ୍କ ପେଟକୁ ଗୁଳି କରି ୪ ଜଣ ଡକାୟତ ଫେରାର ହୋଇଯାଇଛନ୍ତି। ଗତରାତି ସାଢ଼େ…

    Continue reading
    ଆଜିଠାରୁ ବୃଦ୍ଧି ପାଇବ ବଜ୍ରପାତ ଓ ବର୍ଷାର ମାତ୍ରା

    ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ଲାଗି ରହିଛି । ଆଜିଠାରୁ ଧୀରେ ଧୀରେ ବଜ୍ରପାତ ଓ ବର୍ଷାର ମାତ୍ରା ବୃଦ୍ଧି ପାଇବ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ