ଆଜି ବାହୁଡ଼ିବେ ଦାରୁବିଗ୍ରହ

ପୁରୀ: ଦାରୁବିଗ୍ରହମାନେ ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶୁକ୍ରବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ। ଏଥିପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖରେ ତିନିରଥ ପ୍ରସ୍ତୁତ ରହିଛି। ସେବାୟତମାନେ ନୀତି ସମ୍ପାଦନ ଓ ଭକ୍ତମାନେ ରଥ ଟାଣିନେବା ପାଇଁ ଉତ୍କଣ୍ଠାର ସହ ଚାହିଁବସିଛନ୍ତି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ, ଶୁକ୍ରବାର ଭୋର ୪ଟାରେ ମଙ୍ଗଳ ଆଳତି ହୋଇ ନୀତି ବଢ଼ିବ। ମଧ୍ୟାହ୍ନ ୧୨ଟାରେ ପହଣ୍ଡି ଆରମ୍ଭ ହୋଇ ୨ଟା ୩୦ରେ ଶେଷ ହେବ। ଅପରାହ୍ନ ୨ଟା ୩୦ରୁ ୩ଟା ୩୦ ପର୍ଯ୍ୟନ୍ତ ଛେରାପହଁରା, ଅପରାହ୍ନ ୩ଟାରୁ ୪ଟା ଭିତରେ ଚାରମାଳ ଫିଟା ସହ ଘୋଡ଼ା ଲାଗିବ। ଅପରାହ୍ନ ୪ଟାରୁ ରଥଟଣା ଆରମ୍ଭ ହେବ। ରଥଟଣା ସରିବା ପରେ ରଥ ଉପରେ ଅନ୍ୟାନ୍ୟ ନୀତି ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ନୀତି ନିର୍ଘଣ୍ଟର ଯଥେଷ୍ଟ ପୂର୍ବରୁ ମହାପ୍ରଭୁଙ୍କ ନୀତି ଆରମ୍ଭ ହେବ ବୋଲି ସେବାୟତମାନଙ୍କ ପକ୍ଷରୁ କୁହାଯାଇଛି। ଭିଡ଼ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି। ୨୨୦ ପ୍ଲାଟୁନ ପୋଲିସ ଫୋର୍ସ ସହ ୧୨ ହଜାର ପୋଲିସ କର୍ମଚାରୀ ଓ କେନ୍ଦ୍ରୀୟ ଫୋର୍ସ ମୁତୟନ ରହିବେ।

  • Related Posts

    ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନା ପରିବର୍ତ୍ତନ ଉଦ୍ୟମ ନେଇ ସାମ୍ବାଦିକ ସଂଘର ବିରୋଧ

    ଭୁବନେଶ୍ୱର: ରାଜ୍ୟରେ କାର୍ଯ୍ୟରତ ସାମ୍ୱାଦିକଙ୍କ ସ୍ୱାସ୍ଥ୍ୟ ସେବା ପାଇଁ “ଗୋପବନ୍ଧୁ ସାମ୍ୱାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା’ ରହିଛି । ହେଲେ ଏବେ ରାଜ୍ୟ ସରକାର ଏଥିରେ ପରିବର୍ତ୍ତନ କରିବାକୁ ମସୁଧା କରୁଛନ୍ତି । ସାମ୍ବାଦିକଙ୍କ ପାଇଁ ଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା…

    Continue reading
    ଭୁବନେଶ୍ୱରରେ ୧୩ତମ ବ୍ରିକ୍ସ ଶିକ୍ଷାମନ୍ତ୍ରୀ ସମ୍ମିଳନୀର ଉଦଘାଟିତ

    ଭୁବନେଶ୍ବର: ଭାରତର ବ୍ରିକ୍ସ ଅଧ୍ୟକ୍ଷତାରେ ଭୁବନେଶ୍ୱରରେ ଆୟୋଜିତ ୧୩ତମ ବ୍ରିକ୍ସ ଶିକ୍ଷାମନ୍ତ୍ରୀ ସମ୍ମିଳନୀର ଉଦ୍ଘାଟନୀ ଅଧିବେଶନ ଗୁରୁବାର ଅନୁଷ୍ଠିତ ହୋଇଛି । ସମ୍ମିଳନୀରେ ବ୍ରିକ୍ସ ସଦସ୍ୟ ଦେଶଗୁଡ଼ିକର ଶିକ୍ଷାମନ୍ତ୍ରୀ ଓ ପ୍ରତିନିଧିମାନେ ଯୋଗଦେଇ ଶିକ୍ଷା କ୍ଷେତ୍ରରେ ସହଯୋଗ, ନବସୃଜନ ଓ ସ୍ଥାୟୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ