ବଢ଼ିଲା ପ୍ରତାପ ଜେନାଙ୍କ ଅଡ଼ୁଆ

ଭୁବନେଶ୍ୱର: ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଜେଡି ନେତା ତଥା ପୂର୍ବତନ ବିଧାୟକ ପ୍ରତାପ ଜେନାଙ୍କ ଅଡ଼ୁଆ ବଢ଼ିଛି । ମାନ୍ୟବର ସୁପ୍ରିମକୋର୍ଟ ମାମଲାକୁ ବିଚାର ପାଇଁ ଗ୍ରହଣ କରିଥିବା ଜଣାଯାଇଛି । ୪ ସପ୍ତାହ ଭିତରେ ମାମଲା ସମ୍ପର୍କରେ ଜବାବ ଦାଖଲ କରିବାକୁ ମାନ୍ୟବର ସୁପ୍ରିମକୋର୍ଟ ରାଜ୍ୟ ସରକାରଙ୍କୁ ନିଦେ୍ର୍ଧଶ ଦେଇଛନ୍ତି । ସୁପ୍ରମିକୋର୍ଟଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଜବାବ ତଲବ କରାଯାଇଛି । ମୃତ କୁଳମଣୀ ବରାଳଙ୍କ ପୁଅ ରଞ୍ଜିତ ବରାଳ ଏନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଏଥିସହ ୪ ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ସୁପ୍ରିମକୋର୍ଟ ଦିନ ଧାର୍ଯ୍ୟ କରିଛନ୍ତି ।

ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଜେଡି ନେତା ତଥା ପୂର୍ବତନ ବିଧାୟକ ପ୍ରତାପ ଜେନାଙ୍କୁ ହାଇକୋର୍ଟରୁ ଆଶ୍ବସ୍ତି ମିଳିଥିଲା ମାହାଙ୍ଗା ଡବଲ ମର୍ଡର ମାମଲାରେ ପ୍ରତାପ ଜେନା ତଦନ୍ତର ସମ୍ମୁଖୀନ ହେବେ ବୋଲି, ନିମ୍ନ ଅଦାଲତ ଯେଉଁ ନିର୍ଦେଶ ଦେଇଥିଲେ, ତାକୁ ରଦ୍ଦ କରିଥିଲାହାଇକୋର୍ଟ।
୨୦୨୩ ସେପ୍ଟେମ୍ବର ୨୫ରେ ସାଲେପୁର ଜେଏମଏଫସି ନିର୍ଦେଶ ଦେଇଥିଲେ କି, ମାହାଙ୍ଗା ଡବଲ ମର୍ଡର ମାମଲାରେ ପ୍ରତାପ ଜେନା ତଦନ୍ତର ସମ୍ମୁଖୀନ ହେବେ। ଉକ୍ତ ନିର୍ଦେଶକୁ ଚ୍ୟାଲେଞ୍ଜ କରି ପ୍ରତାପ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଆବେଦନର ପ୍ରାରମ୍ଭିକ ଶୁଣାଣି କରି ହାଇକୋର୍ଟ ଜେଏମଏଫସି ଅଦାଲତଙ୍କ ରାୟ ଉପରେ ରହିତାଦେଶ ଜାରି କରିଥିଲେ। ପରେ ପ୍ରତାପଙ୍କ ଆବେଦନର ଚୂଡାନ୍ତ ରାୟ ଆସିଥିଲା। ନିମ୍ନ ଅଦାଲତଙ୍କ ରାୟକୁ ହାଇକୋର୍ଟ ରଦ୍ଦ କରିଥିଲେ।ସୂଚନାଯୋଗ୍ୟ ଯେ, ଗତ ୨୦୨୧ ମସିହା ଜାନୁଆରୀ ୨ ତାରିଖ ସନ୍ଧ୍ୟାରେ ସ୍ଥାନୀୟ ବିଜେପି ନେତା କୁଳମଣି ବରାଳ ଓ ଦିବ୍ୟାସିଂହ ବରାଳଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା । ଡିସେମ୍ବର ୯ ରେ ଡବଲ ମର୍ଡର ଘଟଣାର ଏତଲାକାରୀ ରମାକାନ୍ତ ବରାଳଙ୍କ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା । ପରେ ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ଥିବା ପ୍ରଫୁଲ ବିଶ୍ୱାଳଙ୍କ ଟାଙ୍ଗି-କଟକ ରାସ୍ତା ସନ୍ଦେହଜନକ ଭାବେ ଟ୍ରକ ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା। ଏହି ମାମଲାର ଶୁଣାଣି କରି କଟକ ସାଲେପୁର ଅତିରିକ୍ତ ଦୌରାଜଜ୍ କୋର୍ଟ ୯ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ।

  • Related Posts

    ବିଜେପିର ଦମ୍ଭୋକ୍ତି କୁଆଡ଼େ ଗଲା: ନବୀନ

    କୋରାପୁଟ ଜିଲ୍ଲାର କୋଟିଆ ପଂଚାୟତରେ ଆନ୍ଧ୍ର ପ୍ରଦେଶ ସରକାର ନିର୍ବାଚନ ଘୋଷଣା କରିବା ଘଟଣାକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଛି। ଏହି ସମ୍ବେଦନଶୀଳ ପ୍ରସଙ୍ଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି…

    Continue reading
    ପୁଣି ସକ୍ରିୟ ହେଲେ କି ପାଣ୍ଡିଆନ ?

    ପୁରୀ/ଭୁବନେଶ୍ବର: ସାଧାରଣ ନିର୍ବାଚନ 2024ରେ ବିଜେଡିର ପରାଜୟ ପରେ ରାଜନୀତିରୁ ଅବସର ଘୋଷଣା କରିଥିବା ଭୈରବ କାର୍ତ୍ତିକେୟନ ପାଣ୍ଡିଆନ ପୁଣି ସକ୍ରିୟ ହେଉଛନ୍ତି କି ? ଶନିବାର ବିଳମ୍ବିତ ରାତିରେ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ସହ ବିଜେଡି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି