‘ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାନୀତିନିଷ୍ଠାର ପ୍ରତିଫଳନ’

ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ମଧ୍ୟ ସୋସିଆଲ ମିଡିଆ ‘X’ରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ସେ ଲେଖିଛନ୍ତି ଯେ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନ ଦେଶର ଶିକ୍ଷା କ୍ଷେତ୍ରରେ ଐତିହାସିକ ପରିବର୍ତ୍ତନର ନେତୃତ୍ୱ ନେଇଛନ୍ତି। ବିଶେଷକରି NEP-2020 କାର୍ଯ୍ୟକାରୀ କରି ସେ କୋଟି କୋଟି ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ପାଇଁ ଏକ ସୁଦୃଢ଼ ଭିତ୍ତି ସୃଷ୍ଟି କରିଛନ୍ତି।

ସେ ଆହୁରି କହିଛନ୍ତି ଯେ, ସାର୍ବଜନୀନ ଜୀବନରେ ତାଙ୍କର ନୀତିନିଷ୍ଠା, ନୈତିକ ମୂଲ୍ୟବୋଧ ଏବଂ ନିଷ୍କାମ ସେବାଭାବର ପରିଚୟ ଦେଇ ସେ ପଦବୀରୁ ଇସ୍ତଫା ଦେବା ପାଇଁ ଯେଉଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି, ତାହା ତାଙ୍କର ଉଚ୍ଚ ଆଦର୍ଶର ପ୍ରତିଫଳନ।

ତାଙ୍କ ବାର୍ତ୍ତାରେ ସେ ଲେଖିଛନ୍ତି ଯେ, ଆଗାମୀ ଦିନରେ ମଧ୍ୟ ଧର୍ମେନ୍ଦ୍ର ପ୍ରଧାନଙ୍କ କର୍ମମୟ ଯାତ୍ରା ସଫଳତାର ନୂଆ ଦିଗ ସୃଷ୍ଟି କରିବ ଏବଂ ଦେଶବାସୀଙ୍କୁ ପ୍ରେରଣା ଯୋଗାଇବ। ସେ ତାଙ୍କ ଭବିଷ୍ୟତ ପାଇଁ ଶୁଭେଚ୍ଛା ଜଣାଇବା ସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ କାମନା କରିଛନ୍ତି।

  • Related Posts

    ବାଚସ୍ପତିଙ୍କୁ ଚିଠି ଲେଖିଲେ ବିଧାୟକ ପ୍ରକାଶ ସେଠୀ

    କଟକ: ରେଭେନ୍ସା ବିଶ୍ବବିଦ୍ୟାଳୟ ଚିଫ୍ ୱାର୍ଡେନ୍ ଏବଂ କଟକ ସଦର ବିଧାୟକ ପ୍ରକାଶ ସେଠୀଙ୍କ ମଧ୍ୟରେ ବଢିଲା କଳି । ଗୋଟିଏ ପଟେ ବିଧାୟକ କ୍ଷମା ମାଗନ୍ତୁ ବୋଲି ବିଶ୍ବବିଦ୍ୟାଳୟ ୱାର୍ଡେନ୍ ସଂଘ ଅଡି ବସିଛି । ଅନ୍ୟ ପଟେ ବିଧାୟକ…

    Continue reading
    ବିଧାନସଭା ଉପନିର୍ବାଚନରେ ପ୍ରଶାନ୍ତ କିଶୋର ଆଗୁଆ

    ପାଟନା: ବିହାର, ଗୁଜରାଟ ଏବଂ ମଧ୍ୟପ୍ରଦେଶର ଗୋଟିଏ ଲେଖାଏଁ ଆସନର ହୋଇଥିବା ଉପନର୍ବାଚନରେ ଫଳାଫଳ ଆଜି ପ୍ରକାଶ ପାଇବ । ଏ ନେଇ ଭୋଟ୍ ଗଣତି ଜାରି ରହିଛି । ଏଥିରେ ବିହାରର ବାଙ୍କୀପୁର, ବିଧାନସଭା ଉପନିର୍ବାଚନର ଭୋଟ୍ ଗଣତିରେ ଜନ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ