ଜ୍ୟୋତିର୍ମୟୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍ ଆଇଡଲ୍ ସିଜନ୍ 16 ଟ୍ରିଫି ହାତେଇଛନ୍ତି ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକ । ଓଡ଼ିଶାର ପ୍ରଥମ ପ୍ରତିଯୋଗୀ ଭାବେ ଇତିହାସ ରଚିଛନ୍ତି । ଏହି ସଫଳତା ସହ ସେ ଓଲିଉଡ ଓ ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି । ଏନେଇ ତାଙ୍କୁ ସବୁଆଡୁ ଛୁଟୁଛି ଶୁଭେଚ୍ଛାର ସୁଅ ।ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୋଷ୍ଟ କରି ଲେଖିଛନ୍ତି, ”ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହୋଇ ଆମ ମାଟିର ନାଁ ସାରା ଦେଶରେ ଉଜ୍ଜ୍ୱଳ କରିଥିବା ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକଙ୍କୁ ମୋର ଅଶେଷ ସ୍ନେହ, ଶୁଭେଚ୍ଛା ଓ ଅଭିନନ୍ଦନ । ତାଙ୍କର ଏହି ସଫଳତା ଓଡ଼ିଶାର ଅଗଣିତ ଯୁବ ପ୍ରତିଭା ଓ ଉଦୀୟମାନ କଳାକାରଙ୍କ ପାଇଁ ଏକ ବଡ଼ ପ୍ରେରଣା । ଜ୍ୟୋତିର୍ମୟୀଙ୍କ ଉଜ୍ଜ୍ୱଳ ଓ ସମୃଦ୍ଧ ଭବିଷ୍ୟତ କାମନା କରୁଛି ।”
ସେହିପରି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଏକ୍ସରେ ଶୁଭେଚ୍ଛା ଜଣାଇ ଲେଖିଛନ୍ତି, ”ଇତିହାସ ରଚିଲେ ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକ । ପ୍ରସିଦ୍ଧ ସଙ୍ଗୀତ ପ୍ରତିଯୋଗିତା ଇଣ୍ଡିଆନ୍ ଆଇଡଲ୍ ସିଜନ୍ ୧୬ର ବିଜେତା ହୋଇ ଓଡ଼ିଶା ପାଇଁ ଗୌରବ ଆଣିଥିବା ଜ୍ୟୋତିର୍ମୟୀ ନାୟକଙ୍କୁ ଅଶେଷ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରୁଛି ।”
ନବୀନ ପଟ୍ଟନାୟକ ଏକ୍ସରେ ଶୁଭେଚ୍ଛା ଜଣାଇ ଲେଖିଛନ୍ତି, ”ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକ ଇଣ୍ଡିଆନ୍ ଆଇଡଲ୍ ୧୬ର ବିଜେତା ହୋଇ ସଭିଙ୍କ ଗୌରବ ସାଜିଛନ୍ତି। ନିଜ ଦକ୍ଷତା ବଳରେ ସେ ହାସଲ କରିଥିବା ସଫଳତା ସମଗ୍ର ଓଡ଼ିଶା ପାଇଁ ଗର୍ବର ବିଷୟ। ତାଙ୍କର ଆହୁରି ସଫଳତା ଓ ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି ।” ସେହିପରି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ମଧ୍ୟ ଜ୍ୟୋତିର୍ମୟୀଙ୍କ ସଫଳତା ନେଇ ଶୁଭକାମନା ଜଣାଇଛନ୍ତି ।

  • Related Posts

    ଶୋଇଥିବା ବେଳେ ହାତୀ ଆକ୍ରମଣ, ୪ ଗୁରୁତର

    ବଲାଙ୍ଗୀର :ରାତିରେ ଶୋଇଥିବା ବେଳେ ହାତୀ ଆକ୍ରମଣ। ଗୋଟିଏ ପରିବାରର ୪ ଗୁରୁତର। ବଲାଙ୍ଗୀର ଜିଲ୍ଲା ମୁରିବାହଲ ଥାନା ସରଗୁଲ ଗାଁରେ ହାତୀ ଆତଙ୍କ। ରାତିରେ ଶୋଇଥିବା ବେଳେ ଗାଁରେ ପଶିଥିଲେ ୧୫ ଟିକିଆ ହାତୀ ପଲ। ଆକ୍ରମଣରେ ଗାଁର ଲିଙ୍ଗରାଜ…

    Continue reading
    ସ୍କୁଲ ପ୍ରବେଶ ଫାଟକ ଭୁଶୁଡ଼ି ଦୁଇ ଛାତ୍ର ଆହତ

    ନନ୍ଦପୁର: କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ ହୋଇଛନ୍ତି। ଦୁଇ ଛାତ୍ର ସତ୍ୟ ଖିଲ (୭) ଓ କାମେଶ ଖିଲ (୮)ଙ୍କୁ ନନ୍ଦପୁର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ