ବଙ୍ଗୋପସାଗରରେ ଗଭୀର ଅବପାତ

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଥିବା ସୁଦୃଶ ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଆଜି ଅବପାତର ରୂପ ନେଇଛି । ଅବପାତ ଘନୀଭୂତ ହୋଇ ଏକ ଗଭୀର ଅବପାତ ଭାବେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ କେନ୍ଦ୍ରୀଭୂତ ଅଛି ।

ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଆଜି ଅପରାହ୍ନ ସମୟରେ ପଶ୍ଚିମବଙ୍ଗ-ଉତ୍ତର ଓଡିଶା ଉପକୂଳ ବାଲେଶ୍ୱର ଏବଂ କ୍ୟାନିଂ ମଧ୍ୟରେ ଅତିକ୍ରମ କରିବା ସମ୍ଭାବନା ରହିଛି । ଏହା ପ୍ରଭାବରେ ଉତ୍ତର ଓଡ଼ିଶାରେ ଭୀଷଣ ବର୍ଷା ହେବା ବୋଲି ପାଣିପାଗ ବିଭାଗ ସତର୍କତା ଜାରି କରିଛି ।ପାଣିପାଗ ବିଭାଗ କହିଛି, “ଲଘୁଚାପ ଗତ 6 ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି 3 କିଲୋମିଟର ବେଗରେ ଉତ୍ତର ଦିଗକୁ ବହୁତ ଧୀରେ ଗତି କରି ଡିପ୍‌ ଡିପ୍ରେସନରେ ପରିଣତ ହୋଇଥିଲା ଏବଂ ଆଜି ସକାଳେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଉପରେ କେନ୍ଦ୍ରୀଭୂତ ହୋଇଥିଲା । ଏହା ସାଗର ଦ୍ୱୀପ (ପଶ୍ଚିମବଙ୍ଗ)ରୁ ପ୍ରାୟ 40 କିଲୋମିଟର ଦକ୍ଷିଣରେ, ଦୀଘା (ପଶ୍ଚିମବଙ୍ଗ)ରୁ 70 କିଲୋମିଟର ପୂର୍ବ-ଦକ୍ଷିଣ-ପୂର୍ବରେ, ଡାଇମଣ୍ଡ ହାର୍ବର (ପଶ୍ଚିମବଙ୍ଗ)ରୁ 100 କିଲୋମିଟର ଦକ୍ଷିଣରେ, ବାଲେଶ୍ୱର (ଓଡିଶା)ରୁ 120 କିଲୋମିଟର ପୂର୍ବ-ଦକ୍ଷିଣ-ପୂର୍ବରେ ଏବଂ କ୍ୟାନିଂ (ପଶ୍ଚିମବଙ୍ଗ)ରୁ 120 କିଲୋମିଟର ଦକ୍ଷିଣ-ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ ।”ଏହା ପ୍ରାୟ ଉତ୍ତର-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆଜି ଅପରାହ୍ନ ଘଣ୍ଟା ପ୍ରତି 3 କିଲୋମିଟର ବେଗରେ ବାଲେଶ୍ଵର ଏବଂ କ୍ୟାନିଂ ମଧ୍ୟରେ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ଅଧିକ ରହିଛି ।ଆଜି ସାରା ରାଜ୍ୟରେ ବର୍ଷା ସହ ଝଡ଼ି ପବନ ଲାଗି ରହିବ । ଭୀଷଣ ବର୍ଷା ପାଇଁ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ବରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟ ସବୁ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

  • Related Posts

    ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା

    ଦେବଗଡ଼:ଦେବଗଡ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଆଜି ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଆଚାର୍ଯ୍ୟ ଉମାକାନ୍ତ ରଣାଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଶିକ୍ଷାବିତ ଡ.ରାମଚନ୍ଦ୍ର ମହାପାତ୍ର, ଉଦୟ ପ୍ରଧାନ, ଅବସରପ୍ରାପ୍ତ କଲେଜ ପ୍ରଧ୍ୟାପକ ଅଶୋକ ମିଶ୍ର, ଶିକ୍ଷୟତ୍ରୀ…

    Continue reading
    ସୁଗଡ଼ବାଡି ପଞ୍ଚାୟତରେ ଜନଶୁଣାଣୀ କାର୍ଯ୍ୟକ୍ରମ

    ରାଇକିଆ: ରାଇକିଆ ବ୍ଲକର ସୁଗଡ଼ବାଡି ପଞ୍ଚାୟତ ସଭା ଗୃହ ରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡ଼ଃ ସବ୍ୟସାଚୀ ସାହୁ ଙ୍କ ଅଧ୍ୟକ୍ଷତାର ଜନଶୁଣାଣୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା.ଜନଶୁଣାଣୀରେ ମୋଟ ୨୦ଟି ଅଭିଯୋଗ ରୁ ୨ ଗୋଟି ସାମୁହିକ ଏବଂ ୧୮ଟି ବ୍ୟକ୍ତିଗତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ