ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ, ୫ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

ଭୁବନେଶ୍ୱର: ଇଣ୍ଡିଆନ୍ ଆଇଡଲ୍ ବିଜେତା ସାଜି ଓଡ଼ିଶା ଓ ଓଲିଉଡ ପାଇଁ ଗୌରବ ଆଣିଛନ୍ତି ଜ୍ୟୋତିର୍ମୟୀ ନାୟକ । ଏହି ସମୟରେ ତାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଜ୍ୟୋତିର୍ମୟୀଙ୍କ ଅସାଧାରଣ କୃତିତ୍ୱ ପାଇଁ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛନ୍ତି । ନୂଆ ପିଢିର କଣ୍ଠଶିଳ୍ପୀଙ୍କ ପାଇଁ ଜ୍ୟୋତିର୍ମୟୀ ପ୍ରେରଣା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚଳିତ ବର୍ଷର ଇଣ୍ଡିଆନ୍ ଆଇଡଲ୍- ସିଜିନ୍ ୧୬ର ବିଜେତା ଜ୍ୟୋତିର୍ମୟୀ ନାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ସମ୍ବର୍ଦ୍ଧିତ କରିଛନ୍ତି । ଏଥିସହ ଜ୍ୟୋତିର୍ମୟୀଙ୍କ ଅସାଧାରଣ କୃତିତ୍ୱ ପାଇଁ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛନ୍ତି । ଜ୍ୟୋତିର୍ମୟୀ ମୁଖ୍ୟମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ଭେଟି ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ପ୍ରଦର୍ଶନ କରିଛନ୍ତି । ଏହା ସହ ଇଣ୍ଡିଆନ୍ ଆଇଡଲ୍‌’ର ସଫଳତା ପଛରେ ଥିବା ତାଙ୍କ କଠିନ ପରିଶ୍ରମ ବିଷୟରେ ବର୍ଣ୍ଣନା କରିଛନ୍ତି । ମୁଖ୍ୟମନ୍ତ୍ରୀ ଜ୍ୟୋତିର୍ମୟୀଙ୍କ ଏହି ସଫଳତା ପାଇଁ ଅଭିନନ୍ଦନ ଜଣାଇଛନ୍ତି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ, ନିଜର ଅସାଧାରଣ ପ୍ରତିଭା ଓ କଠିନ ସାଧନା ବଳରେ ଜାତୀୟ ସ୍ତରରେ ବିଜେତା ହୋଇ ରାଜ୍ୟ ପାଇଁ ସେ ଗୌରବ ଆଣିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ନୂଆ ପିଢିର କଣ୍ଠଶିଳ୍ପୀଙ୍କ ପାଇଁ ଜ୍ୟୋତିର୍ମୟୀ ଏକ ପ୍ରେରଣା ବୋଲି କହିଛନ୍ତି ।ଜ୍ୟୋତିର୍ମୟୀ ତାଙ୍କର ସଙ୍ଗୀତ ପ୍ରତିଭାକୁ ଚିକିତ୍ସା କ୍ଷେତ୍ରରେ ମଧ୍ୟ ଉପଯୋଗ କରୁଛନ୍ତି । ରାଜ୍ୟର ଅନେକ କ୍ୟାନ୍ସର ହସ୍ପିଟାଲରେ ମ୍ୟୁଜିକ୍ ଥେରାପି ପ୍ରୟୋଗ କରି ସେମାନଙ୍କ କଷ୍ଟ ଲାଘବ କରିବାରେ ସହାୟତା କରିଛନ୍ତି ଜ୍ୟୋତିର୍ମୟୀଙ୍କର ଏହି ବିରଳ ପ୍ରତିଭା ଓ ସେବା ମନୋଭାବର ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, “ଜ୍ୟୋତିର୍ମୟୀ ସାରା ରାଜ୍ୟ ତଥା ଦେଶର ଏକ ‘ୟୁଥ୍ ଆଇକନ୍’ । ସଙ୍ଗୀତକୁ ରୋଗୀଙ୍କ ସେବା କ୍ଷେତ୍ରରେ ବ୍ୟବହାର କରିବାର ଏହି ଉଦ୍ୟମ ଆଗାମୀ ଦିନରେ ଏକ ନୂଆ ଟ୍ରେଣ୍ଡ୍ ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଛନ୍ତି । ଜ୍ୟୋତିର୍ମୟୀଙ୍କ ଭଳି ଯୁବ ପ୍ରତିଭାଙ୍କ ନିଷ୍ଠା ଓ ଉଦ୍ୟମ ସମୃଦ୍ଧ ଓଡିଶା ଓ ବିକଶିତ ଭାରତ ଗଠନର ସ୍ୱପ୍ନକୁ ସାର୍ଥକ କରିବ ।ଜ୍ୟୋତିର୍ମୟୀଙ୍କ ଏହି ଯାତ୍ରାରେ ରାଜ୍ୟବାସୀ ବିପୁଳ ଉତ୍ସାହର ସହ ସମର୍ଥନ କରିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏହି ଜାତୀୟ ସ୍ତରର କୃତିତ୍ୱ ସମଗ୍ର ରାଜ୍ୟବାସୀଙ୍କ ପାଇଁ ଏକ ସ୍ମରଣୀୟ ଅଧ୍ୟାୟ । ଏହା ଓଡିଶାର କଳା ପ୍ରତିଭାକୁ ଜାତୀୟ ସ୍ତରରେ ଆହୁରି ଉଜ୍ଜ୍ୱଳ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ଅବସରରେ ଜ୍ୟୋତିର୍ମୟୀଙ୍କ ପିତା ଚକ୍ରଧର ନାୟକ ଓ ମାତା ଗୌରୀ ନାୟକ ଉପସ୍ଥିତ ଥିଲେ ।

କହିରଖୁଛୁ କି, ଇଣ୍ଡିଆନ ଆଇଡଲ ସିଜନ 16 ବିଜୟ ମୁକୁଟ ପିନ୍ଧିଛନ୍ତି ଜ୍ୟୋତିର୍ମୟୀ ନାୟକ । ସେ ଅଂଶିକା ଚୋନକର, ମନରାଜ ଭୀର ସିଂ, ମାସ୍କାମେ ବୋସୁ, ସୁହେଲ ସୁଫି ଏବଂ ତନିସ୍କ ଶୁକ୍ଲାଙ୍କ ଭଳି ଦୃଢ ପ୍ରତିଯୋଗୀଙ୍କୁ ପଛରେ ପକାଇ ଫାଇନାଲରେ ଟ୍ରଫି ଜିତିଛନ୍ତି । ଏଥିସହ ସେ 20 ଲକ୍ଷ ପୁରସ୍କାର ମଧ୍ୟ ଜିତିଛନ୍ତି । ଜବଲପୁରର ତନିଷ୍କ ଶୁକ୍ଲା ପ୍ରଥମ ରନର୍ସ-ଅପ୍ ହୋଇଛନ୍ତି ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ