ଜ଼ିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଦ୍ଵିତୀୟ କ୍ଲଷ୍ଟର ସ୍ତରୀୟ ବୈଠକ

ଦେବଗଡ଼ ଜ଼ିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ପରିସରରେ ଦ୍ଵିତୀୟ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଅଛି।ପ୍ରତିଷ୍ଠାନର ଅଧ୍ୟକ୍ଷ ସନ୍ତୋଷ କୁମାର ଗୌଡ଼ କାର୍ଯ୍ୟକ୍ରମକୁ ଉଦଘାଟନ କରିବା ସହ ବୈଠକର ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ।ବୈଠକର ପ୍ରଥମ ପର୍ଯ୍ୟାୟରେ ପ୍ରଶିକ୍ଷିକା ପାର୍ଥିବୀ ପ୍ରିୟଦର୍ଶିନୀ ସ୍ୱାଗତ,ପୂର୍ଵ ବୈଠକର ବିଷୟବସ୍ତୁର ଆଲୋଚନା, ଗେଲେରୀ କାର୍ଯ୍ୟ, ବରିଷ୍ଠ ପ୍ରଶିକ୍ଷିକା ଅନିମା ତିର୍କୀ ମୌଳିକ ସାକ୍ଷରତା ଓ ବରିଷ୍ଠ ପ୍ରଶିକ୍ଷିକା ନିବେଦିତା ବେହେରା ମୌଳିକ ସଂଖ୍ୟାଜ୍ଞାନ, ଦଳଗତ ଉପସ୍ଥାପନା କରାଇଥିଲେ।ସେହିପରି ଦ୍ଵିତୀୟ ପର୍ଯ୍ୟାୟରେ ବରିଷ୍ଠ ପ୍ରଶିକ୍ଷିକା ସସ୍ମିତା ଖଟୁଆ ନ୍ୟସ୍ତ କାର୍ଯ୍ୟର ଆଲୋଚନା, ବିଦ୍ୟାଳୟ ପରିଦର୍ଶନ ବରିଷ୍ଠ ପ୍ରଶିକ୍ଷିକା ମନ୍ଦାକିନୀ ଟୁଡୁ ବିଦ୍ୟାଳୟ ଶିକ୍ଷଣ ରେଜିଷ୍ଟର, ଜ଼ିଲ୍ଲା ଓ କ୍ଲଷ୍ଟର ସ୍ତରୀୟ ଆଲୋଚନା, ସଂକ୍ଷେପଣ,ନ୍ୟସ୍ତ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଥିଲେ। ବୈଠକରେ ଜ଼ିଲ୍ଲାର ମୋଟ ୪୧ ଜଣ ସି. ଆର. ସି. ସି.ଓ ୯ ଜଣ ସହକାରୀ ଶିକ୍ଷକ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ଅନୁଷ୍ଠାନର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।

  • Related Posts

    ଡକାୟତି ଉଦ୍ୟମ ବିଫଳ ; ଘର ମାଲିକଙ୍କୁ ଗୁଳି କରି ଫେରାର

    ପାଟଣା : ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପୁଲିସ ବିଟ ଅଞ୍ଚଳ ତୋରାଣି ପୋଖରୀ ପଞ୍ଚାୟତ ଖୁଦୁପୁଟୁଳି ଗ୍ରାମର ଯତିନ୍ଦ୍ର ମହାନ୍ତ (୫୧)ଙ୍କ ଘରେ ପଶି ତାଙ୍କ ପେଟକୁ ଗୁଳି କରି ୪ ଜଣ ଡକାୟତ ଫେରାର ହୋଇଯାଇଛନ୍ତି। ଗତରାତି ସାଢ଼େ…

    Continue reading
    ଆଜିଠାରୁ ବୃଦ୍ଧି ପାଇବ ବଜ୍ରପାତ ଓ ବର୍ଷାର ମାତ୍ରା

    ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ଲାଗି ରହିଛି । ଆଜିଠାରୁ ଧୀରେ ଧୀରେ ବଜ୍ରପାତ ଓ ବର୍ଷାର ମାତ୍ରା ବୃଦ୍ଧି ପାଇବ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ