ହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ

ଲାଞ୍ଜିଗଡ଼: କଳାହାଣ୍ଡିଜିଲ୍ଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ବନାଞ୍ଚଳ ଅଧୀନରେ ଥିବା ଲାଞ୍ଜିଗଡ଼ ବ୍ଲକ୍ କୁମଖାଲ ପଞ୍ଚାୟତ ଅନ୍ତର୍ଗତ ପିଡେଲବାଜୁ ଗାଁରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି।ଗତ ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି।ଏହାକୁ ନେଇ ଲୋକେ ବନ ବିଭାଗ ଉପରେ ଅସନ୍ତୋଷ ପ୍ରକାଶ କରିବା ସହ କ୍ଷତିପୂରଣ ଦାବିରେ ମୂଷାନାଳ-ବିଶ୍ୱନାଥପୁର ମୁଖ୍ୟ ରାସ୍ତା ଅବରୋଧ କରିଛନ୍ତି।
ସୂଚନା ମୁତାବକ, ଗତକାଲି ବିଳମ୍ବିତ ରାତିରେ ଜଙ୍ଗଲୀ ହାତୀ ନିକଟସ୍ଥ ଜଙ୍ଗଲରୁ ପିଡେଲବାଜୁ ଗାଁ ଭିତରକୁ ପଶି ଘରଦ୍ଵାର ଭାଙ୍ଗି କ୍ଷୟକ୍ଷତି କରିବା ସହ ଗାଁର ତିଲେଇ ହରିଜନ(୬୦) ନାମକ ବୃଦ୍ଧାଙ୍କୁ ହାତୀ ଆକ୍ରମଣ କରି ଦଳିଚକଟି ଦେଇ ଥିବା ବୃଦ୍ଧା ତିଲେଇ ମୃତ୍ୟୁ ଘଟିଥିଲା।ଏହି ଦୁଃଖଦ ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଭୟ ଓ ଅସନ୍ତୋଷର ବାତାବରଣ ସୃଷ୍ଟି ହୋଇଛି। ଦୀର୍ଘ ଦିନ ହେବ ଏହି ବ୍ଲକର ବିଭିନ୍ନ ଗାଁରେ ହାତୀଙ୍କ ଉପଦ୍ରବ ବୃଦ୍ଧି ପାଉଥିବା ଯୋଗୁଁ ବନବିଭାଗ ଏଥିପ୍ରତି ଦୃଷ୍ଟି ଦେବାକୁ ଗ୍ରାମବାସୀ ଅଭିଯୋଗ କରିଛନ୍ତି।
ଏହାକୁ ନେଇ ଲୋକେ ବନବିଭାଗ ଉପରେ ଅସନ୍ତୋଷ ପ୍ରକାଶ କରିବା ସହ କ୍ଷତିପୂରଣ ଦାବିରେ ମୂଷାନାଳ-ବିଶ୍ୱନାଥପୁର ମୁଖ୍ୟ ରାସ୍ତା ଅବରୋଧ କରିଛନ୍ତି।ମୃତକଙ୍କ ପରିବାରକୁ ତୁରନ୍ତ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ କରାଯିବା ସହିତ ଅଞ୍ଚଳରୁ ହାତୀ ସୁରକ୍ଷିତ ଭାବେ ଘଉଡ଼ାଇବା ପାଇଁ ବନବିଭାଗ ପାଟ୍ରୋଲିଂ କଡ଼ାକଡ଼ି କରିବା ଦାବି ରହିଛି। ଖବର ପାଇ ସରପଞ୍ଚ ସାନ୍ଦ୍ରୁ ମାଝୀ ଘଟଣା ସ୍ଥଳରେ ପହଞ୍ଚି ସ୍ଥିତ ଅନୁଧ୍ୟାନ କରି ସମସ୍ତଙ୍କୁ ଆଜି ସକାଳ ଛଅଟା ସମୟରେ ସୁଚନା ଦେଇଛନ୍ତି। ବନବିଭାଗ ପକ୍ଷରୁ ବିଶ୍ୱନାଥପୁର ଫରେଷ୍ଟର ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଥିବା ଜଣାପଡିଛି।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ