ଦ୍ଵିତୀୟ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ

ତିଳେଇବଣି ବ୍ଲକ ସୁଗୁଡା କ୍ଲଷ୍ଟର ଗୁଣ୍ଡୁରିପୋଷି ପ୍ରାଥମିକ ବିଦ୍ୟାଳୟ ପରିସରରେ ଦ୍ଵିତୀୟ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଅଛି।ସିଆରସିସି ପ୍ରାଣବନ୍ଧୁ ଘଡେଇ ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଦେବଗଡ଼ ଜ଼ିଲ୍ଲା ଶିକ୍ଷା ଅଧିକାରୀ ଗେନ୍ଦେରା କୁଜୁର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବୈଠକର ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ବୈଠକରେ ପୂର୍ଵ ବୈଠକର ବିଷୟବସ୍ତୁର ଆଲୋଚନା, ମୌଳିକ ସାକ୍ଷରତା ସଂଖ୍ୟାଜ୍ଞାନ ଦଳଗତ କାର୍ଯ୍ୟ ଓ ଉପସ୍ଥାପନା,ନ୍ୟସ୍ତ କାର୍ଯ୍ୟର ଆଲୋଚନା, ବିଦ୍ୟାଳୟ ପରିଦର୍ଶନ, ବିଦ୍ୟାଳୟ ଶିକ୍ଷଣ ରେଜିଷ୍ଟର ସମ୍ପର୍କରେ ଆଲୋଚନା କରାଯାଇଥିଲା । ଦ୍ଵିତୀୟ ପର୍ଯ୍ୟାୟ ରେ ବିଭିନ୍ନ ବିଦ୍ୟାଳୟ ଦ୍ୱାରା ପ୍ରସ୍ତୁତ ହୋଇ ଆସିଥିବା ଅଭିନଵ ଶିକ୍ଷଣ କୁ ଗ୍ୟାଲେରି କାର୍ଯ୍ୟ ମାଧ୍ୟମରେ ପ୍ରଦର୍ଶନ କରାଯାଇଥିଲା।ବୈଠକରେ କ୍ଲଷ୍ଟରର ସମସ୍ତ ପ୍ରଧାନ ଶିକ୍ଷକ ଓ ଏଫ. ଏଲ. ଏନ ଶିକ୍ଷକ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ହରିହର କିଶାନ, ସହକାରୀ ଶିକ୍ଷୟିତ୍ରୀ ସସ୍ମିତା ତାଣ୍ଡି ସହଯୋଗ କରିଥିଲେ।

  • Related Posts

    ଡକାୟତି ଉଦ୍ୟମ ବିଫଳ ; ଘର ମାଲିକଙ୍କୁ ଗୁଳି କରି ଫେରାର

    ପାଟଣା : ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପୁଲିସ ବିଟ ଅଞ୍ଚଳ ତୋରାଣି ପୋଖରୀ ପଞ୍ଚାୟତ ଖୁଦୁପୁଟୁଳି ଗ୍ରାମର ଯତିନ୍ଦ୍ର ମହାନ୍ତ (୫୧)ଙ୍କ ଘରେ ପଶି ତାଙ୍କ ପେଟକୁ ଗୁଳି କରି ୪ ଜଣ ଡକାୟତ ଫେରାର ହୋଇଯାଇଛନ୍ତି। ଗତରାତି ସାଢ଼େ…

    Continue reading
    ଆଜିଠାରୁ ବୃଦ୍ଧି ପାଇବ ବଜ୍ରପାତ ଓ ବର୍ଷାର ମାତ୍ରା

    ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ଲାଗି ରହିଛି । ଆଜିଠାରୁ ଧୀରେ ଧୀରେ ବଜ୍ରପାତ ଓ ବର୍ଷାର ମାତ୍ରା ବୃଦ୍ଧି ପାଇବ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ