ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେବେ। ଆସନ୍ତା ୭ ଏବଂ ୮ ତାରିଖରେ ବିଭିନ୍ନ ସଂସ୍ଥା ସହ ଏକାଧିକ ବୈଠକ ଅନୁଷ୍ଠିତ ହେବ। ଆଲୁମିନିୟମରୁ କିପରି ବିଭିନ୍ନ ଉତ୍ପାଦ ପ୍ରସ୍ତୁତ ହେବ। ସେହିପରି ବିଭିନ୍ନ ଡାଉନ ଷ୍ଟ୍ରିମ୍‌ କମ୍ପାନୀ ସହ ଏହି ରୋଡ୍‌ ଶୋ’ରେ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ କିପରି ଅଧିକରୁ ଅଧିକ ଡାଉନ ଷ୍ଟ୍ରିମ୍‌ କମ୍ପାନୀ ନିବେଶ କରିବେ ସେଦିଗରେ ସରକାର ଅଧିକ ଗୁରୁତ୍ୱ ଦେବା ଆରମ୍ଭ କରିଛନ୍ତି। ବିଭିନ୍ନ ଫୁଡ୍‌ ପ୍ରୋସେସିଂ କମ୍ପାନୀ ସହ ମଧ୍ୟ ମୁଖ୍ୟମନ୍ତ୍ରୀ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଶିଳ୍ପ ସଚିବ ହେମନ୍ତ ଶର୍ମା ଏବଂ ଅନ୍ୟ କେତେଜଣ ବରିଷ୍ଠ ଅଧିକାରୀଙ୍କ ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି। ୮ ତାରିଖରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରିବା କାର୍ଯ୍ୟକ୍ରମ ରହିଛି। କୌଣସି କାରଣ ବଶତଃ ଯଦି ବିଳମ୍ବ ହୁଏ ତେବେ ମୁଖ୍ୟମନ୍ତ୍ରୀ ଏହାର ପରଦିନ ଅର୍ଥାତ୍‌ ୯ ତାରିଖ ସକାଳୁ ଫେରିପାରନ୍ତି।

  • Related Posts

    ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନା ପରିବର୍ତ୍ତନ ଉଦ୍ୟମ ନେଇ ସାମ୍ବାଦିକ ସଂଘର ବିରୋଧ

    ଭୁବନେଶ୍ୱର: ରାଜ୍ୟରେ କାର୍ଯ୍ୟରତ ସାମ୍ୱାଦିକଙ୍କ ସ୍ୱାସ୍ଥ୍ୟ ସେବା ପାଇଁ “ଗୋପବନ୍ଧୁ ସାମ୍ୱାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା’ ରହିଛି । ହେଲେ ଏବେ ରାଜ୍ୟ ସରକାର ଏଥିରେ ପରିବର୍ତ୍ତନ କରିବାକୁ ମସୁଧା କରୁଛନ୍ତି । ସାମ୍ବାଦିକଙ୍କ ପାଇଁ ଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା…

    Continue reading
    ଭୁବନେଶ୍ୱରରେ ୧୩ତମ ବ୍ରିକ୍ସ ଶିକ୍ଷାମନ୍ତ୍ରୀ ସମ୍ମିଳନୀର ଉଦଘାଟିତ

    ଭୁବନେଶ୍ବର: ଭାରତର ବ୍ରିକ୍ସ ଅଧ୍ୟକ୍ଷତାରେ ଭୁବନେଶ୍ୱରରେ ଆୟୋଜିତ ୧୩ତମ ବ୍ରିକ୍ସ ଶିକ୍ଷାମନ୍ତ୍ରୀ ସମ୍ମିଳନୀର ଉଦ୍ଘାଟନୀ ଅଧିବେଶନ ଗୁରୁବାର ଅନୁଷ୍ଠିତ ହୋଇଛି । ସମ୍ମିଳନୀରେ ବ୍ରିକ୍ସ ସଦସ୍ୟ ଦେଶଗୁଡ଼ିକର ଶିକ୍ଷାମନ୍ତ୍ରୀ ଓ ପ୍ରତିନିଧିମାନେ ଯୋଗଦେଇ ଶିକ୍ଷା କ୍ଷେତ୍ରରେ ସହଯୋଗ, ନବସୃଜନ ଓ ସ୍ଥାୟୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ