ଶିମିଳିପାଳରେ କଳା ବାଘୁଣୀର ମୃତଦେହ ଠାବ

ବାରିପଦା: ଶିମିଳିପାଳ ଦକ୍ଷିଣ ଡିଭିଜନର ଉପରବାରାହା କାମୁଡା ରେଞ୍ଜରେ ବିରଳ ପ୍ରଜାତି କଳା ବାଘୁଣୀର ମୃତଦେହ ଠାବ ହୋଇଛି l ଗତ ୬ ତାରିଖ ସନ୍ଧ୍ୟା ୫ ଟା ସମୟରେ ପାଟ୍ରୋଲିଂ କରୁଥିବା ଷ୍ଟାଫ୍ ପ୍ରାୟ ୫ ବର୍ଷର ଏକ ମାଈ ମେଲାନିଷ୍ଟିକ ବାଘର ମୃତଦେହ ଠାବ କରିଥିଲେ। ଖବର ପାଇବା ମାତ୍ରେ ଶିମିଳିପାଳ ଟାଇଗର ରିଜର୍ଭର କ୍ଷେତ୍ର ନିର୍ଦ୍ଦେଶକ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ।ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣର ମାନକ କାର୍ଯ୍ୟପ୍ରଣାଳୀ ଅନୁଯାୟୀ ଗତ ୭ ତାରିଖରେ ଏକ ବିଶେଷଜ୍ଞ ଦଳ ଦ୍ୱାରା ବାଘର ମୃତଦେହକୁ ବ୍ୟବଚ୍ଛେଦ କରାଯାଇଥିଲା। ଏହି ଦଳରେ ଶିମିଳିପାଳ ଟାଇଗର ରିଜର୍ଭର କ୍ଷେତ୍ର ନିର୍ଦ୍ଦେଶ, ଜଣେ ପଶୁ ଚିକିତ୍ସକ, ୱାଇଲ୍ଡଲାଇଫ ଟ୍ରଷ୍ଟ ଅଫ୍ ଇଣ୍ଡିଆର ଜଣେ ପଶୁ ଚିକିତ୍ସକ, ଠାକୁରମୁଣ୍ଡାର ଜଣେ ପଶୁ ଚିକିତ୍ସକ ଏବଂ ମହାରାଷ୍ଟ୍ର ଜଣେ ସହକାରୀ ଅଧ୍ୟାପକ ସାମିଲ ଥିଲେ। ପ୍ରାଥମିକ ପରୀକ୍ଷାରୁ ବାଘର ଶରୀରେ କୌଣସି ଆଘାତ ଚିହ୍ନ ମିଳିନାହିଁ। ତଥାପି ମୃତ୍ୟୁର ପ୍ରକୃତ କାରଣ ଜାଣିବା ପାଇଁ ବିଭିନ୍ନ ଜୈବିକ ନମୁନା ସଂଗ୍ରହ କରି ଭୁବନେଶ୍ୱର ଓୟୁଏଟିର ସେଣ୍ଟର ଫର ୱାଇଲ୍ଡଲାଇଫ ହେଲଥକୁ ବିସ୍ତୃତ ଲାବୋରେଟରି ପରୀକ୍ଷା ପାଇଁ ପଠାଯାଇଛି। ରିପୋର୍ଟ ହାତକୁ ଆସିବା ପରେ ହିଁ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହୋଇପାରିବ ବୋଲି ଶିମିଳିପାଳ କ୍ଷେତ୍ର ନିର୍ଦ୍ଦେଶକ ଡ଼ ପ୍ରକାଶ ଚାନ୍ଦ ଗୋଗିନେନି କହିଛନ୍ତି l

ବ୍ୟବଚ୍ଛେଦ ସରିବା ପରେ ସମସ୍ତ ନିୟମ ଅନୁଯାୟୀ ବାଘର ମୃତଦେହକୁ ପୋଡି ଦିଆଯାଇଛି। ପୋଷ୍ଟମର୍ଟମରୁ ଆରମ୍ଭ କରି ମୃତଦେହକୁ ପୋଡିବା ପର୍ଯ୍ୟନ୍ତ ସମସ୍ତ ପ୍ରକ୍ରିୟାର ଭିଡିଓ ଏବଂ ଫଟୋ ମଧ୍ୟ ରେକର୍ଡ କରାଯାଇଛି। ବିଶ୍ୱରେ କେବଳ ଶିମିଳିପାଳରେ ହିଁ ଏପରି କଳା ବାଘ ଦେଖିବାକୁ ମିଳୁଥିବାରୁ ଏହି ଘଟଣା ବ୍ୟାଘ୍ର ସଂରକ୍ଷଣ କ୍ଷେତ୍ରେ ନିଶ୍ଚିତ ଭାବେ ଏକ ବଡ଼ କ୍ଷତି ବୋଲି ବନ ବିଭାଗ କହିଛି।

  • Related Posts

    ମେଟାକୁ କୋର୍ଟଙ୍କ ନିର୍ଦେଶ; ମୋଦୀ-ମହିଳାଙ୍କ ଫଟୋ ହଟାଅ

    ନୂଆଦିଲ୍ଲୀ: କକ୍ରୋଚ୍ ଜନତା ପାର୍ଟି (ସିଜେପି) ନେତା ସୌରଭ ଦାସ, ଅଭିଜିତ ଦୀପକେ, ଆଶୁତୋଷ ରଙ୍କା ଓ ରତ୍ନ ସିଂହଙ୍କୁ ଦିଲ୍ଲୀ ହାଇକୋର୍ଟ ଶୁକ୍ରବାର ନୋଟିସ୍ ଜାରି କରିଛନ୍ତି। ଚଳିତ ବର୍ଷ ଯନ୍ତରମନ୍ତରରେ ହୋଇଥିବା ବିକ୍ଷୋଭ ପ୍ରଦର୍ଶନ ସମୟରେ ଜଣେ ମହିଳାଙ୍କ…

    Continue reading
    ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର ଅଗ୍ରଗତି ସମୀକ୍ଷା

    ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଗୁରୁତ୍ୱପୂର୍ଣ୍ଣ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ଯୋଜନାର କାର୍ଯ୍ୟକାରିତା ସଂପର୍କିତ ରାଜ୍ୟସ୍ତରୀୟ ପରିଚାଳନା କମିଟିର ପ୍ରଥମ ବୈଠକ ଲୋକସେବା ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଶାସନ ସଚିବ ଅନୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ