ଫୁଲିବାରେ ଲାଗିଛି ଜଳକା ନଦୀ

ବାଲେଶ୍ୱର :ବାଲେଶ୍ୱର ଜିଲ୍ଲା ବସ୍ତା ଅଞ୍ଚଳରେ ଜଳକା ନଦୀର ବନ୍ୟା ପରିସ୍ଥିତି ପୁଣି ଥରେ ଗମ୍ଭୀର ହେବାରେ ଲାଗିଛି । ନଦୀର ଉପରମୁଣ୍ଡ ମୟୂରଭଞ୍ଜ ଜିଲ୍ଲାରେ ଗତ ଦୁଇ ଦିନ ଧରି ଲାଗି ରହିଥିବା ପ୍ରବଳ ବର୍ଷା ଯୋଗୁଁ ଜଳକା ନଦୀ ଏବେ ଫୁଲିବାରେ ଲାଗିଛି । ବିଶେଷ କରି ମୟୂରଭଞ୍ଜର ରାସଗୋବିନ୍ଦପୁର, ଶୁଳିଆପଦା, ମୋରଡା ଓ ଚିତ୍ରଡା ଭଳି ଅଞ୍ଚଳରେ ପ୍ରବଳ ବର୍ଷା ହେବା ଫଳରେ ବସ୍ତା ଅଞ୍ଚଳର ତଳିଆ ଅଞ୍ଚଳ ଗୁଡିକରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହା ଫଳରେ ଶହ ଶହ ହେକ୍ଟର ଚାଷ ଜମି ଏବେ ଜଳମଗ୍ନ ହୋଇ ରହିଛି, ଯାହା ଚାଷୀଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି କରିଛି ।
ଗତ ୨୮ ତାରିଖରେ ହୋଇଥିବା ବନ୍ୟା ପାଣି ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଭାବେ ଛାଡି ନଥିବା ବେଳେ ପୁଣି ଥରେ ନଦୀର ଜଳସ୍ତର ବୃଦ୍ଧି ପାଇବା ପରିସ୍ଥିତିକୁ ଅଧିକ ଜଟିଳ କରିଦେଇଛି । ଜଳକା ସହିତ ପଳପଳା ନଦୀର ବନ୍ୟା ଜଳ ମଧ୍ୟ ଲୋକଙ୍କ ଦୁର୍ଦ୍ଦଶା ବଢାଇଛି । ବନ୍ୟା ଛାଡିବାର ୧୨ ଦିନ ବିତି ଯାଇଥିଲେ ସୁଦ୍ଧା ଅନେକ ସ୍ଥାନରେ ଚାଷ ଜମି ଉପରେ ପାଣି ଲହଡି ମାରୁଛି। ଜଳ ନିଷ୍କାସନ ପାଇଁ ଉପଯୁକ୍ତ ସୁବିଧା ନଥିବାରୁ ହଜାର ହଜାର ହେକ୍ଟର ଜମିରେ ବନ୍ୟା ଜଳ ଜମି ରହିଛି, ଯାହା ଦ୍ୱାରା ଧାନ ଫସଲ ସମ୍ପୂର୍ଣ୍ଣ ନଷ୍ଟ ହେବାକୁ ବସିଲାଣି ।

ଏପରି ସ୍ଥିତିରେ ଆଗକୁ ପୁଣି ବର୍ଷା ହେବାର ପୂର୍ବାନୁମାନ ଥିବାରୁ ଚାଷୀକୁଳ ଅତ୍ୟନ୍ତ ଚିନ୍ତାରେ ପଡିଛନ୍ତି । ଦୀର୍ଘ ଦିନ ଧରି ପାଣି ଜମି ରହିବା ଫଳରେ କଷ୍ଟ ଅର୍ଜିତ ଫସଲ ଉଜୁଡି ଯାଇଥିବାରୁ ଚାଷୀମାନେ ଏବେ ସମ୍ପୂର୍ଣ୍ଣ ନିରାଶ ହୋଇ ପଡିଛନ୍ତି । ତୁରନ୍ତ କ୍ଷୟକ୍ଷତିର ଆକଳନ କରି ଉପଯୁକ୍ତ ସରକାରୀ ସହାୟତା ଓ କ୍ଷତିପୂରଣ ପ୍ରଦାନ କରିବାକୁ କ୍ଷତିଗ୍ରସ୍ତ ଚାଷୀମାନେ ଜିଲ୍ଲା ପ୍ରଶାସନ ନିକଟରେ ଦାବି କରିଛନ୍ତି ।

  • Related Posts

    ରାଜ୍ୟରେ ମହଜୁଦ ରହିଛି ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର

    ଭୁବନେଶ୍ୱର: ସାର କଳାବଜାରୀ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ । ରାଜ୍ୟରେ ବର୍ତ୍ତମାନ ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର ମହଜୁଦ ରହିଛି । ମୋଟ୍ ମହଜୁଦରୁ ୨ ଲକ୍ଷ ୬ ହଜାର ୩୬୮ ଟନ୍ ସାର ପ୍ରାଥମିକ…

    Continue reading
    ନିଯୁକ୍ତି ମେଳା : ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ ୧୩୨୬ ଜଣ ନବନିଯୁକ୍ତ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି।ରାଜ୍ୟ ସରକାରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ