
ଦେବଗଡ଼:ଦେବଗଡ଼ ପୌରାଧ୍ୟକ୍ଷା ଶାନ୍ତିମଞ୍ଜରୀ ଦେଈ ବିଦା ହୋଇଛନ୍ତି । ତାଙ୍କ ବିରୋଧରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଜିଲ୍ଲାପାଳଙ୍କ ତଦନ୍ତ ରିପୋର୍ଟ ଆଧାରରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ପୌରାଧ୍ୟକ୍ଷା ଶାନ୍ତିମଞ୍ଜରୀ ଦେଈଙ୍କ ବିରୋଧୟରେ ଅନିୟମିତତା ଅଭିଯୋଗ ରହିଥିଲା ।