ଆସୁଛି ଆଉ ଏକ ଲଘୁଚାପ

ଆସୁଛି ଆଉ ଏକ ଲଘୁଚାପ। ୧୧ ତାରିଖରେ ଉତ୍ତର ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୩ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏବେ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଏବଂ ସଂଲଗ୍ନ ଛତିଶଗଡ଼ ଉପରେ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ମୌସୁମୀ ଟ୍ରଫ ଲାଇନ ବିକାନେର, ଗ୍ବାଲିୟର, ପୁରୀ ଦେଇ ଦକ୍ଷିଣ-ପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ ୩ କିଲୋମିଟର ପର୍ଯ୍ୟନ୍ତ ପରିବ୍ୟାପ୍ତ ହୋଇଛି। ଏହା ପ୍ରଭାବରେ ଦକ୍ଷିଣ, ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ୨୧ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ନବରଙ୍ଗପୁର, କୋରାପୁଟ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, କେନ୍ଦ୍ରାପଡା, କଟକ ଓ ଜଗତସିଂହପୁରରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି।
ସେହିପରି ମାଲକାନଗିରି, କଳାହାଣ୍ଡି, ରାୟଗଡା, ଗଜପତି, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେଓଗଡ, ଅନୁଗୋଳ, ଢେଙ୍କାନାଳ ଓ ଭଦ୍ରକରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହି ସମସ୍ତ ଜିଲ୍ଲା ମାନଙ୍କରେ ୭ ସେଣ୍ଟିମିଟରରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ଏବଂ କିଛି କିଛି ସ୍ଥାନରେ ୩୦ ରୁ ୪୦ କିମି ପର୍ଯ୍ୟନ୍ତ ଝଟକା ପବନ ବହିପାରେ।

  • Related Posts

    ଦଡୀଙ୍ଗିଆ ପଞ୍ଚାୟତରେ ଜନଶୁଣାଣୀ କାର୍ଯ୍ୟକ୍ରମ

    ରାଇକିଆ: ରାଇକିଆ ବ୍ଲକର ଦଡୀଙ୍ଗିଆ ପଞ୍ଚାୟତ ସଭା ଗୃହ ରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିବ୍ୟସିଂ କଂହରଙ୍କ ଅଧ୍ୟକ୍ଷତାର ଜନଶୁଣାଣୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା. ଜନଶୁଣାଣୀରେ ମୋଟ ୧୧ ଟି ଅଭିଯୋଗ ମଧ୍ୟରେ ସାମୁହିକ ୪ଟି ଅଭିଯୋଗ ଏବଂ ୭…

    Continue reading
    ବାଲିଘାଟରୁ ଶ୍ରମିକର ମୃତଦେହ ଉଦ୍ଧାର ଘଟଣା: ଅଭିଯୁକ୍ତ ଗିରଫ

    ଦେବଗଡ଼:ଗତ ଜୁନ ମାସ ୨୧ ତାରିଖ ଦିନ ରାତିରେ ଦେବଗଡ଼ ଜିଲ୍ଲାର ବାରକୋଟ ଥାନାର ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ଶ୍ରମିକ ଇନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ ଉଦ୍ଧାର କରିଥିଲା ପୁଲିସ। ଏନେଇ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ