ଜ଼ିଲ୍ଲା ସ୍ତରୀୟ ବିଜ୍ଞାନ ଶିକ୍ଷକଙ୍କ ଅଭିମୁଖୀକରଣ କାର୍ଯ୍ୟାଶାଳା

ଜ଼ିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଦେବଗଡ଼ ପକ୍ଷରୁ ସ୍ଥାନୀୟ ଟାଉନ ଉଚ୍ଚ ବିଦ୍ୟାଳୟ ପରିସରରେ ଜାତୀୟ ଶିଶୁ ବିଜ୍ଞାନ କଂଗ୍ରେସ -୨୦୨୬ ପକ୍ଷରୁ ଜ଼ିଲ୍ଲା ସ୍ତରୀୟ ବିଜ୍ଞାନ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କର ଅଭିମୁଖୀକରଣ କାର୍ଯ୍ୟାଶାଳା ଅନୁଷ୍ଠିତ ହୋଇଯାଇଅଛି।ସ୍ଥାନୀୟ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ପଦ୍ମାଲି ଲାକ୍ରାଙ୍କ ସଭାପତିତ୍ୱରେ ଜ଼ିଲ୍ଲା ଶିକ୍ଷା ଅଧିକାରୀ ଗେନ୍ଦେରା କୁଜୁର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମର ଉଦଘାଟନ କରିଥିଲେ। ସଂମ୍ମାନିତ ଅତିଥି ଭାବେ ଜ଼ିଲ୍ଲା ବିଜ୍ଞାନ ସଂଯୋଜିକା ଇପ୍ସିତା ପଟ୍ଟନାୟକ ଛାତ୍ର ଛାତ୍ରୀ ମାନଙ୍କ ନବସୃଜନ ଓ ବୈଜ୍ଞାନିକ ମନୋଭାବ ସୃଷ୍ଟି ପାଇଁ ବିଜ୍ଞାନ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ଭୂମିକା ଉପରେ ଆଲୋକପାତ କରିଥିଲେ।ନାଉଲିପଡ଼ା ଉଚ୍ଚ ବିଦ୍ୟାଳୟ ବିଜ୍ଞାନ ଶିକ୍ଷକ ସୁବ୍ରତ ଦେହୁରୀ ଚଳିତ ବର୍ଷର ମୁଖ୍ୟ ବିଷୟ ବସ୍ତୁ ସ୍ଥାୟୀତ୍ବ ପାଇଁ ବିଜ୍ଞାନ ଓ ନବସୃଜନ ସମ୍ବନ୍ଧୀୟ ସ୍ଥାନୀୟ ସମସ୍ୟା ଆଧାରିତ ପ୍ରକଳ୍ପ ଚୟନ ଓ ଗବେଷଣା ପ୍ରଣାଳୀ ଉପରେ ଧାରଣା ପ୍ରଦାନ କରିଥିଲେ।ଜ଼ିଲ୍ଲା ସଂଯୋଜକ ନକୁଳ ମହନ୍ତ ସ୍ୱାଗତ ଭାଷଣ ସହ ଅନଲାଇନ ପଞ୍ଜିକରଣ ଓ ମୂଲ୍ୟାୟନ ସମ୍ପର୍କରେ ଅବଗତ କରାଇଥିଲେ। ସାହାଜବାହାଳ ଉଚ୍ଚ ବିଦ୍ୟାଳୟ ବିଜ୍ଞାନ ଶିକ୍ଷକ ସୁଦର୍ଶନ ପାଣି ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ଜ଼ିଲ୍ଲାର ୬୦ ଜଣ ବିଜ୍ଞାନ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ।

  • Related Posts

    ସୁଧାକିରଣ ମହାବିଦ୍ୟାଳୟ ପକ୍ଷରୁ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

    ରାଇକିଆ: ଭାରତ ସରକାରଙ୍କ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅବସରରେ ରାଇକିଆସ୍ଥିତ ସୁଧାକିରଣ ମହାବିଦ୍ୟାଳୟ ପକ୍ଷରୁ ବୁଧବାର ଏକ ଭବ୍ୟ ତ୍ରିରଙ୍ଗା ଶୋଭାଯାତ୍ରା ଆୟୋଜିତ ହୋଇଯାଇଛି। ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ହାତରେ ଜାତୀୟ ପତାକା ଧରି ଦେଶାତ୍ମବୋଧକ ସ୍ଲୋଗାନ ଦେଇ ରାଇକିଆ ସହର…

    Continue reading
    ଯୁବକଙ୍କୁ ନିର୍ମମ ହତ୍ୟା

    ସମ୍ବଲପୁର : ସମ୍ବଲପୁର ସହରରେ ଚାଞ୍ଚଲ୍ୟ । ଫିସେରୀ ରୋଡରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଠାବ ପରେ ହତ୍ୟା ସନ୍ଦେହ ଘନୀଭୂତ ହୋଇଛି। ମୃତକ ଜଣକ ହେଲେ ଗୋପାଳ ବଂଶଲ। ତାଙ୍କ ଘର ସମ୍ବଲପୁର ସହରର ତିୱାରୀଗଳିରେ । ସମ୍ବଲପୁର ଟାଉନ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ