ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମକୁ ପାଳନ କରିବା ପାଇଁ ଜିଲ୍ଲାପ୍ରଶାସନର ପ୍ରସ୍ତୁତି

ଦେବଗଡ଼:ଦେଶପ୍ରେମ ଓ ଜାତୀୟ ଏକତାର ଭାବନାକୁ ଆହୁରି ସୁଦୃଢ କରିବା ଲକ୍ଷ୍ୟରେ ଦେବଗଡ ଜିଲ୍ଲାରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମକୁ ବ୍ୟାପକ ଭାବେ ପାଳନ କରିବା ପାଇଁ ଜିଲ୍ଲାପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏନେଇ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିକାଶ ଭବନ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମ୍ବାଦିକ ସମ୍ମିଳନୀରେ ଅଗଷ୍ଟ ୯ ରୁ ୧୭ ତାରିଖ ପର୍ଯ୍ୟନ୍ତ ଜିଲ୍ଲା, ବ୍ଲକ୍ ଓ ପଞ୍ଚାୟତ ରେ ଘରେ ଘରେ ତ୍ରିରଙ୍ଗା କାର୍ଯ୍ୟକ୍ରମ କରାଯିବା ପାଇଁ ସ୍ଥିର କରାଯାଇଛି।ଏହି ଅବସରରେ ପ୍ରତ୍ୟେକ ଦିନ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ.ଏକ ବିଶାଳ ତ୍ରିରଙ୍ଗା ରାଲି ବାହାରି ସହର ପରିକ୍ରମା, ବାଇକ ରାଲି,ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳନ,କ୍ଷୁଦ୍ର ଚଳଚ୍ଚିତ୍ର ପ୍ରଦର୍ଶନ କରାଯିବ। ସ୍ବାଧୀନତା ପାଇଁ ବଳିଦାନ ଦେଇଥିବା ମହାପୁରୁଷଙ୍କ ଗୌରବମୟ ଗାଥାକୁ ମନେ ପକାଇବା ପାଇଁ ୨ ମିନିଟ୍ ନୀରବ ପ୍ରାର୍ଥନା ଓ ମହମବତୀ ପ୍ରଜ୍ୱଳନ କରାଯିବ‌ା ସହ ଅଗଷ୍ଟ ୧୪ ଓ ୧୫ ତାରିଖ ଦିନ ସରକାରୀ ବେସରକାରୀ ସଂସ୍ଥା,ମେଡିକାଲ, ବିଦ୍ୟାଳୟରେ ତ୍ରିରଙ୍ଗା ଆଲୋକ ସାଜସଜ୍ଜା କରିବା ପାଇଁ ସ୍ଥିର କରାଯାଇଥିବା ନେଇ ଜିଲ୍ଲାପାଳ ଶ୍ରୀ ସାହୁ ସୂଚନା ଦେଇଛନ୍ତି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗ,ଡିଆଇପିଆରଓ ମନୋରଞ୍ଜନ ସୂତାର,ଜିଲ୍ଲା ସଂସ୍କୃତି ଅଧିକାରୀ ମୁକେଶ କୁମାର ଭୋଇ ଉପସ୍ଥିତ ଥିଲେ।

  • Related Posts

    ସୁଧାକିରଣ ମହାବିଦ୍ୟାଳୟ ପକ୍ଷରୁ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

    ରାଇକିଆ: ଭାରତ ସରକାରଙ୍କ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅବସରରେ ରାଇକିଆସ୍ଥିତ ସୁଧାକିରଣ ମହାବିଦ୍ୟାଳୟ ପକ୍ଷରୁ ବୁଧବାର ଏକ ଭବ୍ୟ ତ୍ରିରଙ୍ଗା ଶୋଭାଯାତ୍ରା ଆୟୋଜିତ ହୋଇଯାଇଛି। ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ହାତରେ ଜାତୀୟ ପତାକା ଧରି ଦେଶାତ୍ମବୋଧକ ସ୍ଲୋଗାନ ଦେଇ ରାଇକିଆ ସହର…

    Continue reading
    ଯୁବକଙ୍କୁ ନିର୍ମମ ହତ୍ୟା

    ସମ୍ବଲପୁର : ସମ୍ବଲପୁର ସହରରେ ଚାଞ୍ଚଲ୍ୟ । ଫିସେରୀ ରୋଡରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଠାବ ପରେ ହତ୍ୟା ସନ୍ଦେହ ଘନୀଭୂତ ହୋଇଛି। ମୃତକ ଜଣକ ହେଲେ ଗୋପାଳ ବଂଶଲ। ତାଙ୍କ ଘର ସମ୍ବଲପୁର ସହରର ତିୱାରୀଗଳିରେ । ସମ୍ବଲପୁର ଟାଉନ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ