କ୍ୟାବିନେଟ: OSWAS 3.0କୁ ମଞ୍ଜୁରି

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ରାଜ୍ୟ କ୍ୟାବିନେଟ ୬ଟି ବିଭାଗର ୧୦ଟି ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ଓଡ଼ିଶା ରାଜ୍ୟ କାର୍ଯ୍ୟପ୍ରବାହ ସ୍ୱୟଂଚାଳନ ପ୍ରଣାଳୀ ବା OSWAS 3.0 ଲାଗୁ କରିବାକୁ ଆସିଥିବା ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ କରିଛି । ଏହା ରାଜ୍ୟ ସରକାରଙ୍କ ଡିଜିଟାଲ କାର୍ଯ୍ୟପ୍ରବାହ ପ୍ରଣାଳୀକୁ ଆହୁରି ଆଧୁନିକ ଓ ସୁଦୃଢ଼ କରିବ । ଲୋକସେବା ଭବନରୁ ବ୍ଲକସ୍ତର ପର୍ଯ୍ୟନ୍ତ ଏକୀକୃତ ଡିଜିଟାଲ୍ ପ୍ଲାଟଫର୍ମ ଭାବେ ଏହା କାର୍ଯ୍ୟ କରିବ । OSWAS 1.0 ୨୦୦୮ରେ ଏବଂ OSWAS 2.0 ୨୦୧୮ରେ ଆରମ୍ଭ ହୋଇଥିବାବେଳେ ୨୦୨୬ରୁ OSWAS 3.0 ଆଗକୁ ବଢ଼ିବ । ନୂଆ ପ୍ରଣାଳୀରେ ବୁଦ୍ଧିମାନ ଓ ସ୍ୱୟଂଚାଳିତ କାର୍ଯ୍ୟପ୍ରବାହ ସହ ଆଧୁନିକ ଓ ସୁରକ୍ଷିତ ଡିଜିଟାଲ୍ ପ୍ଲାଟଫର୍ମ ବିକଶିତ କରାଯିବ । ଟେଣ୍ଡର ପ୍ରକ୍ରିୟାରେ ପ୍ରାୟ ୧୨୨.୬୦ କୋଟି ଟଙ୍କା ବ୍ୟୟରେ ୫ ବର୍ଷ ପାଇଁ ପରିଚାଳନା ଓ ରକ୍ଷଣାବେକ୍ଷଣ ସମେତ M/s TCSକୁ କାର୍ଯ୍ୟାନ୍ୱୟନ ଦାୟିତ୍ୱ ଦିଆଯାଇଛି ।

  • Related Posts

    ନାବାଳିକାଙ୍କୁ ଗଣଦୁଷ୍କର୍ମ , ଦୁଇ ନାବାଳକଙ୍କୁ ଧରିଲା ପୁଲିସ

    କଟକ : କଟକର ବାଦାମବାଡ଼ିରେ ଏକ ଲଜ୍ଜାଜନକ କାଣ୍ଡ ଘଟିଛି । ଜଣେ ନାବାଳିକାଙ୍କୁ ଦୁଇ ଜଣ ନାବାଳକ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏହି ଘଟଣାକୁ କେନ୍ଦ୍ର କରି ବାଦାମବାଡ଼ି ଥାନାରେ ମାମଲା ରୁଜୁ ପରେ ପୁଲିସ ଦୁଇ…

    Continue reading
    ପ୍ରବଳରୁ ଅତି ପ୍ରବଳ ବର୍ଷା: ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ

    ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏ ନେଇ ଦିଲ୍ଲୀସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରେଡ୍ ଆଲର୍ଟ ଜାରି କରାଯାଇଛି। ସେହିପରି ଆସନ୍ତା ୧୪ରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ