ମହାକୁମ୍ଭରେ ଦଳାଚକଟା: ୧୦ମୃତ

ପ୍ରୟାଗରାଜ: ମୌନୀ ଅମାବାସ୍ୟାରେ ଅମୃତ ସ୍ନାନ ପୂର୍ବରୁ ପ୍ରବଳ ଜନ ସମାଗମ ହେତୁ ମହାକୁମ୍ଭ ମେଳାରେ ବଡ ଅଘଟଣ ଘଟିଛି। ଅଧିକ ଭିଡ କାରଣରୁ ଦଳାଚକଟା। ଦଳାଚକଟାରେ ୧୦ରୁ ଅଧିକ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ସମସ୍ତ ଆହତଙ୍କୁ ପ୍ରୟାଗରାଜ ମେଡିକାଲରେ ଭର୍ତ୍ତି କରାଯାଇଛି।
ତେବେ ତ୍ରିବେଣୀ ସଂଗମରେ ବୁଡ ପକାଇବା ବେଳେ ଏହି ଦଳାଚକଟା ହୋଇଛି। ମୌନୀ ଅମାବାସ୍ୟା ପାଇଁ ମହାକୁମ୍ଭରେ ଶ୍ରଦ୍ଧାଳୁଙ୍କ ଭିଡ ଲାଗିଥିଲା ଏବଂ ଏହି ଭିଡ ପାଇଁ ହିଁ ଏପରି ଅଘଟଣ ଘଟିଛି। ସେପଟେ ଅଘଟଣ ପରେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ସ୍ଥିତି ସମ୍ପର୍କରେ ପଚାରି ବୁଝି ସବୁ ସହାୟତା ଦେବାକୁ କହିଛନ୍ତି। ଏଥିସହ ଯୋଗୀଙ୍କ ସହ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏବଂ ଜେ.ପି ନଡ୍ଡା ମଧ୍ୟ କଥା ହୋଇଛନ୍ତି।

  • Related Posts

    ଇସ୍ତଫା ଦେଲେ ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମା

    ନୂଆଦିଲ୍ଲୀ : ଇସ୍ତଫା ଦେଲେ ବିବାଦୀୟ ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମା। ଆହ୍ଲାବାଦ ହାଇକୋର୍ଟ ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମା ଶୁକ୍ରବାର ନିଜର ଇସ୍ତଫା ପତ୍ର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପଠାଇଛନ୍ତି। ବାସଭବନରୁ ବିପୁଳ ଟଙ୍କା ମିଳିବା ପରେ ସେ ବିବାଦରେ…

    Continue reading
    ଶପଥ ଗ୍ରହଣ କଲେ ନୀତିଶ କୁମାର

    ନୂଆଦିଲ୍ଲୀ: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ସଦସ୍ୟ ଭାବରେ ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହିତ ଜେପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଲଲ୍ଲନ ସିଂହ, ରାଜ୍ୟସଭା ସାଂସଦ ସଞ୍ଜୟ ଝା, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ଅନେକ କେନ୍ଦ୍ର ମନ୍ତ୍ରୀ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ