ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ଗୋଟିଏ ଲଘୁଚାପର ପ୍ରଭାବ ନ ସରୁଣୁ ପୁଣି ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ୧୯ ଅଗଷ୍ଟ ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଏକ ନୂତନ ଉପର ବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୨୦ ଅଗଷ୍ଟ ପାଖାପାଖି, ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରବାବରେ ଓଡ଼ିଶାରେ ପୁଣି ଥରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ସେପଟେ ଉପକୂଳ ପଶ୍ଚିମବଙ୍ଗ ଉପରେ ଥିବା ଲଘୁଚାପ ଗତକାଲି (ଗୁରବାର) ଅପପାତରେ ପରିଣତ ହୋଇ 12 କିଲୋମିଟର ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡକୁ ଗତି କରି ​​ସେହି ଅଞ୍ଚଳ ଉପରେ କେନ୍ଦ୍ରୀଭୂତ ହୋଇଥିଲା । ଏହା ପ୍ରଭାବରେ ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ଅତି ଭୀଷଣ ବର୍ଷା ଲାଗି ରହିଛି । ବିଭିନ୍ନ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି । ଜଳକା ଓ ବୁଢ଼ାବଳଙ୍ଗ ନଦୀରେ ଜଳସ୍ତର ବୃଦ୍ଧି ପାଇଛି । ପୁଣି ରାଜ୍ୟରେ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି । ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଥିବା ବେଳେ ପୁଣି ଏକ ଲଘୁଚାପ ଆସୁଛି ।

ଆଜି ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସବ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହି 4 ଜିଲ୍ଲାକୁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ସେହିପରି ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଅନୁଗୋଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ବର୍ଷା ସହ ପବନର ବେଗ 40ରୁ 50 କିଲୋମିଟର ପ୍ରତି ଘଣ୍ଟା ପର୍ଯ୍ୟନ୍ତ ପହଞ୍ଚିପାରେ । ପ୍ରବଳ ବର୍ଷା, ବିଜୁଳି ଘଡ଼ଘଡ଼ି ଏବଂ ପବନ ମିଶି ପାଗ ପରିସ୍ଥିତିରେ ହଠାତ୍ ଅବନତି ଆଣିପାରେ । ତଳିଆ ଅଞ୍ଚଳର ବାସିନ୍ଦାମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଆସନ୍ତା ସପ୍ତାହରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାରୁ, ଓଡ଼ିଶାରେ ପୁଣି ଥରେ ପ୍ରବଳ ବର୍ଷା ହୋଇପାରେ ।

  • Related Posts

    ଭୁବନେଶ୍ୱରରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

    ଓଡ଼ିଶା ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖୁସି ଖବର। ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା ଦେବା ପାଇଁ ରହିଥିବା ସର୍ବାଧିକ ୬ଟି ସୁଯୋଗକୁ ଉଠାଇ ଦିଆଯିବ। ଏହି ପରୀକ୍ଷା ଦେବା ପାଇଁ ସର୍ବୋଚ୍ଚ ବୟସସୀମା ପର୍ଯ୍ୟନ୍ତ ସୁଯୋଗ ମିଳିବ। ୮୦ତମ ସ୍ୱାଧୀନତା…

    Continue reading
    ଗଡମାଣତୀର ପଞ୍ଚାୟତରେ ପତାକା ଉତ୍ତୋଳନ କଲେ ଜେନ-ଜୀ

    ବେଗୁନିଆ : ଗଡମାଣତୀର ପଞ୍ଚାୟତର ସରପଞ୍ଚ କରୁଣାକର ଦଳସିଂହରାୟ ସ୍ୱାଧୀନତା ଦିବସ ଅବସରରେ ଏକ ଅଭିନବ ପ୍ରୟାସ କରିଛନ୍ତି । ସମ୍ପ୍ରତି ପଲ୍ଲୀରୁ ଦିଲ୍ଲୀ ପର୍ଯ୍ୟନ୍ତ ଜେନ-ଜୀଙ୍କୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଯୁକ୍ତ ଦୁଇର ଛାତ୍ର ଶୁଭାଶିଷ ସାମନ୍ତରାୟଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ