ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ଗମ୍ଭୀର

ଭୁବନେଶ୍ୱର: ଲଗାଣ ବର୍ଷା ଯୋଗୁଁ ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି । ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ସମେତ ବିଭିନ୍ନ ଜିଲ୍ଲାରେ ଅବିରତ ବର୍ଷା ଯୋଗୁଁ ନଦୀଗୁଡ଼ିକର ଜଳସ୍ତର ବଢ଼ିବା ସହ ଅନେକ ଅଞ୍ଚଳରେ ବନ୍ୟାଜଳ ପଶିଛି । ବୈତରଣୀ, ବୁଢ଼ାବଳଙ୍ଗ, ସାଳନ୍ଦୀ ଓ ଜଳକା ନଦୀର ଜଳସ୍ତର ବିପଦସଙ୍କେତ ଉପରେ ଅବା ନିକଟରେ ପ୍ରବାହିତ ହେଉଥିବାରୁ ନଦୀକୂଳିଆ ଅଞ୍ଚଳରେ ଆଶଙ୍କା ବଢ଼ିଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତର ରୂପ ନେଇଛି ଏବଂ ଏହାର ପ୍ରଭାବରେ ଆସନ୍ତା 24 ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ବନ୍ୟାଜଳ ସହର ଓ ଛୋଟ ବଡ଼ ସହରାଞ୍ଚଳରେ ପଶିବା ଯୋଗୁଁ ଅନେକ ସ୍ଥାନରେ ରାସ୍ତାଘାଟ ଜଳମଗ୍ନ ହୋଇଛି । ରାଉରକେଲା, କେନ୍ଦୁଝର, ବାଲେଶ୍ୱର, ଆନନ୍ଦପୁର ଓ ବାରିପଦାର ବିଭିନ୍ନ ଅଞ୍ଚଳରେ ଗୁରୁତର ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ଅନେକ ସ୍ଥାନରେ ଯୋଗାଯୋଗ ବ୍ୟବସ୍ଥା ପ୍ରଭାବିତ ହେବାରୁ ସାଧାରଣ ଲୋକଙ୍କ ଜୀବନଯାତ୍ରା ଦୁର୍ବିସହ ହୋଇପଡ଼ିଛି ।
ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ହୋଇଥିବା ପ୍ରବଳ ବର୍ଷା ଜନଜୀବନକୁ ପ୍ରଭାବିତ କରିଛି । ରାଉରକେଲା ସହରର ବିଭିନ୍ନ ତଳିଆ ଅଞ୍ଚଳ ଜଳମଗ୍ନ ହେବା ସହ ବହୁ ଘରେ ବର୍ଷାଜଳ ପଶିଛି । ରାସ୍ତାଘାଟରେ ଆଣ୍ଠୁଏ ଓ ଅନେକ ସ୍ଥାନରେ ତା’ଠାରୁ ଅଧିକ ପାଣି ଜମିଥିବାରୁ ଯାତାୟାତ ବ୍ୟାହତ ହୋଇଛି । ସହରର ଅନେକ ବସ୍ତି ଅଞ୍ଚଳ ମଧ୍ୟ ପାଣିରେ ବୁଡ଼ିଯାଇଛି । ରାଉରକେଲାର ବେଦବ୍ୟାସ ପାଣ୍ଡେ କଲୋନୀରେ ଏକ ଦୁଇ ମହଲା ଘରର ତଳ ମହଲା ସମ୍ପୂର୍ଣ୍ଣ ପାଣିରେ ବୁଡ଼ିଯିବାରୁ ୯ ଜଣିଆ ପରିବାର ଜୀବନ ବଞ୍ଚାଇବା ପାଇଁ ଦ୍ୱିତୀୟ ମହଲାର ଛାତ ଉପରକୁ ଚାଲିଯାଇଥିଲେ । ପରିବାରରେ ଦୁଇ ଜଣ ଶିଶୁ ମଧ୍ୟ ଥିଲେ । ଖବର ପାଇ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଛାତ ଉପରୁ ୯ ଜଣଙ୍କୁ ଉଦ୍ଧାର କରିଛନ୍ତି । ସେହିପରି ସେକ୍ଟର-୬ ଅଞ୍ଚଳରେ ମଧ୍ୟ ଜଳବନ୍ଦୀ ହୋଇ ରହିଥିବା ୪ ଜଣଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଛନ୍ତି ।

କୁଆଁରମୁଣ୍ଡା, ଲାଠିକଟା ଓ ସୁନ୍ଦରଗଡ଼ର ଜିଲ୍ଲାର ଅନ୍ୟାନ୍ୟ ଅଞ୍ଚଳକୁ ମଧ୍ୟ ଅଗ୍ନିଶମ କର୍ମଚାରୀଙ୍କୁ ପଠାଯାଇ ଜଳବନ୍ଦୀ ଅଞ୍ଚଳରୁ ପାଣି ନିଷ୍କାସନ କରାଯାଉଛି । ଲଗାଣ ବର୍ଷା ଯୋଗୁଁ ସହରର ବିଭିନ୍ନ ସ୍ଥାନରେ ଗଛ ଉପୁଡ଼ି ପଡ଼ିଥିବାରୁ ମଧ୍ୟ ଯାତାୟାତ ପ୍ରଭାବିତ ହୋଇଛି । ରାଉରକେଲାରେ ଜଣେ ୩୩ ବର୍ଷୀୟା ମହିଳା ସରସ୍ୱତୀ ସାହୁ ଇନ୍‌ଭର୍ଟର ସହ ସଂଯୁକ୍ତ ଏକ ବିଦ୍ୟୁତ ପଏଣ୍ଟ ବନ୍ଦ କରୁଥିବା ସମୟରେ ବିଦ୍ୟୁତ ଆଘାତ ଲାଗି ମୃତ୍ୟୁବରଣ କରିଥିବା ସୂଚନା ମିଳିଛି । ସୁନ୍ଦରଗଡ ଜିଲ୍ଲାର ଟାଙ୍ଗରପାଲି ଅଞ୍ଚଳରେ ମଧ୍ୟ ବର୍ଷାଜଳର ପ୍ରଖର ସ୍ରୋତରେ ଜଣେ ବ୍ୟକ୍ତି ମୋଟରସାଇକେଲ ସହ ଭାସିଯାଇଥିଲେ । ପ୍ରାୟ ୨୦ ମିନିଟ୍ ପରେ ତାଙ୍କୁ ଉଦ୍ଧାର କରାଯାଇଥିଲା ।
ତୁହାକୁ ମଧ୍ୟ ବର୍ଷା ପ୍ରଭାବ ରେଳ ଚଳାଚଳ ଉପରେ ପଡ଼ିଛି । ଚକ୍ରଧରପୁର ରେଳ ଡିଭିଜନ୍‌ ଅଧୀନ ରାଉରକେଲା-ରାଜଗାଙ୍ଗପୁର ମଧ୍ୟରେ ତିନୋଟି ସ୍ଥାନରେ ରେଳଧାରଣା ତଳୁ ମାଟି ଧୋଇଯାଇଛି । ପ୍ରବଳ ବର୍ଷା ଯୋଗୁଁ ଟ୍ରେନ ଟ୍ରାକ୍ ତଳ ମାଟି ଧୋଇଯିବାରୁ ରେଳ ଚଳାଚଳରେ ସୁରକ୍ଷା ଆଶଙ୍କା ସୃଷ୍ଟି ହୋଇଥିଲା । ସତର୍କତାମୂଳକ ପଦକ୍ଷେପ ଭାବେ ସକାଳ ୯ଟାରୁ ରାଉରକେଲା-ରାଜଗାଙ୍ଗପୁର ମଧ୍ୟରେ ଅପ୍‌ ଲାଇନ୍‌ରେ ଟ୍ରେନ୍ ଚଳାଚଳ ବନ୍ଦ କରାଯାଇଛି । ତୃତୀୟ ଲାଇନ୍‌ରେ ଟ୍ରେନ୍ ଚଳାଚଳ ଜାରି ରହିଥିଲେ ମଧ୍ୟ ଘଣ୍ଟା ପ୍ରତି ୩୦ କିଲୋମିଟର ବେଗରେ ଟ୍ରେନ୍ ଚଳାଚଳକୁ ସୀମିତ କରାଯାଇଥିଲା । ଫଳରେ ଏକାଧିକ ଟ୍ରେନ୍‌କୁ ନିୟନ୍ତ୍ରଣ କରାଯିବା ସହ କେତେକ ଟ୍ରେନ୍ ବିଳମ୍ବିତ ହୋଇଥିଲା । ପରେ ରେଳ ଚଳାଚଳ ସ୍ୱାଭାବିକ ହୋଇଥିଲା

ଉତ୍ତର ଓଡ଼ିଶାର ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟ ନଦୀଗୁଡ଼ିକର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ ଅଞ୍ଚଳରେ ବନ୍ୟାଜଳ ପ୍ରବେଶ କରିଛି । ବାଲେଶ୍ୱରରେ ଜଳକା ଓ ଅନ୍ୟ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ନଦୀକୂଳିଆ ଅଞ୍ଚଳରେ ଚିନ୍ତା ବଢ଼ିଛି । ଆନନ୍ଦପୁର ଅଞ୍ଚଳରେ ବୈତରଣୀର ଜଳସ୍ତର ବୃଦ୍ଧି ଯୋଗୁଁ ତଳିଆ ଅଞ୍ଚଳ ପ୍ରଭାବିତ ହୋଇଛି ।ଅବିରତ ବର୍ଷା ଓ ନଦୀଗୁଡ଼ିକରେ ବଢ଼ୁଥିବା ଜଳସ୍ତର ଯୋଗୁଁ ଉତ୍ତର ଓଡ଼ିଶାରେ ବନ୍ୟା ଆଶଙ୍କା ଆହୁରି ବଢ଼ିଛି । ବିଭିନ୍ନ ସ୍ଥାନରେ ପ୍ରଶାସନ ପକ୍ଷରୁ ଜଳ ନିଷ୍କାସନ, ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ ଜାରି ରହିଥିବାବେଳେ, ନଦୀକୂଳିଆ ଓ ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ ରହିବାକୁ କୁହାଯାଇଛି ।

  • Related Posts

    ଏଣିକି ସରକାରୀ ଜମିରେ ଗଞ୍ଜେଇ ଚାଷ ହେଲେ କାର୍ଯ୍ୟାନୁଷ୍ଠାନ

    ଭୁବନେଶ୍ୱର: ଏଣିକି ସରକାରୀ ଜମିରେ ବେଆଇନ ଗଞ୍ଜେଇ ଚାଷରେ ଲାଗିବ ସମ୍ପୂର୍ଣ୍ଣ ରୋକ୍। ଗଞ୍ଜେଇ ଚାଷ ରୋକିବାକୁ ପ୍ରଶାସନ ପକ୍ଷରୁ ନିରନ୍ତର ଓ ସମନ୍ୱିତ ନିରୀକ୍ଷଣ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରାଯିବ। ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ ଓ ଗଜପତି…

    Continue reading
    ତ୍ରିରଙ୍ଗା ତଳେ ଏକତାର ବାର୍ତ୍ତା, ରାଇକିଆରେ ଦେଶପ୍ରେମର ଯାତ୍ରା”

    ରାଇକିଆ: ଭାରତ ସରକାର ଙ୍କ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଏବଂ ଦେଶପ୍ରେମ ଓ ଜାତୀୟତାର ଭାବନାକୁ ଉଜ୍ଜୀବିତ କରି ରାଇକିଆରେ ଏକ ଭବ୍ୟ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଛି। ରାଇକିଆ ବ୍ଲକ ଭାଜପା ପକ୍ଷରୁ ଆୟୋଜିତ ଏହି ତ୍ରିରଙ୍ଗା ଯାତ୍ରାରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ