୨୦୩୦ ସୁଦ୍ଧା ଗୁଣାତ୍ମକ ବିଦ୍ୟୁତ ସେବା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଶକ୍ତି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଓ ଆଗାମୀ ଦିନରେ ହେବାକୁ ଥିବା ଶକ୍ତି ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରୁ ଜଣାଯାଇଛି ଯେ, ବର୍ତ୍ତମାନ ରାଜ୍ୟରେ ୨୧୦ଟି ଗ୍ରୀଡ୍‌ ସବ୍‌ଷ୍ଟେସନ୍ କାର୍ଯ୍ୟକ୍ଷମ ଅଛି । ସେଥିମଧ୍ୟରୁ ଗତ ୨ ବର୍ଷ ମଧ୍ୟରେ ୧୫ଟି ନୂଆ ଗ୍ରୀଡ୍‌ ସବ୍‌ଷ୍ଟେସନ୍ ସ୍ଥାପନ କରାଯାଇଛି। ସେହିଭଳି ୨ ବର୍ଷ ମଧ୍ୟରେ ୭୮୮.୯୯ ସର୍କିଟ୍‌ କିଲୋମିଟର ଟ୍ରାନ୍ସମିସନ୍ ଲାଇନ୍ ମଧ୍ୟ ବିଛାଯାଇଛି । ବୈଠକରେ ୨୦୩୦ ସୁଦ୍ଧା ରାଜ୍ୟର ପ୍ରତ୍ୟେକ ଅଞ୍ଚଳକୁ ଗୁଣାତ୍ମକ ବିଦ୍ୟୁତ୍ ସେବା ଯୋଗାଇ ଦେବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ । ରାଜ୍ୟବାସୀଙ୍କ ପାଇଁ ନିରବଛିନ୍ନ ଗୁଣାତ୍ମକ ବିଦ୍ୟୁତ୍‌ ଯୋଗାଣକୁ ସୁନିଶ୍ଚିତ କରିବା ପାଇଁ ତଥା ଦ୍ରୁତ ଶିଳ୍ପାୟନକୁ ଦୃଷ୍ଟିରେ ରଖି ୭୬୫ କେଭି ଗ୍ରୀଡ୍‌ର ଏକ ରିଙ୍ଗ୍ ସିଷ୍ଟମ୍ ସ୍ଥାପନ କରାଯାଉଛି ବୋଲି ବୈଠକରୁ ଜଣାଯାଇଛି। ଏହି ସିଷ୍ଟମ ପାଇଁ ଅନୁଗୋଳ ଓ ସୁନ୍ଦରଗଡ଼ରେ ୨ଟି ୭୬୫/୪୦୦ କେଭି ଗ୍ରୀଡ୍‌ କାର୍ଯ୍ୟକ୍ଷମ ଥିବା ବେଳେ ଗୋପାଳପୁର ଓ ପାରାଦୀପରେ ୨ଟି ୭୬୫/୪୦୦ କେଭି ବିଶିଷ୍ଟ ଗ୍ରୀଡ଼୍ ଷ୍ଟେସନ୍ ନିର୍ମାଣ କରାଯାଉଛି । ଏହା ସହିତ କୋଲାବିରା, ଡୁବୁରି ଓ ଆଠଗଡ଼ ନିକଟସ୍ଥ ବେତଖୋଲି ଠାରେ ଆଉ ୩ଟି ୭୬୫/୪୦୦ କେଭି ସବ୍‌ଷ୍ଟେସନ୍ ନିର୍ମାଣ କରିବା ପାଇଁ ଯୋଜନା କରାଯାଇଛି ।
ବୈଠକରୁ ଜଣାଯାଇଛି ଯେ, ରାଜ୍ୟରେ ୪୦୦ କେଭି ବିଶିଷ୍ଟ ୫ଟି ଗ୍ରୀଡ୍‌ ସବ୍‌ଷ୍ଟେସନ୍ ଥିବା ବେଳେ ଆଉ ୪ଟି ୪୦୦ କେଭି ଗ୍ରୀଡ୍ ସବ୍‌ଷ୍ଟେସନ୍ ନିର୍ମାଣାଧୀନ ରହିଛି ଏବଂ ୨ଟି ଟେଣ୍ଡର ଷ୍ଟେଜ୍‌ରେ ଅଛି । ଆଗକୁ ଆହୁରି ୯ଟି ୪୦୦ କେଭି ଗ୍ରୀଡ୍ ସବ୍‌ଷ୍ଟେସନ୍ ନିର୍ମାଣ କରିବାର ଯୋଜନା ରହିଛି । ଏସବୁ ସବ୍‌ଷ୍ଟେସନ୍ ଗୁଡ଼ିକ କାର୍ଯ୍ୟକ୍ଷମ ହେଲେ ଓଡ଼ିଶାରେ ବିଦ୍ୟୁତ୍ ସମସ୍ୟା ରହିବ ନାହିଁ ।
ସେହିଭଳି, ବିଭିନ୍ନ ଗ୍ରୀଡ୍‌ ଗୁଡ଼ିକର ଆଧୁନିକୀକରଣ କାର୍ଯ୍ୟ ମଧ୍ୟ ହାତକୁ ନିଆଯାଇଛି। ୨୦୩୦-୩୧ ସୁଦ୍ଧା ରାଜ୍ୟରେ ପ୍ରାୟ ୫୯୦ଟି ଶିଳ୍ପ ପ୍ରକଳ୍ପ ସ୍ଥାପନ ହେବାକୁ ଯାଉଛି । ଏହି ଶିଳ୍ପ ସଂସ୍ଥା ତଥା ଉପଭୋକ୍ତା ମାନଙ୍କ ପାଇଁ ଗୁଣାତ୍ମକ ବିଦ୍ୟୁତ୍ ଯୋଗାଣକୁ ଦୃଷ୍ଟିରେ ରଖି ରାଜ୍ୟରେ ୧୬ ହଜାର କୋଟି ଟଙ୍କାର ଶକ୍ତି ପ୍ରକଳ୍ପ ନିର୍ମାଣ କରାଯିବ ବୋଲି ବୈଠକରୁ ଜଣାପଡ଼ିଛି।
ଏହି ବୈଠକରେ ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂଦେଓ, ଉନ୍ନୟନ କମିଶନର ଶ୍ରୀ ଡି.କେ ସିଂହ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ବିଶାଲ ଦେବ, OPTCLର CMD ଶ୍ରୀ ଭାସ୍କର ଜ୍ୟୋତି ଶର୍ମା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

  • Related Posts

    ଆଜି ମୟୂରଭଞ୍ଜର ସମସ୍ତ ସ୍କୁଲ୍ ଛୁଟି

    ବୈଶିଙ୍ଗା: ପ୍ରବଳ ବର୍ଷାକୁ ନେଇ ନେଇ ଜିଲ୍ଲାର ସମସ୍ତ ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ସ୍କୁଲ୍‌କୁ ଛୁଟିଘୋଷଣା କରିଛନ୍ତି ମୟୂରଭଞ୍ଜଜିଲ୍ଲା ଶିକ୍ଷା ଅଧିକାରୀ। ଆଜି ଜିଲ୍ଲାର ଅଙ୍ଗନବାଡ଼ି ସହ ପ୍ରଥମ ଶ୍ରେଣୀରୁ ଦ୍ବାଦଶ ଯାଏ କ୍ଲାସ୍ ବନ୍ଦ ରହିବ। ତେବେ ସ୍କୁଲର…

    Continue reading
    ୪ ମହଲାରୁ ଡେଇଁ ରୋଗୀ ମୃତ

    ରାଉରକେଲା: ରାଉରକେଲା ସହରର ଏକ ଘରୋଇ ହସ୍ପିଟାଲରେ ଘଟିଛି ବଡ଼ ଅଘଟଣ। ୪ ମହଲାରୁ ଡେଇଁ ଜଣେ ରୋଗୀଙ୍କର ମୃତ୍ୟୁ ହୋଇଛି। ମୄତକ ଜଣକ ବାଇକ ଦୁର୍ଘଟଣାରେ ଚିକିତ୍ସିତ ହେଉଥିଲେ। ହେଲେ ଚିକିତ୍ସାଧୀନ ଅବସ୍ଥାରେ କାହିଁକି ଏଭଳି ଚରମ ନିଷ୍ପତ୍ତି ନେଲେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ