ସ୍ତ୍ରୀକୁ ମାରି ପୋଖରୀକୁ ଫିଙ୍ଗିଦେଲା ସ୍ୱାମୀ !

ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡଗାଁ ଥାନା ଅନ୍ତର୍ଗତ ବେଲଦ୍ୱାର ଗାଁରେ ଯୌତୁକ ଜନିତ କଳହକୁ କେନ୍ଦ୍ର କରି ଜଣେ ନୃଶଂସ ସ୍ୱାମୀ ନିଜ ସ୍ତ୍ରୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ପରେ ହାତ ବାନ୍ଧି ପୋଖରୀକୁ ଫିଙ୍ଗିଦେଇଥିବା ଅଭିଯୋଗ ହୋଇଛି । ଏହି ଅଭିଯୋଗରେ ପୁଲିସ ମୃତକଙ୍କ ସ୍ୱାମୀଙ୍କୁ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି । ପ୍ରାଣ ହରାଇଥିବା ମହିଳାଜଣକ ହେଲେ ତପସ୍ୱିନୀ ସାହୁ । ଗତ ୨୦୨୦ ମସିହାରେ ତପସ୍ୱିନୀଙ୍କର ସଦର ଥାନା ଅଞ୍ଚଳର ବିନ ପ୍ରଧାନଙ୍କ ପୁଅ ବକ୍ସି ପ୍ରଧାନଙ୍କ ସହ ବିବାହ ହୋଇଥିଲା । ବିବାହ ପରେ ଉଭୟଙ୍କର ଏକ ୫ ବର୍ଷର ଝିଅ ମଧ୍ୟ ରହିଛି ।
ମୃତକଙ୍କ ପରିବାର ଲୋକଙ୍କ ଅଭିଯୋଗ ଅନୁଯାୟୀ, ବିବାହର କିଛିଦିନ ପରେ ଅଧିକ ଯୌତୁକ ଦାବି କରି ଶାଶୂଘର ଲୋକେ ତପସ୍ୱିନୀଙ୍କୁ ବିଭିନ୍ନ ସମୟରେ ଶାରୀରିକ ଓ ମାନସିକ ନିର୍ଯାତନା ଦେଇ ଆସୁଥିଲେ । ଏହି ନିର୍ଯାତନା ଏତେମାତ୍ରାରେ ବୃଦ୍ଧି ପାଇଥିଲା ଯେ, ପୂର୍ବରୁ ଏହାକୁ ନେଇ ଉଭୟ ପକ୍ଷକୁ ନେଇ ଥାନାରେ ଏକ ବୁଝାମଣା ମଧ୍ୟ ହୋଇଥିଲା । କିନ୍ତୁ ଶାଶୂଘର ଲୋକଙ୍କ ମାନସିକତାରେ କୌଣସି ପରିବର୍ତ୍ତନ ଆସିନଥିଲା । ଗତକାଲି ରାତିରେ କୌଣସି ଏକ କାରଣକୁ ନେଇ ଉଭୟ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ପାଟିତୁଣ୍ଡ ଓ ଗଣ୍ଡଗୋଳ ହୋଇଥିଲା ।

ଅଭିଯୋଗ ଅନୁଯାୟୀ, ଉତ୍ତ୍ୟକ୍ତ ହୋଇ ସ୍ୱାମୀ ବକ୍ସି ପ୍ରଧାନ ସ୍ତ୍ରୀ ତପସ୍ୱିନୀଙ୍କୁ ମାରପିଟ୍ କରିବା ପରେ ହାତ ବାନ୍ଧିଦେଇ ଫାର୍ମହାଉସ୍ ଭିତରେ ଥିବା ପୋଖରୀକୁ ଫିଙ୍ଗିଦେଇଥିଲେ । ଘଟଣାକୁ ଚପାଇବା ପାଇଁ ବକ୍ସି ବିଳମ୍ବିତ ରାତିରେ ତପସ୍ୱିନୀଙ୍କ ମାଆଙ୍କୁ ଫୋନ୍ କରି କହିଥିଲେ ଯେ ତପସ୍ୱିନୀ ପୋଖରୀକୁ ଡେଇଁ ଆତ୍ମହତ୍ୟା କରିଛନ୍ତି । ଖବର ପାଇ ଓଡ଼ଗାଁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ପୋଖରୀରୁ ତପସ୍ୱିନୀଙ୍କ ମୃତଦେହ ଉଦ୍ଧାର କରି ଡାକ୍ତରଖାନାକୁ ଆଣିଥିଲେ । ମୃତକଙ୍କ ପରିବାର ଲୋକେ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଦୃଢ଼ ଅଭିଯୋଗ କରିବା ସହ କଠିନ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି । ଓଡ଼ଗାଁ ପୁଲିସ ଘଟଣାକୁ ଗୁରୁତ୍ୱର ସହ ଗ୍ରହଣ କରି ସ୍ୱାମୀ ବକ୍ସି ପ୍ରଧାନଙ୍କୁ ଅଟକ ରଖିଛି ଏବଂ ମୃତଦେହ ବ୍ୟବଚ୍ଛେଦ କରି ପ୍ରକୃତ କାରଣ ଜାଣିବା ପାଇଁ ଅଧିକ ତଦନ୍ତ ଜାରି ରଖିଛି ।

  • Related Posts

    ଅବକାରୀ ମାଫିଆ ସାବଧାନ : ଘର ଉପରେ ହେବ ଚଢ଼ାଉ

    ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷ୍ୟତାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ – ଅକ୍ଟୋବର ୧୦ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ – ବେଆଇନ କାରବାର ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ – ଦଣ୍ଡବିଧାନ ପ୍ରକ୍ରିୟାକୁ ଅଧିକ…

    Continue reading
    ଏସଇବିସି କମିଶନ ଗଠିତ : ଅବସରପ୍ରାପ୍ତ ବିଚାରପତି ପ୍ରମଥ ହେଲେ ଅଧ୍ୟକ୍ଷ

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ