ନଡ୍ଡା ଅସୁସ୍ଥ, ଏମ୍ସରେ ଭର୍ତ୍ତି

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ ହୋଇ ପଡ଼ିଛନ୍ତି। ସେ ହଠାତ୍‌ ଅସହଜ ଅନୁଭବ କରିବାରୁ ତାଙ୍କୁ ତତ୍କାଳ ଦିଲ୍ଲୀ ସ୍ଥିତି ଏମ୍ସରେ ଭର୍ତ୍ତି କରାଯାଇଛି। ଶ୍ରୀ ନଡ୍ଡା ଛାତିରେ ଯନ୍ତ୍ରଣା ଅନୁଭବ କରୁଥିବାରୁ ତାଙ୍କ ହାର୍ଟର ଏଞ୍ଜିଓଗ୍ରାଫି କରାଯାଇଛି। ଏବେ ତାଙ୍କ ଅବସ୍ଥା ସ୍ଥିର ରହିଛି ଓ ସେ ଏମ୍ସର ହୃଦରୋଗ ବିଭାଗର ନୀରିକ୍ଷଣରେ ରହିଛନ୍ତି। ନଡ୍ଡାଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ଏମ୍ସ ପକ୍ଷରୁ ଗୋଟିଏ ବୁଲେଟିନ ଜାରି କରାଯାଇଛି। ଏଥିରେ କୁହାଯାଇଛି ଯେ “କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ଅସହଜ ଅନୁଭବ କରୁଥିବାରୁ ତାଙ୍କର ଏକାଧିକ ପରୀକ୍ଷା କରାଯାଇଛି।ଗୁରୁବାର ସନ୍ଧ୍ୟାରେ ସେ ଆସିବା ପରେ ପ୍ରଥମେ କୋରୋନାରୀ ଏଞ୍ଜିଓଗ୍ରାଫି କରାଯାଇଥିଲା। ହାର୍ଟରେ ବ୍ଲକେଜ ରହିଛି କି ନାହିଁ, ତା’ର ଯାଞ୍ଚ କରାଯାଇଛି। ଏବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଏମ୍ସର ହୃଦରୋଗ ବିଭାଗ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ନଜର ରଖିଛି। ତାଙ୍କୁ କିଛି ଦିନ ନୀରିକ୍ଷଣରେ ରଖାଯିବ।”କୋରୋନାରୀ ଏଞ୍ଜିଓଗ୍ରାଫି ଏମିତି ଏକପରୀକ୍ଷା ଯାହା ଦ୍ୱାରା ହାର୍ଟକୁ ରକ୍ତ ଯୋଗାଉଥିବା ନଳୀ ବା ଧମନୀରେ କୌଣସି ଅବରୋଧ ବା ବ୍ଲକେଜ୍ ଅଛି କି ନାହିଁ ଜାଣି ହୁଏ। ଏବେ ସେହି ପରୀକ୍ଷା ନଡ୍ଡାଙ୍କର ହୋଇଛି। କିନ୍ତୁ ବ୍ଲକେଜ ଅଛି କି ନାହିଁ, ସେକଥା ହସ୍ପିଟାଲ ପକ୍ଷରୁ ସ୍ପଷ୍ଟ କରାଯାଇ ନାହିଁ। ବିଜେପିର ଜଣେ ଚର୍ଚ୍ଚିତ ମନ୍ତ୍ରୀ ଭାବେ ସେ ବେଶ ପରିଚିତ। ଏବେ ସେ ରାଜ୍ୟସଭା ନେତା ଭାବେ କାର୍ଯ୍ୟ କରୁଛନ୍ତି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ମଧ୍ୟ ତାଙ୍କ ଅଧୀନରେ ରହିଛି।

  • Related Posts

    ଦିଲ୍ଲୀ ହାଇକୋର୍ଟକୁ ବୋମା ଧମକ

    ଆସନ୍ତାକାଲି ଦେଶ ପାଳିବ ସ୍ୱାଧୀନତାର ୮୦ତମ ବର୍ଷ ପୂର୍ତ୍ତି। ଏଥିପାଇଁ ସବୁ ଆଡ଼େ ଜୋରସୋରରେ ଚାଲିଛି ପ୍ରସ୍ତୁତି। ଦିଲ୍ଲୀର ଲାଲକିଲାରେ ପ୍ରତିବର୍ଷ ଭଳି ଏଥର ମଧ୍ୟ ପୂରା ଦେଶ ଦେଖିବ ଭାରତର ପରାକ୍ରମ।ହେଲେ ସ୍ୱାଧୀନତା ଦିବସର ଦିନକ ପୂର୍ବରୁ ଦେଶର ରାଜଧାନୀ…

    Continue reading
    ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରଦାନକଲେ ରାଷ୍ଟ୍ରପତି

    ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀରେ ୨୦୨୪ ଏବଂ ୨୦୨୫ ବର୍ଷ ପାଇଁ ବିଶିଷ୍ଟ କଳାକାରମାନଙ୍କୁ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରଦାନ କରିଛନ୍ତି।ସେହିପରି ଓଡ଼ିଶୀ ନୃତ୍ୟ ଗୁରୁ ବିଚିତ୍ରା ନନ୍ଦ ସ୍ୱାଇଁ ୨୦୨୪ ବର୍ଷ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ