କୁକୁରକୁ ଟାଣିନେଲା କୁମ୍ଭୀର

ଭଦ୍ରକ: ଭଦ୍ରକ ଜିଲ୍ଲା ବୋଡ଼କ ପଞ୍ଚାୟତରେ କୁମ୍ଭୀର ଆତଙ୍କ। ରେବ ନଦୀରେ ଏକ ବିଶାଳ କୁମ୍ଭୀର ବୁଲୁଥିବା ଦେଖି ଆତଙ୍କିତ ହୋଇପଡ଼ିଛନ୍ତି ଗ୍ରାମବାସୀ। ଏହାସହ ରାସ୍ତାରେ ବୁଲୁଥିବା ଏକ କୁକୁରକୁ କୁମ୍ଭୀର ଟାଣି ନେଇଥିବା ଦୃଶ୍ୟ ସାମ୍ନାକୁ ଆସିଛି। ଫଳରେ ବନ୍ୟା ସମୟରେ ରାସ୍ତାକୁ ଯିବାବେଳେ ସମସ୍ତେ ସତର୍କ ରିହିବାକୁ ପରାମର୍ଶ ଦିଆଯାଇଛି।
ସୂଚନା ଅନୁଯାୟୀ, ବୋଡ଼କ ପଞ୍ଚାୟତ ଅଞ୍ଚଳରେ ରେବ ନଦୀର ବନ୍ୟାଜଳ ହଟନଗର ରାସ୍ତା ଉପରେ ପ୍ରବାହିତ ହେଉଛି। ଏହି ସମୟରେ ରାସ୍ତାରେ ବୁଲୁଥିବା ଏକ କୁକୁରକୁ ନଦୀ ପଟୁ ଆସିଥିବା ଏକ ବିଶାଳ କୁମ୍ଭୀର ଟାଣି ନେଇଥିବା ଦେଖିବାକୁ ମିଳିଛି। ଘଟଣା ପରେ ଅଞ୍ଚଳବାସୀଙ୍କ ମଧ୍ୟରେ କୁମ୍ଭୀରକୁ ନେଇ ଭୟ ବଢ଼ିଛି। ରେବ ନଦୀରେ କୁମ୍ଭୀରଟି ଉପରମୁଣ୍ଡକୁ ଯାଉଥିବାର ଦୃଶ୍ୟ ମଧ୍ୟ ଦେଖିବାକୁ ମିଳିଛି। ବନ୍ୟା ପରିସ୍ଥିତି ମଧ୍ୟରେ ରାସ୍ତା ଉପରେ ଜଳ ପ୍ରବାହିତ ହେଉଥିବାରୁ ନଦୀ ଓ ଜଳଭର୍ତ୍ତି ଅଞ୍ଚଳ ନିକଟକୁ ନଯିବାକୁ ଲୋକଙ୍କୁ ସତର୍କ କରାଯାଇଛି। ବିଶେଷକରି ବନ୍ୟା ସମୟରେ ରାସ୍ତାରେ ଯାତାୟାତ କରିବାବେଳେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

  • Related Posts

    ମୋହନଙ୍କ ବଡ଼ ନିଷ୍ପତ୍ତି : ନବମ ଓ ଦଶମ ପିଲାଙ୍କୁ ମିଳିବ ମାଗଣା ବହି

    ଭୁବନେଶ୍ୱର, ୧୩ ।୧୦ : ରାଜ୍ୟ କ୍ୟାବିନେଟ ନବମ ଓ ଦଶମ ଶ୍ରେଣୀରେ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କୁ ନିଃଶୁଳ୍କ ପାଠ୍ୟପୁସ୍ତକ ପ୍ରଦାନ କରିବେ । ୨୦୨୫-୨୬ରୁ ୨୦୨୯-୩୦ ପର୍ଯ୍ୟନ୍ତ ଏହା ୫ ବର୍ଷ ପାଇଁ କାର୍ଯ୍ୟକାରୀ ହେବ । ଏହାଦ୍ୱାରା ୨୮.୯୦ ଲକ୍ଷ…

    Continue reading
    ମୋହନଙ୍କ ବଡ଼ ନିଷ୍ପତ୍ତି : ବର୍ଷା ଜଳ ନିଷ୍କାସନ ପାଇଁ ୫ ଶହ କୋଟି

    ଦକ୍ଷତା ବିକାଶ ଯୋଜନାକୁ ମଞ୍ଜୁରୀ ମତ୍ସ୍ୟ ସେବା କ୍ୟାଡ଼ର ପଦବୀ ବୃଦ୍ଧି ନୂଆଗଡ଼ ମତ୍ସ୍ୟ ବନ୍ଦର ବିଡ୍‌କୁ ମଞ୍ଜୁରୀ ଭୁବନେଶ୍ୱର, ୧୩ ।୧୦ : ଯୁବକ ଯୁବତୀଙ୍କୁ ଦକ୍ଷ କରିବା ପାଇଁ ମୋହନ ସରକାର ଦକ୍ଷତା ବିକାଶ ଯୋଜନା ଆରମ୍ଭ କରିବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ