ମନ୍ଦିରରେ ଦଳାଚକଟା: ୭ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ବିହାରର ଲକ୍ଷୀସରାଇ ଜିଲ୍ଲାସ୍ଥିତ ଅଶୋକ ଧାମ ମନ୍ଦିରରେ ସୋମବାର ଦଳାଚକଟାରେ ୭ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି। ପ୍ରାରମ୍ଭିକ ସୂଚନା ଅନୁଯାୟୀ, ଏକ ବିଦ୍ୟୁତ୍ ତାର ଛିଣ୍ଡିଯିବାରୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା ଓ ସେଥିରୁ ଦଳାଚକଟା ହୋଇଥିଲା।ଆଜି ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ଅବସରରେ ଶିବ ମନ୍ଦିରରେ ପୂଜାର୍ଚ୍ଚନା ପାଇଁ ବିପୁଳ ସଂଖ୍ୟାରେ ଭକ୍ତଙ୍କ ଭିଡ଼ ଜମିଥିଲା ବେଳେ ସକାଳ ପ୍ରାୟ ୬.୪୫ ମିନିଟରେ ଏହି ଘଟଣା ଘଟିଥିଲା। ଆହତମାନଙ୍କୁ ଚିକିତ୍ସା ପାଇଁ ଲକ୍ଷୀସରାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ଲକ୍ଷୀସରାଇ ଜିଲ୍ଲାପାଳ ଶୈଳେନ୍ଦ୍ର କୁମାର କହିଛନ୍ତି ଯେ ପ୍ରବଳ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ସମସ୍ତ ବ୍ୟବସ୍ଥା କରାଯାଇଥିଲା। କିନ୍ତୁ ଭିଡ଼ ଆଶାଠାରୁ ଅଧିକ ଥିଲା। ପ୍ରବଳ ଭିଡ଼ ଯୋଗୁଁ ବାରିକେଡର ଏକ ଅଂଶ ଭାଙ୍ଗିଯାଇଥିଲା, ଯାହା ଫଳରେ ଲୋକମାନେ ଜଣଙ୍କ ଉପରେ ଜଣେ ଖସିପଡ଼ିଥିଲେ।ଅନ୍ୟପକ୍ଷରେ କିଛି ପ୍ରତ୍ୟକ୍ଷଦର୍ଶୀ ଅଭିଯୋଗ କରିଛନ୍ତି ଯେ ସେଠାରେ ଭିଡ଼ ନିୟନ୍ତ୍ରଣ କରିବା ପାଇଁ କୌଣସି ପ୍ରଶାସନିକ ଅଧିକାରୀ କିମ୍ବା ସୁରକ୍ଷା କର୍ମୀ ନଥିଲେ। ଭିତରକୁ ପ୍ରବେଶ କରିବା ପାଇଁ ଲୋକେ ପରସ୍ପରକୁ ଠେଲି ପକାଉଥିଲେ। ଅତୀତରେ ମଧ୍ୟ ଅଶୋକ ଧାମ ମନ୍ଦିର ପ୍ରାଙ୍ଗଣରେ ଦଳାଚକଟା ଘଟଣା ଘଟିଛି। ୨୦୧୯ ଅଗଷ୍ଟ ୧୨ ତାରିଖରେ ଅର୍ଥାତ୍ ପବିତ୍ର ଶ୍ରାବଣ ମାସରେ ଏକ ଦଳାଚକଡ଼ାରେ ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୧୫ ଜଣ ଆହତ ହୋଇଥିଲେ।

  • Related Posts

    ହୋଟେଲରେ ଅଗ୍ନିକାଣ୍ଡ, 7 ମୃତ

    କଲିକତା : ଆଜି ସକାଳୁ ପଶ୍ଚିମବଙ୍ଗ ବୀରଭୂମିର ତାରାପୀଠରେ ଏକ ଘରୋଇ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ 7 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରାଯାଇ ରାମପୁରହାଟ ମେଡିକାଲ…

    Continue reading
    UGC-NET 2026 ପ୍ରଶ୍ନପତ୍ରରେ ତ୍ରୁଟି, 3ଟି ବଷୟର ପୁଣି ପରୀକ୍ଷା କରିବ NTA

    ନୂଆଦିଲ୍ଲୀ: ଜୁନ୍ 2026ରେ ଅନୁଷ୍ଠିତ ହୋଇଥିବା UGC NET ପରୀକ୍ଷା ପୁନଃ ପରିଚାଳନା କରିବାକୁ ନିଷ୍ପତ୍ତି ନିଆଯାଇଛି । ଇଂରାଜୀ, ବାଣିଜ୍ୟ ଏବଂ ସମାଜଶାସ୍ତ୍ର (Sociology)ପାଇଁ ପୁଣିଥରେ ପରୀକ୍ଷା ଅନୁଷ୍ଠିତ ହେବ । ଏହି ତିନୋଟି ବିଷୟର ପ୍ରଶ୍ନପତ୍ରରେ ଗୁରୁତର ତ୍ରୁଟି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ