ବିଦ୍ୟୁତ ସ୍ପର୍ଶରେ ଆସି ବିଦ୍ୟୁତ କର୍ମଚାରୀ ମୃତ

ଦେବଗଡ଼:ବାରକୋଟ ଥାନାର କଲା ଗ୍ରାମରେ ଆଜି ଜୀବନ୍ତ ବିଦ୍ୟୁତ ସ୍ପର୍ଶରେ ଆସି ବିଦ୍ୟୁତ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ମୃତ କର୍ମଚାରୀ ହେଲେ ରିଆମାଳ ଥାନାର ଧରମପୁର ଗାଁର ଟୁନା ସାହୁ । ମୃତ ଟୁନା ଟିପିଡବ୍ଲୁଓଡିଏଲରେ ଠିକା ସଂସ୍ଥା ଅଧିନରେ ହେଲ୍‌ପର ଭାବେ କାମ କରୁଥିଲେ। ସୂଚନା ଅନୁଯାୟୀ, ଟୁନା ଆଜି ବିଦ୍ୟୁତ ମରାମତି ନିମନ୍ତେ ଖୁଣ୍ଟ ଉପରେ ଚଢି ସଜାଡୁଥିବା ବେଳେ ବିଦ୍ୟୁତ ସ୍ପର୍ଶରେ ଆସି ତଳେ ପଡିଯାଇଥିଲେ। ତାଙ୍କୁ ଉଦ୍ଧାର କରି ବମପରଡା ମେଡିକାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଉକ୍ତ ଘଟଣା ପରେ କ୍ଷତିପୂରଣ ଦାବିରେ ଲୋକଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା।ଖବରପାଇ ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ ମେଡିକାଲରେ ପହଞ୍ଚି ବିଦ୍ୟୁତ ବିଭାଗ ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ। ପରେ ପରିସ୍ଥିତି ଶାନ୍ତ ପଡିଥିଲା। ସୂଚନାପାଇ ବାରକୋଟ ଥାନା ପୁଲିସ ମୃତ ଦେହ ଜବତ କରି ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

  • Related Posts

    ଗାନ୍ଧିମାର୍ଗରେ ଶିକ୍ଷକ-କର୍ମଚାରୀଙ୍କ ଧାରଣା

    ପୁଣି ରାଜରାସ୍ତାରେ ଗର୍ଜିଲେ ଗୁରୁ। ୪ ଦଫା ଦାବି ନେଇ ଗାନ୍ଧି ମାର୍ଗରେ ଗର୍ଜନ। ବାଧା ଦେଉଥିଲା ବର୍ଷା, ହକ୍ ପାଇଁ ଲଢୁଥିଲେ ଶିକ୍ଷକ। ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ ସମିତି ପୁଣି ଆନ୍ଦୋଳନକୁ ଓହ୍ଲାଇଛି। ୨୦…

    Continue reading
    ବର୍ଷା: ମୟୂରଭଞ୍ଜ-ବାଲେଶ୍ୱର-କେନ୍ଦ୍ରାପଡ଼ାକୁ ରେଡ୍‌ ଆଲର୍ଟ

    ବଙ୍ଗୋପସାଗରରେ ଅବପାତ। ଆଜି ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ। ଡିପ୍ରେସନ୍ ଏବେ ବାଲେଶ୍ବରରୁ ୧୮୦ କି.ମି. ଦୂରରେ ରହିଛି। ୨୪ ଘଣ୍ଟା ମଧ୍ୟରେ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର ଆଡ଼କୁ ଅଗ୍ରସର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜି ରାଜ୍ୟର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ