ଖସାପଡ଼ା ନୀତି: ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଶ୍ରାବଣ ଶୁକ୍ଳପକ୍ଷ ପଞ୍ଚମୀ ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପନ୍ନ କରିବେ। ମହାପ୍ରଭୁଙ୍କ ବିଭିନ୍ନ ଗୁପ୍ତନୀତି ମଧ୍ୟରେ ଏହି ନୀତି ଅନ୍ୟତମ। ଶ୍ରୀମନ୍ଦିରରେ ମଧ୍ୟାହ୍ନଧୂପ ହୋଇ ଦ୍ୱିତୀୟ ଭୋଗମଣ୍ଡପ ସମ୍ପନ୍ନ ହେବା ପରେ ମଇଲମ ନୀତି ଅନୁଷ୍ଠିତ ହେବ। ପରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ। ଏହାପରେ ଶ୍ରୀଦେବୀ, ଭୂଦେବୀ ଖଟଶେଯ ଘରେ ବିଜେ କରିବେ। ମହାପ୍ରଭୁଙ୍କ ଖସାପଡ଼ା ନୀତି ନିମନ୍ତେ ଦଇତାପତିମାନେ ଗର୍ଭଗୃହକୁ ପ୍ରବେଶ କରିବେ। ମହାପ୍ରଭୁଙ୍କ ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ଖସାପଡ଼ା ନୀତି ସମ୍ପନ୍ନ ହୋଇ ଦଇତାପତି ଶ୍ରୀମନ୍ଦିରରୁ ବାହାରିବା ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ବଢ଼ିବ। ପରେ ମହାପ୍ରଭୁଙ୍କ ମଇଲମ ବେଶ ସନ୍ଧ୍ୟା ଆଳତୀ ବଢି ଅନ୍ୟାନ୍ୟ ନୀତିି ସମ୍ପନ୍ନ ହେବ। ଏହି ନୀତି ପାଇଁ ରବିବାର ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଛନ୍ତି। ଶୁଦ୍ଧସୁଆର ଖଳି, କଇଁଥ ଅଠା ଯୋଗାଇଥାନ୍ତି। ଦେଉଳକରଣ ଦେଇଥିବା ଧଳାକନା ସହ ଖଳି ଓ କଇଁଥ ଅଠାକୁ ବ୍ୟବହାର କରି ଦଇତାପତି ସେବକମାନେ ମହାପ୍ରଭୁଙ୍କ ଗୁପ୍ତନୀତି ସମ୍ପନ୍ନ କରିଥାନ୍ତି। ମହାପ୍ରଭୁଙ୍କ ଏହି ଗୁପ୍ତନୀତି ଦ୍ୱିତୀୟ ଭୋଗମଣ୍ଡପ ପରେ ଅନୁଷ୍ଠିତ ହେବ। ନୀତି ନିମନ୍ତେ ସୋମବାର ସନ୍ଧ୍ୟା ୬ଟା ଠାରୁ ରାତିି ୧୦ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

  • Related Posts

    ହୀରାକୁଦ: ଖୋଲିଲା ଆଉ ୫ଟି ଗେଟ୍

    ସମ୍ବଲପୁର: ବଢ଼ୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ଜଳସ୍ତର ବୃଦ୍ଧି ଯୋଗୁଁ ହୀରାକୁଦର ଆଉ ୫ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ଏବେ ମୋଟ ୭ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ଏଥିରେ…

    Continue reading
    ରିଜର୍ଭ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର

    ଢେଙ୍କାନାଳ: ଢେଙ୍କାନାଳ ରିଜର୍ଭପୁଲିସରେ କାର୍ଯ୍ୟରତ କନଷ୍ଟେବଳ ଶଙ୍କର ପ୍ରଧାନଙ୍କ ମୃତଦେହକୁ ସୋମବାର ଟାଉନଥାନା ପୁଲିସ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି । ଏ ନେଇ ଟାଉନଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଗଜପତି ଅଞ୍ଚଳର ଶଙ୍କର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ