ଜାତୀୟ ପ୍ରତୀକ ଓ ଗାନ ପ୍ରତି ଅବମାନନା ଓ ବାଧା ସୃଷ୍ଟି କରି ଦଣ୍ଡନୀୟ ଅପରାଧ କରଛନ୍ତି ସୋନିଆ: ଅଭିଳାଷ ପଣ୍ଡା

ଭୁବନେଶ୍ୱର: ଅଗଷ୍ଟ ୧୫ ତାରିଖ ଦିନ ସମଗ୍ର ଦେଶବାସୀ ଅତ୍ୟନ୍ତ ଆନନ୍ଦ ଓ ଉଲ୍ଲାସର ସହ ୮୦ତମ ସ୍ୱାଧୀନତା ଦିବସ ପାଳନ କରିଛନ୍ତି । ଅନ୍ୟପଟେ ଭାରତୀୟ ଜାତୀୟ କଂଗ୍ରେସ ମୁଖ୍ୟାଳୟରେ ଅନୁଷ୍ଠିତ ସ୍ୱାଧୀନତା ଦିବସ ସମାରୋହ ପାଳନ ଅବସରରେ ବନ୍ଦେ ମାତରମ୍ ଗାନ ସମୟରେ ବରିଷ୍ଠ ନେତ୍ରୀସୋନିଆ ଗାନ୍ଧୀ, କଂଗ୍ରେସ ଦଳର ସଭାପତି ମଲ୍ଲିକାର୍ଜୁନ ଖାଡଗେ, ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜାତୀୟ ପ୍ରତୀକ ପ୍ରତି ସମ୍ମାନ ପ୍ରଦର୍ଶନ କରିବା ପରିବର୍ତ୍ତେ ଅନ୍ୟମନସ୍କ ଆଚରଣ, କଥାବାର୍ତ୍ତା ଓ ଇସାରା କରିବାରେ ଲିପ୍ତ ଥିଲେ । ଏକ ଜାତୀୟ ପ୍ରତୀକ ପ୍ରତି ଏଭଳି ଆଚରଣ ଓ ସମ୍ମାନ ପ୍ରଦର୍ଶନ ଭାରତୀୟ ନାଗରିକଙ୍କ ଜାତୀୟ ଭାବନାକୁ ଆଘାତ ଦେଇଛି । ଜାତୀୟ ଗୈାରବ ଓ ସମ୍ମାନ ରକ୍ଷା ପାଇଁ ଜାତୀୟ ଅବମାନନା ପ୍ରତିରୋଧ ଆଇନ ଏବଂ ଭାରତୀୟ ନ୍ୟାୟ ସଂହିତା ଧାରା ଅଧିନରେ ସୋନିଆ ଗାନ୍ଧୀ, ମଲ୍ଲିକାର୍ଜୁନ ଖାଡଗେ ଏବଂ ରାହୁଲ ଗାନ୍ଧୀଙ୍କ ବିରୋଧରେ ଆଜି ଭୁବନେଶ୍ୱର ଖାରବେଳ ଥାନାରେ ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଅଭିଳାଷ ପଣ୍ଡା ଲିଖିତ ମାମଲା ରୁଜୁ କରିଛନ୍ତି ।
ଦେଶର ସ୍ୱାଧୀନତା ସଂଗ୍ରାମରେ ଜାତୀୟ ଗାନ “ବନ୍ଦେ ମାତରମ୍‌”ର ଐତିହାସିକ ଗୁରୁତ୍ୱ ରହିଛି । ଆଇନ ଅନୁଯାୟୀ ଜାତୀୟ ଗାନ ପ୍ରତି କୈାଣସି ପ୍ରକାରର ଅବମାନନା କିମ୍ବା ବାଧା ସୃଷ୍ଟି କରିବା କିମ୍ବା ଅସମ୍ମାନ ପ୍ରଦର୍ଶନ କରିବା ଏକ ଦଣ୍ଡନୀୟ ଅପରାଧ । ଆଇନ ଅନୁଯାୟୀ ଏହି ଦଣ୍ଡନୀୟ ଅପରାଧ ପାଇଁ ତିନି ବର୍ଷ ପର୍ଯ୍ୟନ୍ତ ଜେଲ୍ ଦଣ୍ଡ, କିମ୍ବା ଜୋରିମାନା କିମ୍ବା ଉଭୟ ଦଣ୍ଡର ବ୍ୟବସ୍ଥା ରହିଛି ବୋଲି ଶ୍ରୀ ପଣ୍ଡା କହିଛନ୍ତି । ଏହି ଅବସରରେ ଯୁବମୋର୍ଚ୍ଚା ରାଜ୍ୟ ଉପସଭାପତି ପ୍ରଶାନ୍ତ ପାଇକରାୟ, ରାଜ୍ୟ ସଂପାଦକ ସୈାଭାଗ୍ୟ ମହାନ୍ତି, ଭୁବନେଶ୍ୱର ଜିଲ୍ଲା ସଭାପତି ସ୍ୱୟଂସେବକ ରାୟ ପ୍ରମୁଖ ଉପସ୍ଥିତ ଥିଲେ ।

  • Related Posts

    ଆଜି ନୂଆ ଟିମ୍ ଘୋଷଣା କରିପାରନ୍ତି ନୀତିନ ନବୀନ

    ନୂଆଦିଲ୍ଲୀ : ବିଜେପିର ସଙ୍ଗଠନରେ ବଡ ଧରଣର ପରିବର୍ତ୍ତନ ହେବାକୁ ଯାଉଛି । ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଚୂଡାନ୍ତ କରିସାରିଛନ୍ତି । କେବଳ ଔପଚାରିକ ଘୋଷଣାକୁ ବାକି ଅଛି । କୁହାଯାଉଛି କି ସୋମବାର…

    Continue reading
    ଆଜାଦ ନଗରରୁ ବହୁ ନେତୃତ୍ୱ ଓ କର୍ମକର୍ତ୍ତାଙ୍କ ବିଜେପିରେ ଯୋଗଦାନ

    ଭୁବନେଶ୍ୱର: ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୀଙ୍କ ଜନକଲ୍ୟାଣକାରୀ ନୀତି, ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରବାଦୀ ବିଚାରଧାରା ଏବଂ ଓଡ଼ିଶାରେ ଡବଲ୍ ଇଞ୍ଜିନ୍ ସରକାରଙ୍କ ବିକାଶମୂଳକ କାର୍ଯ୍ୟଧାରା ପ୍ରତି ଆସ୍ଥା ପ୍ରକଟ କରି ଆଜି ଏକାମ୍ର ନିର୍ବାଚନ ମଣ୍ଡଳୀର ୱାର୍ଡ ନଂ-୬୭…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ