ଏଣିକି ମାସକୁ ୨ ଥର ବସିବ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର: ରାଜ୍ୟ ପ୍ରଶାସନର ନିଷ୍ପତ୍ତି ଗ୍ରହଣ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରାଯିବ । ବିଶେଷ କରି କ୍ୟାବିନେଟ୍ ନିଷ୍ପତ୍ତିର ତ୍ୱରିତ କାର୍ଯ୍ୟାନ୍ୱୟନ ଉପରେ ସରକାର ଗୁରୁତ୍ୱ ଦେଇଛନ୍ତି । ତେଣୁ ଏଣିକି ପ୍ରତିମାସରେ ଦୁଇଥର କ୍ୟାବିନେଟ ବୈଠକ ବସିବ । ଏଥିପାଇଁ ସମସ୍ତ ପ୍ରଶାସନିକ ବିଭାଗକୁ ଆଗୁଆ ନିଜର ପ୍ରସ୍ତାବ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହା ସହ ନିର୍ଦ୍ଧାରିତ ବୈଠକର ଯଥେଷ୍ଟ ପୂର୍ବରୁ କ୍ୟାବିନେଟ୍ ନୋଟ୍ ମୁଖ୍ୟ ଶାସନ ସଚିବଙ୍କ ନିକଟରେ ଦାଖଲ କରିବାକୁ କୁହାଯାଇଛି ।

ଉଲ୍ଲେଖଯୋଗ୍ୟ, ଅଗଷ୍ଟ ୪ ତାରିଖରେ ଖାରବେଳ ଭବନରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ବିଭାଗଗୁଡ଼ିକୁ ନିଜ ନିଜ ପ୍ରସ୍ତାବ ଆଗୁଆ ପ୍ରସ୍ତୁତ କରିବା ସହ ସମୟ ପୂର୍ବରୁ କ୍ୟାବିନେଟ ନୋଟ ଦାଖଲ କରିବାକୁ କୁହାଯାଇଛି । ଏହା ଦ୍ୱାରା କ୍ୟାବିନେଟ୍ରେ ପ୍ରସ୍ତାବ ଉପରେ ସମୟୋଚିତ ନିଷ୍ପତ୍ତି ନେବାର ପ୍ରକ୍ରିୟା ଅଧିକ ସୁସଂଗଠିତ ହେବ । କେବଳ ନିଷ୍ପତ୍ତି ନେବାରେ ସରକାରଙ୍କ ଫୋକସ୍ ସୀମିତ ରହିବ ନାହିଁ । କ୍ୟାବିନେଟରେ ଅନୁମୋଦିତ ନିଷ୍ପତ୍ତିଗୁଡ଼ିକର ନିୟମିତ ଅନୁଧ୍ୟାନ କରି ସେଗୁଡ଼ିକୁ ଧାର୍ଯ୍ୟ ସମୟରେ କାର୍ଯ୍ୟକାରୀ କରିବାକୁ ସମସ୍ତ ପ୍ରଶାସନିକ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ।

  • Related Posts

    ପ୍ରଣବଙ୍କ ବିୟୋଗରେ ମୋହନଙ୍କ ଶୋକପ୍ରକାଶ

    ଭୁବନେଶ୍ୱର:ଆଉ ନାହାନ୍ତି ଓଡ଼ିଶା ସଂଗୀତ ଜଗତର ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ। ଆଜି ୮୮ ବର୍ଷ ବୟସରେ ସେ ସମସ୍ତଙ୍କୁ ଛାଡ଼ି ପରପାରିକୁ ଚାଲି ଯାଇଛନ୍ତି। ଓଡ଼ିଆ ସଙ୍ଗୀତ ଜଗତରେ ବେତାଜ ବାଦଶାହ ଭାବେ ସେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ।ଆଜି…

    Continue reading
    ପରଲୋକରେ ପ୍ରଣବ ପଟ୍ଟନାୟକ

    ଭୁବନେଶ୍ୱର: ଆଉ ନାହାନ୍ତି ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକ ।୮୮ ବର୍ଷ ବୟସରେ ସେ ଆଜି ଆଖି ବୁଜିଛନ୍ତି ।ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ଦିନ ୧୧.୩୦ରେ ତାଙ୍କର ପରଲୋକ ହୋଇଛି । ତାଙ୍କ ପରଲୋକ ଖବର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ