HIRAKUD DAM ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌ ଗେଟ୍‌କୁ ବନ୍ଦ କରାଯାଇଛି। ଫଳରେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ୭ ସ୍ଲୁଇସ୍‌ ଗେଟ୍‌ ଜରିଆରେ ମହାନଦୀକୁ ବନ୍ୟାଜଳ ନିଷ୍କାସନ କରାଯାଉଛି। ହୀରାକୁଦ ଜଳଭଣ୍ଡାରର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍‌ ହୋଇଥିବାବେଳେ ବର୍ତ୍ତମାନ ସନ୍ଧ୍ୟା ସାଢ଼େ ୬ଟାରେ ପ୍ରାପ୍ତ ଶେଷ ସୂଚନା ଅନୁସାରେ ଜଳଭଣ୍ଡାରର ଜଳସ୍ତର ୬୨୧.୬୯ ଫୁଟ୍‌ ରହିଛି।

ଏହି ସମୟରେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରାହାରି ୨ ଲକ୍ଷ ୫୫ ହଜାର ୬୮୦ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବାବେଳେ ଜଳଭଣ୍ଡାରରୁ ପ୍ରତି ସେକେଣ୍ଡରେ ହାରାହାରି ୧ ଲକ୍ଷ ୪୫ ହଜାର ୦୨୫ ଘନଫୁଟ ଜଳ ନିଷ୍କାସିତ ହେଉଛି। ସେଥିମଧ୍ୟରୁ ଜଳଭଣ୍ଡାରର ବାମପାଶର୍‌ବର ୫ ଓ ଦକ୍ଷିଣପାଶର୍‌ବର ୨ ମିଶି ମୋଟ ୭ ସ୍କୁଇସ୍‌ ଗେଟ୍‌ ଜରିଆରେ ମହାନଦୀକୁ ପ୍ରତି ସେକେଣ୍ଡରେ ହାରାହାରି ୧ ଲକ୍ଷ ୧୦ ହଜାର ୫୮୬ ଘନଫୁଟ, ପାୱାର ଚ୍ୟାନେଲରେ ୩୧,୫୫୯ ଘନଫୁଟ, ବରଗଡ଼ କେନାଲରେ ୨,୩୬୧ ଘନଫୁଟ, ଶାସନ କେନାଲରେ ୩୦୦ ତଥା ସମ୍ବଲପୁଲ କେନାଲରେ ୫୧ ଘନଫୁଟ ଏବଂ ଶିଳ୍ପଭିତ୍ତିକ ବ୍ୟବହାର ପାଇଁ ୨୨୯ ଘନଫୁଟ ଜଳ ନିଷ୍କାସନ ହେଉଛି। ହୀରାକୁଦ ଜଳଭଣ୍ଡାର ନିୟନ୍ତ୍ରଣ କକ୍ଷରୁ ପ୍ରାପ୍ତ ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ୨.୨୬ ମି.ମି ଓ ତଳ ମୁଣ୍ଡରେ ୦.୬୪ ମି.ମି. ବର୍ଷା ରେକର୍ଡ କରାଯାଇଛି।

  • Related Posts

    ବ୍ରଜ ମୋହନ ଓଡ଼ିଶାର ନୂଆ ରାଜ୍ୟପାଳ

    ୪ ରାଜ୍ୟରେ ବଦଳିଲେ ରାଜ୍ୟପାଳ ନୂଆଦିଲ୍ଲୀ: ଓଡ଼ିଶାର ରାଜ୍ୟପାଳ ବଦଳି ଯାଇଛନ୍ତି । ହରିବାବୁ କମ୍ଭମ୍‌ପଟିଙ୍କ ବଦଳରେ ବ୍ରଜ ମୋହନ ରାମଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି । ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଛଅ ରାଜ୍ୟ ପାଇଁ…

    Continue reading
    ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଦିଲ୍ଲୀରେ ବିରୋଧୀଙ୍କ ପ୍ରତିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଏକ୍ସ’ରେ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ। ସ୍ୱଚ୍ଛ ଓ ସଠିକ୍‌ ଭୋଟର ତାଲିକା ପ୍ରସ୍ତୁତି ପାଇଁ ‘SIR’ ଆବଶ୍ୟକ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ