farmer registration ୭.୧୮ଲକ୍ଷ ଚାଷୀ କଲେଣି ପଞ୍ଜୀକରଣ

ଭୁବନେଶ୍ବର : ଖରିଫ ଧାନ ସଂଗ୍ରହ ୨୦୨୬-୨୭ ପାଇଁ ବର୍ତ୍ତମାନ ସୁଦ୍ଧା ରାଜ୍ୟର ୭ଲକ୍ଷ ୧୮ହଜାରରୁ ଅଧିକ ଚାଷୀ ନାମ ପଞ୍ଜୀକରଣ କରିସାରିଲେଣି। ବିଶେଷକରି ଶୁକ୍ରବାର ୧ ଲକ୍ଷରୁ ଅଧିକ ଚାଷୀ ନାମ ପଞ୍ଜୀକରଣ କରିଛନ୍ତି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ମୁତାବକ ଏହି ପ୍ରକ୍ରିୟା ଚଳିତ ମାସ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରାଥମିକ କୃଷି ସମବାୟ ସମିିତି(ପାକ୍ସ), ବୃହତ୍‌ ଆଦିବାସୀ ବହୁମୁଖୀ ସମବାୟ ସମିତି (ଲାମ୍ପ୍ସ) ଓ ପାଣି ପଞ୍ଚାୟତରେ ପଞ୍ଜୀକରଣ କରାଯାଉଛି।
ସୂଚନା ମୁତାବକ, ବରଗଡ଼ ଜିଲାରେ ପ୍ରାୟ ୭୫ହଜାର, ବାଲେଶ୍ୱରରେ ୫୦ହଜାର, କଳାହାଣ୍ଡିରେ ୪୯ହଜାର, ଗଞ୍ଜାମରେ ୪୯ହଜାର ଓ ବଲାଙ୍ଗିରରେ ପ୍ରାୟ ୩୧ ହଜାର ଚାଷୀ ପଞ୍ଜୀକରଣ କରିଛନ୍ତି। ରାଜ୍ୟର ୨୯୧୨ଟି ପାକ୍ସ ଓ ୪ଟି ପାଣି ପଞ୍ଚାୟତରେ ଏହି ପଞ୍ଜୀକରଣ କାର୍ଯ୍ୟ ଚାଲିଛି। ଚଳିତ ପଞ୍ଜୀକରଣ ପ୍ରକ୍ରିୟା ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ, ସମବାୟ ବିଭାଗ, କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଓ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମନ୍ୱୟରେ କରାଯାଉଛି।

  • Related Posts

    ratna bhander puri ୩୧ରେ ହେବ ରତ୍ନଭଣ୍ଡାରର ଗଣତି ମଣତି

    ପୁରୀ: ଆସନ୍ତା ଅଗଷ୍ଟ ୩୧ ତାରିଖ ଓ ସେପ୍ଟେମ୍ବର ୧ ତାରିଖ ଦୁଇଦିନ ରତ୍ନଭଣ୍ଡାର ଗଣତି ମଣତି କରାଯିବ। ଏ ନେଇ ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ଏହି ଗଣତି ମଣତି କରାଯିବ।…

    Continue reading
    low pressur rain ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ

    ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ । ଗତକାଲି ମିଆଁମାର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ, ଆଜି ଉତ୍ତର ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ତତ-ସଂଲଗ୍ନ ବାଂଲାଦେଶ ଉପକୂଳସ୍ଥ ସମୁଦ୍ର ଅଞ୍ଚଳ ଉପରେ ବାୟୁମଣ୍ଡଳର ୫.୮…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ