iic will be arrested ବନ୍ଧାହେବେ ଦୁଷ୍କର୍ମ ମାମଲାରେ ଫେରାର ପୂର୍ବତନ ଶରଣକୁଳ ଥାନା ଆଇଆଇସି

ଭୁବନେଶ୍ୱର : ବାନ୍ଧାହେବେ ପୂର୍ବତନ ଶରଣକୁଳ ଥାନା ଆଇଆଇସି ସୁଜିତ କୁମାର ଦାସ । ଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ହେବା ପରେ ଫେରାର ଅଛନ୍ତି ସୁଜିତ କୁମାର । ସୁଜିତଙ୍କୁ ଗିରଫ କରିବା ପାଇଁ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି କ୍ରାଇମବ୍ରାଞ୍ଚ CAW । ଆଗୁଆ ଜାମିନ ଖାରଜ କରିବା ସହ ତଳ କୋର୍ଟରେ ଆତ୍ମସମର୍ପଣ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଜଣେ ମହିଳାଙ୍କୁ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ପରେ ସୁଜିତଙ୍କୁ ନିଲମ୍ବନ କରାଯାଇଥିଲା । ଏହାପରେ ଶରଣକୁଳ ଥାନାରେ ଦୁଷ୍କର୍ମ ମାମଲା ରୁଜୁ କରାଯିବା ସହ ପୋଲିସ ତଦନ୍ତ କରିଥିଲା । ଏହାପରେ ଏହି ମାମଲା କ୍ରାଇମବ୍ରାଞ୍ଚ୍ ର CAW କୁ ହୋଇଥିଲା ହସ୍ତାନ୍ତର ।
କ୍ରାଇମବ୍ରାଞ୍ଚ୍ ତଦନ୍ତ କରିବା ସହ ସୁଜିତଙ୍କ ବିରୋଧରେ ଆସିଥିବା ଅଭିଯୋଗର ସତ୍ୟତା ପାଇବା ସହ ପ୍ରାଥମିକ ପ୍ରମାଣ ହାସଲ କରିଥିଲା । ଏହ ମଧ୍ୟରେ ଆଗୁଆ ଜାମିନ ଆବେଦନ କରିଥିବାରୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଥିଲେ ହାଇକୋର୍ଟ । ପରେ କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ୍ କ୍ରାଇମବ୍ରାଞ୍ଚ୍ ନିକଟରେ ହାଜର ହୋଇଥିଲେ। ତଦନ୍ତ କାରୀ ସଂସ୍ଥା ସୁଜିତଙ୍କ ଡାକ୍ତରୀ ମାଇନା କରିବା ସହ ତାଙ୍କ ଷ୍ଟେଟମେଣ୍ଟ ରେକର୍ଡ କରିଥିଲା । ତେବେ ଅନ୍ତରୀଣ ସୁରକ୍ଷା ହଟାଇବା ପାଇଁ କ୍ରାଇମବ୍ରାଞ୍ଚ୍ କୋର୍ଟଙ୍କୁ ଅନୁରୋଧ କରିବା ସହ ସମସ୍ତ ତଥ୍ୟ ପ୍ରମାଣ ଦାଖଲ କରିଥିଲା । ସମସ୍ତ ତଥ୍ୟ ପ୍ରମାଣ ସହ ଗତ ୨୦ ତାରିଖ ଦିନ ଏହି ମାମଲାର ଶୁଣାଣି କରିବା ସହ ସୁଜିତ କୁମାର ଦାସଙ୍କ ଅନ୍ତରୀଣ ସୁରକ୍ଷା ହଟାଇ ଦେଇଛନ୍ତି ହାଇକୋର୍ଟ । ପରେ ଗିରଫଦାରୀ ଭୟରେ ସୁଜିତ୍ ଫେରାର ହୋଇଯାଇଥିବା ଜଣାପଡିଛି ।

  • Related Posts

    ଆଜିଠାରୁ ଶକ୍ତିପୀଠରେ ନବରାତ୍ର ପୂଜା

    ଆଜିଠାରୁ ଶକ୍ତିପୀଠରେ ଆରମ୍ଭ ହେଉଛି ନଅ ଦିନ ଧରି ମାଆଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା। ମାଆଙ୍କ ଆଗମନକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଶକ୍ତିପୀଠ। ନଅ ଦିନ ଧରି ବିଭିନ୍ନ ରୀତିନୀତି ଅନୁସାରେ ମାଆଙ୍କ ପୂଜା କରାଯିବ। ଏହି ଅବସରରେ ମାଆଙ୍କ ଦର୍ଶନ ପାଇଁ…

    Continue reading
    ପାର୍ବଣ ବେଳେ କାଚିବ ବର୍ଷା ପବନ

    ଆସୁଛି ବଡ଼ ବର୍ଷା ! ଏଥର ଧୋଇଯିବ ଦଶହରା ! ୧୩ରେ ଲଘୁଚାପ, ନେବ କି ବାତ୍ୟାର ରୂପ ? କ’ଣ କହୁଛି ପାଣିପାଗ ବିଭାଗର ପୂର୍ବାନୁମାନ ? ପାର୍ବଣ ବେଳେ କାଚିବ ବର୍ଷା ପବନ । ଫିକା ପଡିପାରେ ଦୁର୍ଗାପୂଜା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ