land slide ବାରବାଙ୍କ ଘାଟିରେ ଭୂସ୍ଖଳନ

କେନ୍ଦୁଝର: କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା ଅବରୋଧ ହେବା ସହ ଯାତାୟାତ ବ୍ୟାହତ ହେଉଛି। କେନ୍ଦୁଝରରୁ ଭଦ୍ରାସାହି ଦେଇ କୋଇଡା, ରାଉରକେଲା (ସୁନ୍ଦରଗଡ଼ ଜିଲା) ଯିବା ରାସ୍ତା ବନ୍ଦ ହୋଇ ଯାଇଥିବା ବେଳେ ବହୁ ସଂଖ୍ୟାରେ ଗାଡି ଅଟକି ରହିଛି। ଲଗାଣ ବର୍ଷାରେ ରଗୁଡ଼ି ଥାନା (ଯୋଡା ବ୍ଲକ) ଅନ୍ତର୍ଗତ ୫୨୦ ନମ୍ବର ଜାତୀୟ ରାଜପଥ ବାରବାଙ୍କ ଘାଟି ରାସ୍ତା କଡ଼ରେ ଥିବା ପାହାଡ଼ରୁ ମାଟି ଅତଡ଼ା ଖସି ଗୋଟିଏ ପାଖ ରାସ୍ତା ବନ୍ଦ ହୋଇଥିବା ପୋଲିସ ବିଭାଗ ସୂଚନା ଦେଇଛି। ଘଟଣା ସ୍ଥଳରେ ପୋଲିସ ଓ ଜାତୀୟ ରାଜପଥ କର୍ତ୍ତୃପକ୍ଷ ପହଞ୍ଚି ରାସ୍ତାରୁ ମାଟି ଅତଡ଼ା ସଫେଇ କାମ କରିବା ସହ ଟ୍ରାଫିକ ନିୟନ୍ତ୍ରଣ କାମରେ ଲାଗିଛନ୍ତି। କେନ୍ଦୁଝର ପୋଲିସ ଏନେଇ ସୂଚନା ଦେଇ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଛି। ଫଳରେ କୋଇଡା ଓ ବଡ଼ବିଲ ଖଣି ଅଞ୍ଚଳରୁ ଲୁହା ପଥର ପରିବହନ ସହିତ ଯାତ୍ରୀ ଯାତାୟାତ ବ୍ୟାହତ ହୋଇଛି।

  • Related Posts

    ଆଜିଠାରୁ ଶକ୍ତିପୀଠରେ ନବରାତ୍ର ପୂଜା

    ଆଜିଠାରୁ ଶକ୍ତିପୀଠରେ ଆରମ୍ଭ ହେଉଛି ନଅ ଦିନ ଧରି ମାଆଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା। ମାଆଙ୍କ ଆଗମନକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଶକ୍ତିପୀଠ। ନଅ ଦିନ ଧରି ବିଭିନ୍ନ ରୀତିନୀତି ଅନୁସାରେ ମାଆଙ୍କ ପୂଜା କରାଯିବ। ଏହି ଅବସରରେ ମାଆଙ୍କ ଦର୍ଶନ ପାଇଁ…

    Continue reading
    ପାର୍ବଣ ବେଳେ କାଚିବ ବର୍ଷା ପବନ

    ଆସୁଛି ବଡ଼ ବର୍ଷା ! ଏଥର ଧୋଇଯିବ ଦଶହରା ! ୧୩ରେ ଲଘୁଚାପ, ନେବ କି ବାତ୍ୟାର ରୂପ ? କ’ଣ କହୁଛି ପାଣିପାଗ ବିଭାଗର ପୂର୍ବାନୁମାନ ? ପାର୍ବଣ ବେଳେ କାଚିବ ବର୍ଷା ପବନ । ଫିକା ପଡିପାରେ ଦୁର୍ଗାପୂଜା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ