hirakud dam ହୀରାକୁଦ ଡ୍ୟାମ: ଖୋଲିଲା ଆଉ ୩ ଗେଟ୍‌, ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ

​ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ବୃଦ୍ଧି ପାଇଛି । ଫଳରେ ଜଳଭଣ୍ଡାରର ଜଳସ୍ତର ୬୨୩ ଫୁଟ ଟପିଛି । ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ବନ୍ୟା ଜଳ ନିଷ୍କାସନ ପାଇଁ ସୋମବାର ସକାଳେ ପୁଣି ୩ଟି ସ୍ଲୁଇସ୍ ଗେଟ୍ ଖୋଲାଯାଛି । ଫଳରେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମ ପାର୍ଶ୍ୱର ୫ ଓ ଦକ୍ଷିଣ ପାର୍ଶ୍ଵର ୩ଟି ମିଶି ମୋଟ ୮ଟି ସ୍କୁଇସ୍ ଗେଟ ଜରିଆରେ ଅତିରିକ୍ତ ବନ୍ଯାଜଳ ନିଷ୍କାସନ କରାଯାଉଛି ।

ବର୍ତ୍ତମାନ ପୂର୍ବାହ୍ନ ସାଢ଼େ ୯ଟା ସମୟରେ ପ୍ରାପ୍ତ ସୂଚନା ଅନୁସାରେ ଜଳଭଣ୍ଡାରର ଜଳସ୍ତର ୬୨୩.୦୨ ଫୁଟ୍‌କୁ ବୃଦ୍ଧି ପାଇଥିବା ବେଳେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରାହାରି ୧ ଲକ୍ଷ ୫୩ ହଜାର ୪୦୫ ଘନଫୁଟ ବନ୍ୟା ଜଳ ପ୍ରବେଶ କରୁଛି । ଏହି ସମୟରେ ଜଳଭଣ୍ଡାରରୁ ପ୍ରତି ସେକେଣ୍ଡରେ ହାରାହାରି ମୋଟ ୧ ଲକ୍ଷ ୬୨ ହଜାର ୫୮୦ ଘନଫୁଟ ଜଳ ନିଷ୍କାସିତ ହେଉଛି । ସେଥିମଧ୍ଯରୁ ୮ଟି ସ୍ଲୁଇସ୍ ଗେଟ୍ ଜରିଆରେ ୧ ଲକ୍ଷ ୨୭ ହଜାର ୪୫୩ ଘନଫୁଟ ଏବଂ ବିଭିନ୍ନ କେନାଲ, ବିଦ୍ଯୁତ ଉତ୍ପାଦନ ପାଇଁ ପାୱାର ଚ୍ୟାନେଲ ଓ ଶିଳ୍ପଭିତ୍ତିକ ବ୍ୟବହାର ପାଇଁ ମୋଟ ୩୫,୨୪୬ ଘନଫୁଟ୍ ଜଳ ନିଷ୍କାସିତ ହେଉଛି।

ଅପରପକ୍ଷରେ ହୀରାକୁଦ ଜଳଭଣ୍ଡାର ନିୟନ୍ତ୍ରଣ କକ୍ଷରୁ ପ୍ରାପ୍ତ ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ଯରେ ହୀରାକୁଦଜ ଳଭଣ୍ଡାରରଉ ପରମୁଣ୍ଡରେ ୩୨.୪୧ ମି.ମି ଓ ତଳ ମୁଣ୍ଡରେ ୧୯.୩୩ ମି.ମି. ବର୍ଷା ରେକର୍ଡ କରାଯାଇଛି ।

  • Related Posts

    ଆଜିଠାରୁ ଶକ୍ତିପୀଠରେ ନବରାତ୍ର ପୂଜା

    ଆଜିଠାରୁ ଶକ୍ତିପୀଠରେ ଆରମ୍ଭ ହେଉଛି ନଅ ଦିନ ଧରି ମାଆଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା। ମାଆଙ୍କ ଆଗମନକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଶକ୍ତିପୀଠ। ନଅ ଦିନ ଧରି ବିଭିନ୍ନ ରୀତିନୀତି ଅନୁସାରେ ମାଆଙ୍କ ପୂଜା କରାଯିବ। ଏହି ଅବସରରେ ମାଆଙ୍କ ଦର୍ଶନ ପାଇଁ…

    Continue reading
    ପାର୍ବଣ ବେଳେ କାଚିବ ବର୍ଷା ପବନ

    ଆସୁଛି ବଡ଼ ବର୍ଷା ! ଏଥର ଧୋଇଯିବ ଦଶହରା ! ୧୩ରେ ଲଘୁଚାପ, ନେବ କି ବାତ୍ୟାର ରୂପ ? କ’ଣ କହୁଛି ପାଣିପାଗ ବିଭାଗର ପୂର୍ବାନୁମାନ ? ପାର୍ବଣ ବେଳେ କାଚିବ ବର୍ଷା ପବନ । ଫିକା ପଡିପାରେ ଦୁର୍ଗାପୂଜା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ