low pressure rain in odisha ଲଘୁଚାପ ଆଣିଲା ବଡ଼ ବର୍ଷା

ଭୁବନେଶ୍ବର : ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଏବଂ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳରେ ଅତି ପ୍ରବଳ ବର୍ଷା ହୋଇଛି। ଉତ୍ତର ଓଡ଼ିଶାର ବାଲେଶ୍ବର ଏନଏଚ-୫ ଗୋବିନ୍ଦପୁରରେ ପ୍ରବଳ ବର୍ଷା ହୋଇଛି। ବିଶେଷକରି କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର, ଜୟପାଟଣା ଏବଂ କଲମପୁର ଅଞ୍ଚଳରେ ବାଦଲଫଟା ବର୍ଷା ହୋଇଛି। ଥୁଆମୂଳ ରାମପୁରରେ ସବୁଠୁ ଅଧିକ ୩୪୫ମି.ମି. ବର୍ଷା ହୋଇଥିବାବେଳେ ଜୟପାଟଣାରେ ୨୦୦ ଏବଂ କଲମପୁରରେ ୧୪୬.୪ମି.ମି. ବର୍ଷା ହୋଇଛି। ରାୟଗଡା ଜିଲାର କାଶୀପୁରରେ ୨୧୨ମି.ମି. ବର୍ଷା ହୋଇଥିବା ବେଳେ ଗୁଣପୁରରେ ୧୨୯.୪, ଗୁଡାରିରେ ୧୩୪.୨ ମି.ମି. ବର୍ଷା ହୋଇଛି। ନବରଙ୍ଗପୁର ଜିଲାର ତେନ୍ତୁଳିଖୁଣ୍ଟିରେ ୧୮୯ ମି.ମି. ବର୍ଷା ହୋଇଥିବା ବେଳେ ପାପଡାହାଣ୍ଡିରେ ୧୭୫, ନନ୍ଦାହାଣ୍ଡିରେ ୧୪୫ ମି.ମି. ବର୍ଷା ହୋଇଛି। ବାଲେଶ୍ବର ଜିଲାର ଏନ୍‌ଏଚ୍‌-୫ ଗୋବିନ୍ଦପୁରରେ ୧୨୮.୨ମି.ମି. ବର୍ଷା ହୋଇଛି।
ଘୂର୍ଣ୍ଣିବଳୟ ପ୍ରଭାବରେ ରବିବାର ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ଉପରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ଦିଗରେ ଗତିକରି ଉତ୍ତର ଓଡ଼ିଶା ଏବଂ ତତ୍‌-ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଆଡକୁ ମୁହଁାଇପାରେ। ଏଥିସହିତ ମୌସୁମି ନିମ୍ନଚାପରେଖା ଲଘୁଚାପର କେନ୍ଦ୍ରସ୍ଥଳରୁ ଉତ୍ତର ଓଡ଼ିଶା ପର୍ଯ୍ୟନ୍ତ ଲମ୍ବିଛି। ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର ଏବଂ ବୌଦ୍ଧ ଜିଲାର କେତେକ ଅଞ୍ଚଳରେ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ଜିଲା ଗୁଡିକରେ ବିଜୁଳି ଘଡଘଡି ସହ ବର୍ଷା ଏବଂ ଘଣ୍ଟାପ୍ରତି ୪୦ରୁ ୫୦କି.ମି. ବେଗରେ ପବନ ବହିପାରେ। ଉପରୋକ୍ତ ଜିଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ବର, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଏବଂ ନୟାଗଡ଼ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଦକ୍ଷିଣ, ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲାଗୁଡିକୁ ବିଜୁଳି ଘଡଘଡି ସହିତ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀ ସମୁଦ୍ର ନ ଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।
ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରାନଥ ପଶୁପାଳକ କହିଛନ୍ତି, ଅଗଷ୍ଟ ଶେଷ ଆଡ଼କୁ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷା ହେବ, କିନ୍ତୁ ଦକ୍ଷିଣ ଓଡ଼ିଶାରେ ବର୍ଷା ନିଅଣ୍ଟିଆ ସ୍ଥିତି ବଜାୟ ରହିବ। ଅଗଷ୍ଟ ୨୩ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଗାମୀ ୨ରୁ ୩ଦିନ ମଧ୍ୟରେ ଉତ୍ତର ଓଡ଼ିଶା ଦେଇ ଛତିଶଗଡ଼ ଆଡ଼କୁ ଗତି କରିବ। ୨୪ରୁ ୨୬ତାରିଖ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ଏହି ଜିଲାଗୁଡିକରେ ପ୍ରବାହିତ ନଦୀର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୨୭-୨୮ତାରିଖ ବେଳକୁ ବର୍ଷା କମିଯାଇ କେବଳ ପଶ୍ଚିମ ସୀମାନ୍ତ ଜିଲା ବରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, କଳାହାଣ୍ଡି ଓ ବଲାଙ୍ଗିରରେ ସୀମିତ ରହିବ। ଆସନ୍ତା ୨୯-୩୦ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଅଗଷ୍ଟ ୩୧ରୁ ସେପ୍ଟେମ୍ବର ୧ ମଧ୍ୟରେ ଲଘୁଚାପ ସୃଷ୍ଟି ହୋଇପାରେ। ଏହା ମଧ୍ୟ ଉତ୍ତର ଓଡ଼ିଶା, ଝାଡ଼ଖଣ୍ଡ ଓ ଛତିଶଗଡ଼ ଆଡ଼କୁ ଗତି କରିବ। ଏହାର ପ୍ରଭାବରେ ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୨ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଯାଜପୁର, ସୁନ୍ଦରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବରଗଡ଼, ବଲାଙ୍ଗିର ଓ କଳାହାଣ୍ଡିରେ ପୁଣି ପ୍ରବଳ ବର୍ଷା ହେବ। ଦକ୍ଷିଣ ଓଡ଼ିଶାରେ ବିଶେଷ ବର୍ଷା ହେବନାହିଁ। ପାଣିପାଗ ବିଶେଷଜ୍ଞ ବିଶ୍ବଜିତ୍ ସାହୁ କହିଛନ୍ତି, ସୃଷ୍ଟ ଲଘୁଚାପ ପ୍ରଭାବରେ ବୈତରଣୀ ଏବଂ ବ୍ରାହ୍ମଣୀ ଉପରମୁଣ୍ଡରେ ପ୍ରବଳ ବର୍ଷା ଲାଗି ରହିଛି। କେନ୍ଦୁଝର, ସମ୍ବଲପୁର, କଟକ ସହିତ ଅନ୍ୟାନ୍ୟ ଜିଲାରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତାକାଲି ଲଘୁଚାପ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି।

  • Related Posts

    heavy rain in odisha ଅତି ପ୍ରବଳ ବର୍ଷା : ଆଜି ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

    ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଫଳରେ ଓଡ଼ିଶାରେ ବର୍ଷାର ପ୍ରକୋପ ଜାରି ରହିଛି । ପ୍ରବଳ ବର୍ଷା ପ୍ରଭାବରେ ତଳିଆ ଅଞ୍ଚଳରେ ଜଳବନ୍ଦୀ, ବନ୍ୟା, ଯାତାୟାତ ବାଧା, ଭୂସ୍ଖଳନ…

    Continue reading
    cm mohan majhi grivance ଆଜି ମୁଖ୍ୟମନ୍ତ୍ରୀଙ୍କ ୨୦ତମ ଅଭିଯୋଗ ଶୁଣାଣି

    ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ୨୦ତମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଚାଲିଛି। ଅନଲାଇନରେ ପଞ୍ଜୀକରଣ କରିଥିବା ଏକ ହଜାର ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ। ମନ୍ତ୍ରୀ ସୁରେଶ ପୂଜାରୀ, କୃଷ୍ଣ ଚନ୍ଦ୍ର ମହାପାତ୍ର, ଗଣେଶ ରାମ ସିଂ ଖୁଣ୍ଟିଆ ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ