miss universe india 2006 କେରଳର କାଜିଆ ଲିଜ୍ ମାଜୋ ମିସ୍ ୟୁନିଭର୍ସ ଇଣ୍ଡିଆ

ଜୟପୁର: ମିସ୍ ୟୁନିଭର୍ସ ଇଣ୍ଡିଆ 2026ର ମୁକୁଟ ପିନ୍ଧିଛନ୍ତି କାଜିଆ ଲିଜ୍ ମାଜୋ । ପିଙ୍କ୍ ସିଟି ଜୟପୁରରେ ଆୟୋଜିତ ମିସ୍ ୟୁନିଭର୍ସ ଇଣ୍ଡିଆ ଗ୍ରାଣ୍ଡ ଫିନାଲେରେ 52 ଜଣ ପ୍ରତିଯୋଗୀଙ୍କୁ ପଛରେ ପକାଇ କେରଳର 19 ବର୍ଷୀୟା କାଜିଆ ‘ମିସ୍ ୟୁନିଭର୍ସ ଇଣ୍ଡିଆ 2026’ ଟାଇଟଲକୁ ନିଜ ନାମରେ କରିଛନ୍ତି । ଚଳିତ ବର୍ଷ ଶେଷ ଭାଗରେ ପୁଏର୍ଟୋ ରିକୋ (Puerto Rico)ରେ ଅନୁଷ୍ଠିତ ହେବାକୁ ଥିବା 75ତମ ମିସ୍ ୟୁନିଭର୍ସ ପ୍ରତିଯୋଗିତାରେ ଭାରତକୁ ପ୍ରତିନିଧିତ୍ୱ କରିବେ କାଜିଆ ।

ମିସ୍ ୟୁନିଭର୍ସ ଇଣ୍ଡିଆ 2026 ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ବିଭିନ୍ନ ରାଜ୍ୟରୁ 52 ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ । ରାତି ପ୍ରାୟ 2:50ରେ ବିଜେତାଙ୍କ ନାମ ଘୋଷଣା କରାଯାଇଥିଲା । କାଜିଆ ତାଙ୍କର ସ୍ପଷ୍ଟବାଦୀ ଶୈଳୀ ଏବଂ ବୁଦ୍ଧିମତାରେ ସମସ୍ତ ବିଚାରକଙ୍କୁ ପ୍ରଭାବିତ କରି ମୁକୁଟ ଜିତିଛନ୍ତି । ମିସ୍ ୟୁନିଭର୍ସ ଇଣ୍ଡିଆ 2025 ବିଜେତା ମନିକା ବିଶ୍ୱକର୍ମା କେରଳର କାଜିଆ ଲିଜ୍ ମାଜୋଙ୍କୁ ମୁକୁଟ ପିନ୍ଧାଇଥିଲେ । ସେହିପରି ତାମିଲନାଡୁର ବୈଷ୍ଣବୀ ଗଣେଶ ପ୍ରଥମ ରନର୍ସ ଅପ୍ ହୋଇଛନ୍ତି ।

  • Related Posts

    SIM CARD ଆଜିଠାରୁ ସିମ୍ କାର୍ଡ ନିୟମ ପରିବର୍ତ୍ତନ

    ନୂଆଦିଲ୍ଲୀ: ବର୍ତ୍ତମାନର ଡିଜିଟାଲ୍ ଯୁଗରେ ସମସ୍ତଙ୍କ ହାତରେ ସ୍ମାର୍ଟ ଫୋନ୍ । ଛୋଟ ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ, ସମସ୍ତଙ୍କ ପାଖରେ ମୋବାଇଲ୍ ଫୋନ୍ ଅଛି । ତେଣୁ, ସମସ୍ତଙ୍କ ପାଖରେ ସିମ୍ କାର୍ଡ ବି ଅଛି । ପ୍ରାୟତଃ, ବାପା ମାଆ…

    Continue reading
    fire in hospital ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ:3 ନବଜାତ ଶିଶୁଙ୍କ ମୃତ୍ୟୁ

    ମହାରାଷ୍ଟ୍ର: ଆଜି ସକାଳେ ମହାରାଷ୍ଟ୍ରର ଅମରାବତୀ ଜିଲ୍ଲା ମହିଳା ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ହସ୍ପିଟାଲର ଶିଶୁ ବିଭାଗ (NICU)ରେ ଅଗ୍ନିକାଣ୍ଡ ଘଟି 3 ଜଣ ନବଜାତ ଶିଶୁଙ୍କ ମୃତ୍ୟୁ ଘଟିଛି । ସେହିପରି ଅନେକ ଶିଶୁ ନିଆଁରେ ପୋଡ଼ି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ