sourin bhatt ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ

କଟକ: କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି ନିମ୍ନ ଅଦାଲତଙ୍କ ପକ୍ଷରୁ ସୌରିନ୍‌ ଭଟ୍ଟଙ୍କ ବିରୋଧରେ ଲାଗୁ ହୋଇଥୁବା ଜାମିନ୍ ବିହୀନ ପରୱାନା ଉପରେ ହାଇକୋର୍ଟ ଜାରି କରିଥିବା ରହିତାଦେଶକୁ ହଟାଇ ଦେଇଛନ୍ତି। ଅଦାଲତରେ କିପରି ସୌରିନ୍ ଭଟ୍ଟ ହାଜର ହେବେ ସେନେଇ ନିମ୍ନ ଅଦାଲତ ଦୃଢ଼ ପଦକ୍ଷେପ ନେବେ ବୋଲି ମାମଲାର ବିଚାର କରି ହାଇକୋର୍ଟ ନିର୍ଦେଶ ଦେଇଛନ୍ତି।

ଅଭିଯୋଗ ଅନୁସାରେ ଜଣେ ଯୁବତୀଙ୍କୁ ବିବାହ କରିବାର ପ୍ରତିଶ୍ରୁତି ଦେଇ ବଳାତ୍କାର କରିବା ଓ ତାଙ୍କଠାରୁ ଲକ୍ଷାଧିକ ଟଙ୍କା ନେଇ ନଫେରାଇବା ନେଇ କଟକ ମହିଳା ଥାନାରେ ଏକ ମାମଲା ରୁଜୁ ହୋଇଥିଲା। କଟକ ଏସ୍‌ଡିଜେଏମ୍‌ କୋର୍ଟ ୨୦୨୩ ମସିହା ନଭେମ୍ବର ୨୩ରେ ସୌରିନ୍ ଭଟ୍ଟଙ୍କ ବିରୋଧରେ ଏନ୍‌ବିଡବ୍ଲୁ ଜାରି କରିଥିଲେ। ଏହି ଏନ୍‌ବିଡବ୍ଲୁ ବିରୋଧରେ ସେ ହାଇକୋର୍ଟକୁ ଆସିଥିଲେ। ହାଇକୋର୍ଟ ଏହା ଉପରେ ରହିତାଦେଶ ଜାରି କରିବା ସହ ସୌରିନ୍ ଭଟ୍ଟଙ୍କୁ ନିମ୍ନ ଅଦାଲତରେ ଆତ୍ମସମର୍ପଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଗତ ୨୦ତାରିଖ ପୂର୍ବରୁ ସେ ନିମ୍ନ ଅଦାଲତରେ ଆତ୍ମ ସମର୍ପଣ କରିବେ ବୋଲି ତାଙ୍କ ଓକିଲ ହାଇକୋର୍ଟଙ୍କୁ ଅବଗତ କରିଥିଲେ। ତେବେ ସେ ହାଜର ନହେବାରୁ ହାଇକୋର୍ଟ ପୂର୍ବରୁ ଜାରି କରିଥିବା ରହିତାଦେଶକୁ ହଟାଇ ଦେଇଛନ୍ତି।

  • Related Posts

    husband and wife dead ସନ୍ତାନ ପାଇଁ ଗୁଣିଆ ଠାରୁ ଔଷଧ ଖାଇବା ହେଲା କାଳ, ଦମ୍ପତି ମୃତ

    ଫିରିଙ୍ଗିଆ : ଅନ୍ଧ ବିଶ୍ୱାସର ବଶବର୍ତ୍ତୀ ହୋଇ ସନ୍ତାନ ପାଇଁ ଜଣେ ଗୁଣିଆ ପାଖରୁ ଔଷଧ ଖାଇ ଦମ୍ପତିଙ୍କ ମୃତ୍ୟୁ ଘଟିଛି। ସୋମବାର ରାତିରେ ସ୍ତ୍ରୀ ର ମୃତ୍ୟୁ ହୋଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ସ୍ବାମୀର ମଙ୍ଗଳବାର ମୃତ୍ୟୁ ଘଟିଛି। ଏଭଳି…

    Continue reading
    ADC of governor ଅନୁଗୁ ଶିବା ମାରୁତି ରେଡ୍ଡୀ ରାଜ୍ୟପାଳଙ୍କ ଏଡିସି

    ଭୁବନେଶ୍ୱର: ଆଇପିଏସ ଅଧିକାରୀ ଅନୁଗୁ ଶିବା ମାରୁତି ରେଡ୍ଡୀ ମଙ୍ଗଳବାର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟିଙ୍କ ଏଡିସି (ଏଡ୍-ଡି-କ୍ୟାମ୍ପ) ଭାବେ ଯୋଗ ଦେଇଛନ୍ତି। ଲୋକ ଭବନରେ ଏକ ଔପଚାରିକ ସମାରୋହରେ ଶ୍ରୀ ରେଡ୍ଡୀଙ୍କୁ ନୂତନ ଦାୟିତ୍ୱରେ ରାଜ୍ୟପାଳ ସ୍ୱାଗତ କରିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ